୧୮୦ ଦିନର ମାତୃତ୍ଵ ଛୁଟି ନେଇ ପାରିବେ ମହିଳା ସରକାରୀ କର୍ମଚାରୀ
ଭୁବନେଶ୍ୱର : ମାତୃତ୍ୱଛୁଟି ନେଇ ମହିଳା ସରକାରୀ କର୍ମଚାରୀଙ୍କ ଦ୍ବନ୍ଦ୍ବ ହେଲା ଦୂର । ମାତୃତ୍ବ ଛୁଟି ଏକକାଳୀନ ନିରବଚ୍ଛିନ୍ନ ଭାବେ ବା ବିଭିନ୍ନ ପର୍ଯ୍ୟାୟରେ ନିଆଯାଇପାରିବ । ସମ୍ଭାବ୍ୟ ପ୍ରସବ ତାରିଖର ତିନି ମାସ ପୂର୍ବରୁ, ପ୍ରସବ ତାରିଖର ଛଅ ମାସ ମଧ୍ୟରେ ୧୮୦ ଦିନର ମାତୃତ୍ଵ ଛୁଟି । ସେ ସମ୍ପର୍କରେ ନିର୍ଦ୍ଦିଷ୍ଟ ନିୟମ ସ୍ଥିରୀକୃତ କରାଯାଇଛି । ମୁଖ୍ୟମନ୍ତ୍ରୀ ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । ଏହା ଦ୍ୱାରା ମହିଳା ସରକାରୀ […]

ଭୁବନେଶ୍ୱର : ମାତୃତ୍ୱଛୁଟି ନେଇ ମହିଳା ସରକାରୀ କର୍ମଚାରୀଙ୍କ ଦ୍ବନ୍ଦ୍ବ ହେଲା ଦୂର । ମାତୃତ୍ବ ଛୁଟି ଏକକାଳୀନ ନିରବଚ୍ଛିନ୍ନ ଭାବେ ବା ବିଭିନ୍ନ ପର୍ଯ୍ୟାୟରେ ନିଆଯାଇପାରିବ । ସମ୍ଭାବ୍ୟ ପ୍ରସବ ତାରିଖର ତିନି ମାସ ପୂର୍ବରୁ, ପ୍ରସବ ତାରିଖର ଛଅ ମାସ ମଧ୍ୟରେ ୧୮୦ ଦିନର ମାତୃତ୍ଵ ଛୁଟି । ସେ ସମ୍ପର୍କରେ ନିର୍ଦ୍ଦିଷ୍ଟ ନିୟମ ସ୍ଥିରୀକୃତ କରାଯାଇଛି । ମୁଖ୍ୟମନ୍ତ୍ରୀ ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । ଏହା ଦ୍ୱାରା ମହିଳା ସରକାରୀ କର୍ମଚାରୀ ମାନେ ମାତୃତ୍ୱ କ୍ଷେତ୍ରରେ ଛୁଟି ପାଇବାରେ ଯେଉଁ ସମସ୍ୟାର ସମ୍ମୁଖୀନ ହେଉଥିଲେ ତାହା ଦୂର ହୋଇଛି ।
ଜଣେ ମହିଳା ସରକାରୀ କର୍ମଚାରୀ ଦୁଇଟିରୁ କମ୍ ଜୀବିତ ପିଲାଙ୍କ ପାଇଁ, ମାତୃତ୍ୱ ସମୟରେ ୧୮୦ ଦିନ ପର୍ଯ୍ୟନ୍ତ ଛୁଟି ପାଇବାର ନିୟମ ରହିଛି । କିନ୍ତୁ ମାତୃତ୍ଵ ଛୁଟି କେଉଁ ଅବଧି ଭିତରେ ନିଆଯାଇପାରିବ, ସେ ବିଷୟରେ କିଛିଟା ଦ୍ୱନ୍ଦ୍ୱ ଥିଲା । ଏବେ ସେହି ଦ୍ୱନ୍ଦ୍ୱ ଦୂର ହୋଇଛି ।
ଜଣେ ମହିଳା ସରକାରୀ କର୍ମଚାରୀ ଯିଏ ଶିଶୁ ଜନ୍ମ ସମୟରେ ସରକାରୀ ସେବାରେ ନଥିଲେ, ସେ ସରକାରୀ ସେବାରେ ଯୋଗ ଦେବାପରେ, ତାଙ୍କର ଶିଶୁକୁ ଛଅ ମାସ ହେବା ପର୍ଯ୍ୟନ୍ତ ମାତୃତ୍ଵ ଛୁଟି ନେଇପାରିବେ । ତେଣୁ ଏହି କ୍ଷେତ୍ରରେ, ମାତୃତ୍ବ ଛୁଟି ୧୮୦ ଦିନରୁ କମ୍ ହେବ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।
ଏହା ଦ୍ୱାରା ମହିଳା ସରକାରୀ କର୍ମଚାରୀ ମାନେ ମାତୃତ୍ୱ କ୍ଷେତ୍ରରେ ଛୁଟି ପାଇବାରେ ଯେଉଁ ସମସ୍ୟାର ସମ୍ମୁଖୀନ ହେଉଥିଲେ ତାହା ଦୂର ହୋଇଛି । ଯଦି ମାତୃତ୍ଵ ଛୁଟି ସମୟରେ ଜଣେ ମହିଳା ସରକାରୀ କର୍ମଚାରୀଙ୍କୁ ଉଚ୍ଚ ପଦବୀକୁ ପଦୋନ୍ନତି ଦିଆଯାଏ, ତେବେ ତାଙ୍କର ସେହି ଉଚ୍ଚ ପଦବୀରେ ଯୋଗଦାନ ରିପୋର୍ଟ ଯେଉଁଦିନ ଉପଯୁକ୍ତ କର୍ତ୍ତୃପକ୍ଷ ପାଇବେ ସେହିଦିନ ସେ ସେହି ଯୋଗ ଦେଲେ ବୋଲି ଧରାଯିବ। ସେ ତାଙ୍କର ମାତୃତ୍ଵ ଛୁଟିର ଅବଶିଷ୍ଟ ଅବଧି ନିରବଚ୍ଛିନ୍ନ ଭାବେ ନେଇପାରିବେ ।