୧୭ରେ ଭୁବନେଶ୍ୱରରେ ସମସ୍ତ ସ୍କୁଲ ଓ କଲେଜ ଛୁଟି, ପିଏମ୍ ମୋଦୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ନିଷ୍ପତ୍ତି
ଭୁବନେଶ୍ୱର: ୧୭ ତାରିଖରେ ବନ୍ଦ ରହିବ ବିଏମସି ଅଞ୍ଚଳର ସମସ୍ତ ସ୍କୁଲ ଓ କଲେଜ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗସ୍ତ ନେଇ ଏହି ନିଷ୍ପତ୍ତି ନିଆଯାଇଛି। ଏନେଇ ଘୋଷଣା କରିଛନ୍ତି ରାଜ୍ୟ ସରକାର। ସରକାରୀ କାର୍ଯ୍ୟାଳୟ ଗୁଡିକରେ ପ୍ରଥମାର୍ଦ୍ଧ ଛୁଟି ରହିବ। ପ୍ରଧାନମନ୍ତ୍ରୀ ମୋଦୀ ସେପ୍ଟେମ୍ୱର ୧୭ ତାରିଖରେ ଭୁବନେଶ୍ୱର ଠାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରୁଛନ୍ତି। ଏଥିପାଇଁ ଭୁବନେଶ୍ୱରରେ ବିପୁଳ ଜନ ସମାଗମ ହେବ। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରର ସମସ୍ତ ସ୍କୁଲ କଲେଜଗୁଡିକ ସେଦିନ ସମ୍ପୂର୍ଣ୍ଣ ଛୁଟି ହେବା ସହିତ ସରକାରୀ କାର୍ଯ୍ୟାଳୟ ଗୁଡିକର ପ୍ରଥମାର୍ଦ୍ଧ ଛୁଟି ରହିବ ବୋଲି ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି।
ଭୁବନେଶ୍ୱର: ୧୭ ତାରିଖରେ ବନ୍ଦ ରହିବ ବିଏମସି ଅଞ୍ଚଳର ସମସ୍ତ ସ୍କୁଲ ଓ କଲେଜ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗସ୍ତ ନେଇ ଏହି ନିଷ୍ପତ୍ତି ନିଆଯାଇଛି। ଏନେଇ ଘୋଷଣା କରିଛନ୍ତି ରାଜ୍ୟ ସରକାର। ସରକାରୀ କାର୍ଯ୍ୟାଳୟ ଗୁଡିକରେ ପ୍ରଥମାର୍ଦ୍ଧ ଛୁଟି ରହିବ।
ପ୍ରଧାନମନ୍ତ୍ରୀ ମୋଦୀ ସେପ୍ଟେମ୍ୱର ୧୭ ତାରିଖରେ ଭୁବନେଶ୍ୱର ଠାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରୁଛନ୍ତି। ଏଥିପାଇଁ ଭୁବନେଶ୍ୱରରେ ବିପୁଳ ଜନ ସମାଗମ ହେବ। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରର ସମସ୍ତ ସ୍କୁଲ କଲେଜଗୁଡିକ ସେଦିନ ସମ୍ପୂର୍ଣ୍ଣ ଛୁଟି ହେବା ସହିତ ସରକାରୀ କାର୍ଯ୍ୟାଳୟ ଗୁଡିକର ପ୍ରଥମାର୍ଦ୍ଧ ଛୁଟି ରହିବ ବୋଲି ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି।