୧୯ ରେ ଓଡିଶା ଆସିବେ ଜେ.ପି.ନଡ୍ଡା

ଭୁବନେଶ୍ୱର : ଆସନ୍ତା ୧୯ ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ୧୯ ଏବଂ ୨୦ ତାରିଖରେ ପୁରୀ ବଳିଆପଣ୍ଡାରେ ବିଜେପିର ରାଜ୍ୟ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ । ବୈଠକକୁ ଉଦଘାଟନ କରିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା । ଏ ସମ୍ପର୍କରେ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । କେନ୍ଦ୍ରରେ ତୃତୀୟ […]

୧୯ ରେ ଓଡିଶା ଆସିବେ ଜେ.ପି.ନଡ୍ଡା
୧୯ ରେ ଓଡିଶା ଆସିବେ ଜେ.ପି.ନଡ୍ଡା

ଭୁବନେଶ୍ୱର : ଆସନ୍ତା ୧୯ ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ୧୯ ଏବଂ ୨୦ ତାରିଖରେ ପୁରୀ ବଳିଆପଣ୍ଡାରେ ବିଜେପିର ରାଜ୍ୟ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ । ବୈଠକକୁ ଉଦଘାଟନ କରିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା । ଏ ସମ୍ପର୍କରେ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ।

କେନ୍ଦ୍ରରେ ତୃତୀୟ ଥର ମୋଦି ସରକାର ଏବଂ ଓଡ଼ିଶାରେ ପ୍ରଥମ ଥର ବିଜେପି ସରକାର ଗଠନ ପରେ ରାଜ୍ୟ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ବସୁଛି । ବୈଠକରେ ଆଗାମି ଦିନର ରଣନୀତି ଓ କାର୍ଯ୍ୟପନ୍ଥା ପ୍ରସ୍ତୁତ କରାଯିବ ବୋଲି ସୂଚନା ମିଳିଛି । ସେହିପରି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ଥିଲା । ହେଲେ ତାଙ୍କର ସ୍ୱାସ୍ଥ୍ୟଗତ ସମସ୍ୟା କାରଣରୁ ଓଡ଼ିଶା ଆସିପାରୁନାହାଁନ୍ତି ବୋଲି ମନମୋହନ ସାମଲ ସୂଚନା ଦେଇଛନ୍ତି ।