୧୮ ରେ ଖୋଲିବ ସ୍କୁଲ,ପ୍ରଥମ ଦିନରୁ ମଧ୍ୟାହ୍ନ ଭୋଜନ ପାଇଁ ନିର୍ଦେଶ
ଭୁବନେଶ୍ଵର: ଆସନ୍ତା ୧୮ ତାରିଖରୁ ରାଜ୍ୟର ସମସ୍ତ ସ୍କୁଲ ଖୋଲିବାକୁ ଯାଉଛି। ମଙ୍ଗଳବାର ସ୍କୁଲ ଖୋଲିବାର ପ୍ରଥମ ଦିନରୁ ହିଁ ଛାତ୍ରଛାତ୍ରୀ ମାନଙ୍କୁ ମଧ୍ୟାହ୍ନ ଭୋଜନ ଦିଆଯିବ। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମଧ୍ୟାହ୍ନ ଭୋଜନ ଦେବା ପାଇଁ ପଦକ୍ଷେପ ନେବାକୁ ସମସ୍ତ ଡିଇଓଙ୍କୁ ପିଏମ୍ ପୋଷଣ ରାଜ୍ୟ ନୋଡାଲ ଅଧିକାରୀ ନିର୍ଦ୍ଦେଶ ଦେଇଛନ୍ତି। କୌଣସି ପିଲା ଯେଭଳି ମଧ୍ୟାହ୍ନ ଭୋଜନ ପାଇବାରୁ ବଞ୍ଚିତ ନହୁଅନ୍ତି , ସେ ନେଇ ସ୍କୁଲ କର୍ତ୍ତୃପକ୍ଷଙ୍କୁ ତାଗିଦ କରାଯାଇଛି। ତେବେ […]

ଭୁବନେଶ୍ଵର: ଆସନ୍ତା ୧୮ ତାରିଖରୁ ରାଜ୍ୟର ସମସ୍ତ ସ୍କୁଲ ଖୋଲିବାକୁ ଯାଉଛି। ମଙ୍ଗଳବାର ସ୍କୁଲ ଖୋଲିବାର ପ୍ରଥମ ଦିନରୁ ହିଁ ଛାତ୍ରଛାତ୍ରୀ ମାନଙ୍କୁ ମଧ୍ୟାହ୍ନ ଭୋଜନ ଦିଆଯିବ। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମଧ୍ୟାହ୍ନ ଭୋଜନ ଦେବା ପାଇଁ ପଦକ୍ଷେପ ନେବାକୁ ସମସ୍ତ ଡିଇଓଙ୍କୁ ପିଏମ୍ ପୋଷଣ ରାଜ୍ୟ ନୋଡାଲ ଅଧିକାରୀ ନିର୍ଦ୍ଦେଶ ଦେଇଛନ୍ତି। କୌଣସି ପିଲା ଯେଭଳି ମଧ୍ୟାହ୍ନ ଭୋଜନ ପାଇବାରୁ ବଞ୍ଚିତ ନହୁଅନ୍ତି , ସେ ନେଇ ସ୍କୁଲ କର୍ତ୍ତୃପକ୍ଷଙ୍କୁ ତାଗିଦ କରାଯାଇଛି। ତେବେ ସ୍କୁଲ ଖୋଲିବା ପୂର୍ବରୁ ମଧ୍ୟାହ୍ନ ଭୋଜନ ପାଇଁ ବଳକା ରହିଥିବା ଚାଉଳ, ତେଲ, ଡାଲି, ସୋୟାବଢ଼ି ସମେତ ମଧ୍ୟାହ୍ନ ଭୋଜନରେ ବ୍ୟବହୃତ ଅନ୍ୟାନ୍ୟ ସାମଗ୍ରୀର ମାନ ଠିକ୍ ଅଛି କି ନାହିଁ ଯାଞ୍ଚ କରିବାକୁ ନିର୍ଦେଶ ରହିଛି। ରୋଷେୟା କିମ୍ବା ସ୍ବୟଂ ସହାୟକ ଗୋଷ୍ଠୀ ରାନ୍ଧିବାକୁ ଦେବା ପୂର୍ବରୁ ଭଲ ଭାବେ ଚାଖିବେ। ସାମଗ୍ରୀଗୁଡ଼ିକ ଖାଇବା ଯୋଗ୍ୟ ନଥିଲେ ନଷ୍ଟ କରିବା ଦିଗରେ ପଦକ୍ଷେପ ନେବେ ସ୍କୁଲ ପ୍ରଧାନଶିକ୍ଷକ।