୧୦୮ ଗରା ସୁବାସିତ ଜଳରେ ସ୍ନାନ କଲେ ଦାରୁଦିଅଁ

ପୁରୀ,୨୨।୬: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଶନିବାର ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିରେ ବିଜେ କରି ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଛନ୍ତି। ଏହି ଦିବ୍ୟ ଦର୍ଶନ କରିବାକୁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି।  ପୁରୀରେ ପ୍ରବଳ ବର୍ଷା ସତ୍ତ୍ୱେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ଶ୍ରଦ୍ଧାଳୁ। ଭକ୍ତ-ଭଗବାନ ଏକାଠି ବର୍ଷାରେ ଭିଜିଛନ୍ତି। ଏହି ନୀତି ନିର୍ଘଣ୍ଟ ଅନୁଯାୟୀ, ରାତି ୪.୩୦ରେ ମଙ୍ଗଳାର୍ପଣ ପରେ ଭୋରରେ ଧାଡ଼ି ପହଣ୍ଡିରେ ଚତୁର୍ଦ୍ଧାବିଗ୍ରହଙ୍କୁ ସ୍ନାନବେଦିକୁ ବିଜେ କରାଯାଇଥିଲା। […] The post ୧୦୮ ଗରା ସୁବାସିତ ଜଳରେ ସ୍ନାନ କଲେ ଦାରୁଦିଅଁ appeared first on Dharitri Odia News.

୧୦୮ ଗରା ସୁବାସିତ ଜଳରେ ସ୍ନାନ କଲେ ଦାରୁଦିଅଁ

ପୁରୀ,୨୨।୬: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଶନିବାର ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିରେ ବିଜେ କରି ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଛନ୍ତି। ଏହି ଦିବ୍ୟ ଦର୍ଶନ କରିବାକୁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି।  ପୁରୀରେ ପ୍ରବଳ ବର୍ଷା ସତ୍ତ୍ୱେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ଶ୍ରଦ୍ଧାଳୁ। ଭକ୍ତ-ଭଗବାନ ଏକାଠି ବର୍ଷାରେ ଭିଜିଛନ୍ତି।

ଏହି ନୀତି ନିର୍ଘଣ୍ଟ ଅନୁଯାୟୀ, ରାତି ୪.୩୦ରେ ମଙ୍ଗଳାର୍ପଣ ପରେ ଭୋରରେ ଧାଡ଼ି ପହଣ୍ଡିରେ ଚତୁର୍ଦ୍ଧାବିଗ୍ରହଙ୍କୁ ସ୍ନାନବେଦିକୁ ବିଜେ କରାଯାଇଥିଲା। ପ୍ରଥମେ ବଡ଼ଠାକୁର ଶ୍ରୀ ବଳଭଦ୍ର ରତ୍ନବେଦୀ ଛାଡ଼ି ଧାଡି ପହଣ୍ଡିରେ ଆସି ସ୍ନାନ ମଣ୍ଡପରେ ପହଞ୍ଚି ଥିଲେ। ପରେ ମା’ ସୁଭଦ୍ରା ପହଣ୍ଡିରେ ଆସି ସ୍ନାନ ମଣ୍ଡପରେ ପହଞ୍ଚି ଥିଲେ। ଶେଷରେ କାଳିଆସାଆନ୍ତ ରତ୍ନବେଦୀ ଛାଡ଼ି ଧାଡି ପହଣ୍ଡିରେ ହଲି ହଲି ସ୍ନାନବେଦୀରେ ପହଞ୍ଚି ଥିଲେ। ପରେ ସ୍ନାନବେଦିରେ ଭକ୍ତଙ୍କୁ ଦର୍ଶନ ଦେଇଥିଲେ ଦାରୁଦିଅଁ। ଦାରୁ ଦିଅଁଙ୍କ ସ୍ପତନ୍ତ୍ର ନୀତିକାନ୍ତି ସମାପନ ପରେ ଚତୁର୍ଦ୍ଧାବିଗ୍ରହ ୧୦୮ ଗରା ସୁବାସିତ ଜଳରେ ସ୍ନାନବେଦିରେ ସ୍ନାନ କରିଥିଲେ। ଅପରାହ୍ନରେ ଭକ୍ତଙ୍କୁ ଦୁର୍ଲଭ ହାତୀବେଶରେ ଦର୍ଶନ ଦେବେ ଦାରୁଦିଅଁ।

The post ୧୦୮ ଗରା ସୁବାସିତ ଜଳରେ ସ୍ନାନ କଲେ ଦାରୁଦିଅଁ appeared first on Dharitri Odia News.