୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ

କଣ୍ଟାବାଞ୍ଜି: ନୂଆ ବସଷ୍ଟାଣ୍ଡ ନିର୍ମାଣକୁ ବିରୋଧ କରି ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ ଲାଗି ସମଲେଶ୍ୱରୀ ମାର୍କେଟ ସଂଘ ବନ୍ଦ ଡାକରା ଦେଇଛି। ନୂଆ ବସଷ୍ଟାଣ୍ଡ ନିର୍ମାଣକୁ ବିରୋଧ କରାଯାଇଥିବାବେଳେ ପୁରୁଣା ବସଷ୍ଟାଣ୍ଡକୁ ଆଧୁନିକୀକରଣ ଲାଗି ଦାବି କରାଯାଇଛି। ଶିକ୍ଷାନୁଷ୍ଠାନ ଓ ଜରୁରୀ ସେବାକୁ ଛାଡି ଆଉ ସବୁ ବନ୍ଦ ରହିଛି। ଯାନବାହନ ଚଳାଚଳ ମଧ୍ୟ ସମ୍ପୂର୍ଣ୍ଣ ଠପ୍ ହୋଇପଡିଛି।