୧୩ ଜିଲାରେ ୧୯ ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ଭିତ୍ତି ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦ା୧(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ରାଜ୍ୟର ୧୩ ଜିଲାରେ ୧୯ଟି ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ପାଇଁ ଭିତ୍ତି ସ୍ଥାପନ କରିଛନ୍ତି। ଏଥିପାଇଁ ୪,୬୦୦ କୋଟି ଟଙ୍କା ଖର୍ଚ୍ଚ ହେବ। ଏହି ଅବସରରେ ବିଭିନ୍ନ ସ୍ଥାନରେ ଆୟୋଜିତ କାର୍ଯ୍ୟକ୍ରମରେ ଲୋକମାନଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଥିଲା। କେନ୍ଦ୍ରାପଡ଼ାରେ ୧୫ ହଜାରରୁ ଅଧିକ ଚାଷୀ ଉପସ୍ଥିତ ଥିଲେ। ସେମାନଙ୍କ ମଧ୍ୟରୁ ପ୍ରାୟ ୧୦ ହଜାର ମହିଳା ଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ, ଆମର ଏହି […] The post ୧୩ ଜିଲାରେ ୧୯ ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ଭିତ୍ତି ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.

୧୩ ଜିଲାରେ ୧୯ ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ଭିତ୍ତି ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦ା୧(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ରାଜ୍ୟର ୧୩ ଜିଲାରେ ୧୯ଟି ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ପାଇଁ ଭିତ୍ତି ସ୍ଥାପନ କରିଛନ୍ତି। ଏଥିପାଇଁ ୪,୬୦୦ କୋଟି ଟଙ୍କା ଖର୍ଚ୍ଚ ହେବ।

ଏହି ଅବସରରେ ବିଭିନ୍ନ ସ୍ଥାନରେ ଆୟୋଜିତ କାର୍ଯ୍ୟକ୍ରମରେ ଲୋକମାନଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଥିଲା। କେନ୍ଦ୍ରାପଡ଼ାରେ ୧୫ ହଜାରରୁ ଅଧିକ ଚାଷୀ ଉପସ୍ଥିତ ଥିଲେ। ସେମାନଙ୍କ ମଧ୍ୟରୁ ପ୍ରାୟ ୧୦ ହଜାର ମହିଳା ଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ, ଆମର ଏହି ପ୍ରକଳ୍ପ ଦ୍ୱାରା ଚାଷୀ ଭଉଣୀ-ଭାଇ ବହୁଳ ଭାବେ ଉପକୃତ ହେବେ। ବିଶେଷକରି ପିଇବା ପାଣି ଯୋଗାଣ କ୍ଷେତ୍ରରେ ସୁବିଧା ହେବ। ଏହା ସହିତ ମାଛଚାଷ, ପଶୁପାଳନ ଆଦିରେ ମଧ୍ୟ ସହାୟକ ହେବ। ଏହି ପ୍ରକଳ୍ପ ସବୁ ଭୂତଳ ଜଳସ୍ତର ବୃଦ୍ଧି କରି ପରିବେଶକୁ ସନ୍ତୁଳିତ କରିବ।

ମୁଖ୍ୟମନ୍ତ୍ରୀ କହିଥିଲେ, ୨୦୨୦ରେ ଅନ୍ତଃ ନଦୀ ଜଳାଶୟ ପାଇଁ ୧୧ ହଜାର ୭୦୦ କୋଟି ଟଙ୍କାରେ ଯୋଜନା ଆରମ୍ଭ ହୋଇଥିଲା। ବର୍ତ୍ତମାନ ସୁଦ୍ଧା ୩ଟି ପର୍ଯ୍ୟାୟରେ ୭୨ଟି ପ୍ରକଳ୍ପ ପାଇଁ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯାଇଛି।

ଆଜି ୧୩ ଜିଲା ବରଗଡ, ବଲାଙ୍ଗୀର, ବୌଦ୍ଧ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଳାହାଣ୍ଡି, କେନ୍ଦୁଝର, ଖୋର୍ଦ୍ଧା, ପୁରୀ, ସମ୍ବଲପୁର, ସୁବର୍ଣ୍ଣପୁର ଓ ସୁନ୍ଦରଗଡ଼ରେ ୧୯ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ରଖାଯାଇଛି।

ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ପାଇଁ ଭିତ୍ତି ସ୍ଥାପନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହ  ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଉପସ୍ଥିତ ଥିଲେ। ଏହି ଅବସରରେ ସେ କେନ୍ଦ୍ରାପଡ଼ାବାସୀଙ୍କୁ ଧନ୍ୟବାଦ ଜଣାଇ କହିଛନ୍ତି, ମୁଖ୍ୟମନ୍ତ୍ରୀ ରାଜ୍ୟର ସବୁ ସ୍ଥାନର ଉନ୍ନତି ପାଇଁ ପ୍ରକଳ୍ପ କରୁଛନ୍ତି। କେନ୍ଦ୍ରାପଡ଼ାର ସବୁ ବିକାଶ କାର୍ଯ୍ୟକ୍ରମରେ ଲୋକଙ୍କ ଭରପୁର ସହଯୋଗ ମିଳୁଛି । ସେଥିପାଇଁ କେନ୍ଦ୍ରାପଡ଼ାବାସୀ ଧନ୍ୟବାଦର ପାତ୍ର। କେନ୍ଦ୍ରାପଡ଼ାରେ ଆର୍ସେଲର୍ ମିତ୍ତଲ ନିପନ୍ ଷ୍ଟିଲ ପ୍ରକଳ୍ପ ପାଇଁ ଜାପାନ ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଖୁବ୍ ଉଦ୍ୟମ କରିଥିଲେ । ଲୋକଙ୍କ ସହଯୋଗରେ ମୁଖ୍ୟମନ୍ତ୍ରୀ ଖୁବ୍ ଶୀଘ୍ର ଏଥିପାଇଁ ଶୁଭ ଦେବେ ବୋଲି କହିଛନ୍ତି ୫-ଟି ଅଧ୍ୟକ୍ଷ। କେନ୍ଦ୍ରାପଡ଼ା ମହାକାଳପଡ଼ାଠାରେ ଉପସ୍ଥିତ ଥିବା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଇସ୍ପାତ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ଓ ୫-ଟି  ଅଧ୍ୟକ୍ଷଙ୍କୁ ଧନ୍ୟବାଦ ଦେଇଛନ୍ତି । କେନ୍ଦ୍ରାପଡ଼ାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ଗୁରୁତ୍ୱ ଦେଇ ଆସିଛନ୍ତି। କେବଳ ଆର୍ସେଲର୍ ମିତ୍ତଲ ପ୍ରକଳ୍ପ ନୁହେଁ, କେନ୍ଦ୍ରାପଡ଼ାରେ ଅନେକ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ବୋଲି କହିବା ସହିତ ଧନ୍ୟବାଦ ଜଣାଇଥିଲେ ।

The post ୧୩ ଜିଲାରେ ୧୯ ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ଭିତ୍ତି ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.