୧୪ ବର୍ଷ ପୂର୍ବେ ନାବାଳିକାଙ୍କୁ ଦେଇଥିଲେ ଯୌନ ନିର୍ଯାତନା: ଏବେ ମିଳିଲା ଦଣ୍ଡ

ଭବାନୀପାଟଣା,୨୮ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ଅଞ୍ଚଳରେ ୨୦୨୦ରେ ଜଣେ ନାବାଳିକାଙ୍କୁ ଯୌନ ନିର୍ଯାତନା ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ଭବାନୀପାଟଣାସ୍ଥିତ ଜିଲା ପୋକ୍‌ସୋ କୋର୍ଟର ସ୍ବତନ୍ତ୍ର ବିଚାରପତି ସ୍ମୃତି ଲେଖା ବାରିକ ଏହି ମାମଲାର ସମସ୍ତ ସାକ୍ଷ୍ୟ ପ୍ରମାଣକୁ ଭିତ୍ତି କରି ଦୋକାନ ମାଲିକ ଭବାନୀପାଟଣା ସହରର ହୌସିଲା ପ୍ରସାଦ ତିୱାରୀ(୬୭)ଙ୍କୁ ଦୋଷୀ ସାବ୍ୟସ୍ତ କରି ୩ବର୍ଷ ସଶ୍ରମ ଜେଲ ଦଣ୍ଡାଦେଶ ସହ ୪୫ ଶହ ଟଙ୍କା ଜରିମାନା ଆଦେଶ […] The post ୧୪ ବର୍ଷ ପୂର୍ବେ ନାବାଳିକାଙ୍କୁ ଦେଇଥିଲେ ଯୌନ ନିର୍ଯାତନା: ଏବେ ମିଳିଲା ଦଣ୍ଡ appeared first on Dharitri Odia News.

୧୪ ବର୍ଷ ପୂର୍ବେ ନାବାଳିକାଙ୍କୁ ଦେଇଥିଲେ ଯୌନ ନିର୍ଯାତନା: ଏବେ ମିଳିଲା ଦଣ୍ଡ

ଭବାନୀପାଟଣା,୨୮ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ଅଞ୍ଚଳରେ ୨୦୨୦ରେ ଜଣେ ନାବାଳିକାଙ୍କୁ ଯୌନ ନିର୍ଯାତନା ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ଭବାନୀପାଟଣାସ୍ଥିତ ଜିଲା ପୋକ୍‌ସୋ କୋର୍ଟର ସ୍ବତନ୍ତ୍ର ବିଚାରପତି ସ୍ମୃତି ଲେଖା ବାରିକ ଏହି ମାମଲାର ସମସ୍ତ ସାକ୍ଷ୍ୟ ପ୍ରମାଣକୁ ଭିତ୍ତି କରି ଦୋକାନ ମାଲିକ ଭବାନୀପାଟଣା ସହରର ହୌସିଲା ପ୍ରସାଦ ତିୱାରୀ(୬୭)ଙ୍କୁ ଦୋଷୀ ସାବ୍ୟସ୍ତ କରି ୩ବର୍ଷ ସଶ୍ରମ ଜେଲ ଦଣ୍ଡାଦେଶ ସହ ୪୫ ଶହ ଟଙ୍କା ଜରିମାନା ଆଦେଶ ଦେଇଛନ୍ତି।

ସୂଚନାରୁ ପ୍ରକାଶ ଯେ, ନାବାଳିକା ଜଣକ ହୌସିଲାଙ୍କ ଡେଲି ନିଡ୍ସ ଦୋକାନକୁ ସାମଗ୍ରୀ କିଣିବା ପାଇଁ ଯାଇଥିଲେ। ଏହି ସମୟରେ ହୌସିଲା ତାଙ୍କୁ ଯୌନ ନିର୍ଯାତନା ଦେଇଥିବା ନେଇ ପୀଡିତାଙ୍କ ବାପା ୧୭ ମାର୍ଚ୍ଚ ୨୦୨୦ରେ ଭବାନୀପାଟଣା ଟାଉନ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପରେ ମାମଲାଟି ଥାନାରୁ କୋର୍ଟକୁ ସ୍ଥାନାନ୍ତର ହୋଇଥିଲା। ଏହି ମାମଲାକୁ ସ୍ବତନ୍ତ୍ର ସରକାରୀ ଓକିଲ (ପିପି) ରୋହିତ କୁମାର ମିଶ୍ର ପରିଚାଳନା କରୁଥିଲେ।

The post ୧୪ ବର୍ଷ ପୂର୍ବେ ନାବାଳିକାଙ୍କୁ ଦେଇଥିଲେ ଯୌନ ନିର୍ଯାତନା: ଏବେ ମିଳିଲା ଦଣ୍ଡ appeared first on Dharitri Odia News.