୧୫୫ ତମ ଗାନ୍ଧୀ ଜୟନ୍ତୀ ସମାରୋହ: ପ୍ରତିମୂର୍ତ୍ତି ଉନ୍ମୋଚନ
ବାଲେଶ୍ୱର, ୨।୧୦(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ପ୍ରଶାସନ ଆନୁକୂଲ୍ୟରେ ଜିଲାପାଳଙ୍କ ନୂତନ କାର୍ଯ୍ୟାଳୟ ଠାରେ ବୁଧବାର ୧୫୫ତମ ଜିଲାସ୍ତରୀୟ ଗାନ୍ଧୀ ଜୟନ୍ତି ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ ହୋଇଯାଇଛି l ଜିଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ ମୂଖ୍ୟ ଅତିଥି ଭାବେ ଏମ୍ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ସମ୍ମାନିତ ଅତିଥି ଭାବେ ସଦର ବିଧାୟକ ମାନସ କୁମାର ଦତ୍ତ, ଜିଲା ପରିଷଦ ସଭାପତି ନାରାୟଣ ପ୍ରଧାନ ପ୍ରମୁଖ ଯୋଗ ଦେଇ ଗାନ୍ଧୀଜୀଙ୍କ ପ୍ରତିମୂର୍ତ୍ତି […] The post ୧୫୫ ତମ ଗାନ୍ଧୀ ଜୟନ୍ତୀ ସମାରୋହ: ପ୍ରତିମୂର୍ତ୍ତି ଉନ୍ମୋଚନ appeared first on Dharitri Odia News.
ବାଲେଶ୍ୱର, ୨।୧୦(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ପ୍ରଶାସନ ଆନୁକୂଲ୍ୟରେ ଜିଲାପାଳଙ୍କ ନୂତନ କାର୍ଯ୍ୟାଳୟ ଠାରେ ବୁଧବାର ୧୫୫ତମ ଜିଲାସ୍ତରୀୟ ଗାନ୍ଧୀ ଜୟନ୍ତି ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ ହୋଇଯାଇଛି l ଜିଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ ମୂଖ୍ୟ ଅତିଥି ଭାବେ ଏମ୍ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ସମ୍ମାନିତ ଅତିଥି ଭାବେ ସଦର ବିଧାୟକ ମାନସ କୁମାର ଦତ୍ତ, ଜିଲା ପରିଷଦ ସଭାପତି ନାରାୟଣ ପ୍ରଧାନ ପ୍ରମୁଖ ଯୋଗ ଦେଇ ଗାନ୍ଧୀଜୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିଥିଲେ l ଏଥିସହ ଜାତିରଜନକ ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲବାହାଦୁର ଶାସ୍ତ୍ରୀଙ୍କ ଜୀବନାଦର୍ଶ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ l ଏହି ସଭାରେ ଅତିରିକ୍ତ ଜିଲାପାଳ ସୁଧାକର ନାୟକ ଓ ନିରଞ୍ଜନ ବେହେରା, ଉପ ଜିଲାପାଳ ପ୍ରଥମେଶ ଅରବିନ୍ଦ ରାଜସିର୍କେ, ଜିଲାପରିଷଦ ମୂଖ୍ୟ ଉନୟନ ଅଧିକାରୀ ବିଶ୍ୱରଂଜନ ନାୟକଙ୍କ ସମେତ ବରିଷ୍ଠ ପ୍ରଶାସନିକ ଅଧିକାରୀ, ବୁଦ୍ଧିଜୀବୀ, ସମାଜସେବୀ, ଗାନ୍ଧିବାଦୀ ଉପସ୍ଥିତ ଥିଲେ l ଏହି ଅବସରରେ ଗୀତା, ବାଇବେଲ, କୋରାନ ଆଦି ସର୍ବ ଧର୍ମ ସମୂହ ପ୍ରାର୍ଥନା ଗାନ କରାଯାଇଥିଲା l ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରିଣୀ ସୁଶ୍ରୀ ଐଶ୍ୱର୍ଯ୍ୟା ସାମନ୍ତ ମଞ୍ଚ ସଂଯୋଜନା କରିଥିଲେ l
The post ୧୫୫ ତମ ଗାନ୍ଧୀ ଜୟନ୍ତୀ ସମାରୋହ: ପ୍ରତିମୂର୍ତ୍ତି ଉନ୍ମୋଚନ appeared first on Dharitri Odia News.