୧୧ ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର, ଦୁର୍ବଳ ଶ୍ରେଣୀର ଲୋକଙ୍କ ପାଇଁ ଅନ୍ତୋଦୟ ଗୃହ ଯୋଜନା

ଭୁବନେଶ୍ୱର : ଗତକାଲି ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିଥିବା କ୍ୟାବିନେଟ୍ ବୈଠକରେ ୧୧ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତିରେ ମୋହର ବାଜିଛି । ଏନେଇ ଗଣମାଧ୍ୟମକୁ ସୁଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । କ୍ୟାବିନେଟ ବୈଠକରେ ଅନ୍ତୋଦୟ ଗୃହ ଯୋଜନାକୁ ମୋହର ମରାଯାଇଛି। ଏହି ଯୋଜନାରେ ରାଜ୍ୟ ସରକାର ୩ ବର୍ଷରେ ୨ ଲକ୍ଷ ୨୫ ହଜାର ଘର ଯୋଗାଇଦେବେ । ହିତାଧିକାରୀଙ୍କୁ ଘର ପାଇଁ ୧ ଲକ୍ଷ ୨୦ ହଜାର ଟଙ୍କା ମିଳିବ। […] The post ୧୧ ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର, ଦୁର୍ବଳ ଶ୍ରେଣୀର ଲୋକଙ୍କ ପାଇଁ ଅନ୍ତୋଦୟ ଗୃହ ଯୋଜନା appeared first on KNews Odisha.

୧୧ ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର, ଦୁର୍ବଳ ଶ୍ରେଣୀର ଲୋକଙ୍କ ପାଇଁ ଅନ୍ତୋଦୟ ଗୃହ ଯୋଜନା
mohan 2

ଭୁବନେଶ୍ୱର : ଗତକାଲି ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିଥିବା କ୍ୟାବିନେଟ୍ ବୈଠକରେ ୧୧ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତିରେ ମୋହର ବାଜିଛି । ଏନେଇ ଗଣମାଧ୍ୟମକୁ ସୁଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । କ୍ୟାବିନେଟ ବୈଠକରେ ଅନ୍ତୋଦୟ ଗୃହ ଯୋଜନାକୁ ମୋହର ମରାଯାଇଛି। ଏହି ଯୋଜନାରେ ରାଜ୍ୟ ସରକାର ୩ ବର୍ଷରେ ୨ ଲକ୍ଷ ୨୫ ହଜାର ଘର ଯୋଗାଇଦେବେ । ହିତାଧିକାରୀଙ୍କୁ ଘର ପାଇଁ ୧ ଲକ୍ଷ ୨୦ ହଜାର ଟଙ୍କା ମିଳିବ। କୌଣସି ହିତାଧିକାରୀ ୪ ମାସରେ ଘର ସାରିଲେ ୨୦ ହଜାର ବୋନସ ଦେବେ ସରକାର। ସେହିପରି ୬ ମାସରେ ସାରିଲେ ୧୦ ହଜାର ଟଙ୍କା ବୋନସ ମିଳିବ। ରାଜ୍ୟ ସରକାର ଏହି ଯୋଜନାରେ ୭୫୫୦ କୋଟି ଟଙ୍କା ଖର୍ଚ୍ଚ କରିବେ।

ଫୁଟବଲ, କ୍ରିକେଟ, ଆଥ୍‌ଲେଟ୍, ଅନ୍ୟାନ୍ୟ ଖେଳ ପାଇଁ ସୁବିଧା ରହିବ । ଆସନ୍ତା ୫ ବର୍ଷରେ ୪୧୨୪ କୋଟି ବ୍ୟୟରେ ଷ୍ଟାଡିୟମ ନିର୍ମାଣ ପାଇଁ କ୍ୟାବିନେଟ ନିଷ୍ପତ୍ତି ହୋଇଛି । ରାଜ୍ୟରେ ଏକୀକୃତ ପେନସନ ଯୋଜନାକୁ ଲାଗୁ ନେଇ କ୍ୟାବିନେଟ ନିଷ୍ପତି ହୋଇଛି । Nps ରେ ଥିବା ଅଧିକାରୀ ମାନେ ଏହି ବ୍ୟବସ୍ଥାରେ ପେନସନ ପାଇବେ ।

୩ ଲକ୍ଷ ୩୩ ହଜାର ଅଧିକାରୀ ମାନେ ସେମାନେ ସ୍ଥିର କରିବେ nps କି ups ରେ ରହିବେ । ରାଜ୍ୟରେ ଏକିକୃତ ପେନସନ ଯୋଜନାକୁ ଲାଗୁ ନେଇ କ୍ୟାବିନେଟ ନିଷ୍ପତି ହୋଇଛି. Nps ରେ ଥିବା ଅଧିକାରୀ ମାନେ ଏହି ବ୍ୟବସ୍ଥାରେ ପେନସନ ପାଇବେ।

ରାଜ୍ୟରେ ଡ୍ୟାମ ଗୁଡିକର ପୁନଃବ୍ୟାସ ଏବଂ ଉନ୍ନତିକରଣ ପାଇଁ ୧୦୬୬ କୋଟି ଖର୍ଚ୍ଚ କରିବେ । ହୀରାକୁଦ ଡ୍ୟାମ ମରାମତି ଏବଂ ଉନ୍ନତିକରଣ ପାଇଁ ୩ଟି ପ୍ରକଳ୍ପ କାର୍ଯ୍ୟ ହେବ । ଆସନ୍ତା ୬ ବର୍ଷରେ ଏହି କାମକୁ ସଂପୂର୍ଣ୍ଣ କରାଯିବ ।

 

ଆହୁରି ପଢନ୍ତୁ : ଆଜି ୧୮ ଲକ୍ଷ ହିତାଧିକାରୀଙ୍କ ଖାତାକୁ ଆସିବ ‘ସୁଭଦ୍ରା’ ଟଙ୍କା

 

 

The post ୧୧ ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର, ଦୁର୍ବଳ ଶ୍ରେଣୀର ଲୋକଙ୍କ ପାଇଁ ଅନ୍ତୋଦୟ ଗୃହ ଯୋଜନା appeared first on KNews Odisha.