୧୭ରେ ରାଜଧାନୀର ସବୁ ବିଶ୍ୱବିଦ୍ୟାଳୟ ଛୁଟି, ପିଏମ୍‌ ମୋଦୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ନିଷ୍ପତ୍ତି

ଭୁବନେଶ୍ୱର: ଆସନ୍ତା ୧୭ ତାରିଖ ମଙ୍ଗଳବାର  BMC ଅଧୀନ ସମସ୍ତ ବିଶ୍ବବିଦ୍ୟାଳୟ ଓ କଲେଜ ବନ୍ଦ ରହିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ୱର ଆସୁଥିବାରୁ ଏହି ନିଷ୍ପତ୍ତି ନିଆଯାଇଛି। ‘ସୁଭଦ୍ରା ଯୋଜନା’ ଶୁଭାରମ୍ଭ ପାଇଁ ଆସନ୍ତା ୧୭ରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱର ଆସୁଛନ୍ତି। ଭିଡ଼ ଓ ସୁରକ୍ଷାକୁ ଦୃଷ୍ଟିରେ ରଖି ସମସ୍ତ ସରକାରୀ, ଘରୋଇ, ଡିମ୍‌ଡ ବିଶ୍ବବିଦ୍ୟାଳୟକୁ ନିର୍ଦ୍ଦେଶ ଦିଆଯାଇଛି। ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଏହି ନିର୍ଦ୍ଦେଶନାମା ଜାରି କରାଯାଇଛି।ସେହିପରି ମଙ୍ଗଳବାର ବନ୍ଦ ରହିବ ବିଏମସି ଅଞ୍ଚଳର ସମସ୍ତ ସ୍କୁଲ। ଏନେଇ ଘୋଷଣା କରିଥିଲେ ରାଜ୍ୟ ସରକାର। ସରକାରୀ କାର୍ଯ୍ୟାଳୟ ଗୁଡିକରେ ପ୍ରଥମାର୍ଦ୍ଧ ଛୁଟି ରହିବ।ପ୍ରଧାନମନ୍ତ୍ରୀ ମୋଦୀ ସେପ୍ଟେମ୍ୱର ୧୭ ତାରିଖରେ ଭୁବନେଶ୍ୱର ଠାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରୁଛନ୍ତି। ଏଥିପାଇଁ ଭୁବନେଶ୍ୱରରେ ବିପୁଳ ଜନ ସମାଗମ ହେବ। 

୧୭ରେ ରାଜଧାନୀର ସବୁ ବିଶ୍ୱବିଦ୍ୟାଳୟ ଛୁଟି, ପିଏମ୍‌ ମୋଦୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ନିଷ୍ପତ୍ତି

ଭୁବନେଶ୍ୱର: ଆସନ୍ତା ୧୭ ତାରିଖ ମଙ୍ଗଳବାର  BMC ଅଧୀନ ସମସ୍ତ ବିଶ୍ବବିଦ୍ୟାଳୟ ଓ କଲେଜ ବନ୍ଦ ରହିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ୱର ଆସୁଥିବାରୁ ଏହି ନିଷ୍ପତ୍ତି ନିଆଯାଇଛି। ‘ସୁଭଦ୍ରା ଯୋଜନା’ ଶୁଭାରମ୍ଭ ପାଇଁ ଆସନ୍ତା ୧୭ରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱର ଆସୁଛନ୍ତି। ଭିଡ଼ ଓ ସୁରକ୍ଷାକୁ ଦୃଷ୍ଟିରେ ରଖି ସମସ୍ତ ସରକାରୀ, ଘରୋଇ, ଡିମ୍‌ଡ ବିଶ୍ବବିଦ୍ୟାଳୟକୁ ନିର୍ଦ୍ଦେଶ ଦିଆଯାଇଛି। ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଏହି ନିର୍ଦ୍ଦେଶନାମା ଜାରି କରାଯାଇଛି।

ସେହିପରି ମଙ୍ଗଳବାର ବନ୍ଦ ରହିବ ବିଏମସି ଅଞ୍ଚଳର ସମସ୍ତ ସ୍କୁଲ। ଏନେଇ ଘୋଷଣା କରିଥିଲେ ରାଜ୍ୟ ସରକାର। ସରକାରୀ କାର୍ଯ୍ୟାଳୟ ଗୁଡିକରେ ପ୍ରଥମାର୍ଦ୍ଧ ଛୁଟି ରହିବ।

ପ୍ରଧାନମନ୍ତ୍ରୀ ମୋଦୀ ସେପ୍ଟେମ୍ୱର ୧୭ ତାରିଖରେ ଭୁବନେଶ୍ୱର ଠାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରୁଛନ୍ତି। ଏଥିପାଇଁ ଭୁବନେଶ୍ୱରରେ ବିପୁଳ ଜନ ସମାଗମ ହେବ।