୧୯ ଯାଏଁ ରହିବ କାଳବୈଶାଖୀର ପ୍ରଭାବ, ଘଡ଼ଘଡ଼ି ସହ ବର୍ଷା ନେଇ ଆଲର୍ଟ

ଭୁବନେଶ୍ୱର ୧୫।୦୪ : ମଙ୍ଗଳବାର ଓ ବୁଧବାର ରାଜ୍ୟର କିଛି ସ୍ଥାନରେ ଭାରୀ ବର୍ଷା ସମ୍ଭାବନା ଅଛି । ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ଏହି ପୂର୍ବାନୁମାନ କରିଛି। ମଙ୍ଗଳବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ସୁନ୍ଦରଗଡ଼, ଢେଙ୍କାନାଳ, ଗଞ୍ଜାମ ଓ ଗଜପତିରେ ପ୍ରବଳ ବର୍ଷା ହୋଇପାରେ। ବୁଧବାର ମଧ୍ୟ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ତେବେ ମଙ୍ଗଳବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ସୁନ୍ଦରଗଡ଼, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଘଡ଼ଘଡ଼ି ସହ ବର୍ଷା ସାଙ୍ଗକୁ ୫୦ରୁ ୬୦କିମି ବେଗରେ ପବନ ବହିପାରେ । ଏ ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବୁଧବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ ଓ କେନ୍ଦୁଝରରେ ଘଡ଼ଘଡ଼ି ସହ ବର୍ଷା ସାଙ୍ଗକୁ ୪୦ରୁ ୫୦କିମି ବେଗରେ ପବନ ବହିପାରେ ।୧୭ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ

୧୯ ଯାଏଁ ରହିବ କାଳବୈଶାଖୀର ପ୍ରଭାବ, ଘଡ଼ଘଡ଼ି ସହ ବର୍ଷା ନେଇ ଆଲର୍ଟ

ଭୁବନେଶ୍ୱର ୧୫।୦୪ : ମଙ୍ଗଳବାର ଓ ବୁଧବାର ରାଜ୍ୟର କିଛି ସ୍ଥାନରେ ଭାରୀ ବର୍ଷା ସମ୍ଭାବନା ଅଛି । ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ଏହି ପୂର୍ବାନୁମାନ କରିଛି। ମଙ୍ଗଳବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ସୁନ୍ଦରଗଡ଼, ଢେଙ୍କାନାଳ, ଗଞ୍ଜାମ ଓ ଗଜପତିରେ ପ୍ରବଳ ବର୍ଷା ହୋଇପାରେ। ବୁଧବାର ମଧ୍ୟ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି । 

ତେବେ ମଙ୍ଗଳବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ସୁନ୍ଦରଗଡ଼, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଘଡ଼ଘଡ଼ି ସହ ବର୍ଷା ସାଙ୍ଗକୁ ୫୦ରୁ ୬୦କିମି ବେଗରେ ପବନ ବହିପାରେ । ଏ ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । 

ବୁଧବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ ଓ କେନ୍ଦୁଝରରେ ଘଡ଼ଘଡ଼ି ସହ ବର୍ଷା ସାଙ୍ଗକୁ ୪୦ରୁ ୫୦କିମି ବେଗରେ ପବନ ବହିପାରେ ।

୧୭ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ରାୟଗଡ଼ାରେ ମଧ୍ୟ ବର୍ଷା ସମ୍ଭାବନା ଅଛି । ଆସନ୍ତା ୧୯ ତାରିଖ ଯାଏ କାଳବୈଶାଖୀର ପ୍ରଭାବ ରହିବ । ଏହାପରେ ତାତି କ୍ରମଶଃ ବଢ଼ିବ ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି ।