୧୯ରେ ଆଣ୍ଡାମାନ ଛୁଇଁବ ମୌସୁମୀ

ଭୁବନେଶ୍ୱର,୧୪।୫(ଅସମାପିକା ସାହୁ):ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆସନ୍ତା ୧୯ ତାରିଖ ସୁଦ୍ଧା ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଦ୍ୱୀପ ଏବଂ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଛୁଇଁବ। ଏଥିପାଇଁ ପାଗ ଅନୁକୂଳ ରହିଛି। ଗତବର୍ଷ ମଧ୍ୟ ଏହି ସମୟରେ ଏସବୁ ଅଞ୍ଚଳକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ସ୍ବାଭାବିକ ତାରିଖ ଅନୁସାରେ ଅଗ୍ରସର ହୋଇଥିଲା ବୋଲି ସୋମବାର ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି। ବିଭାଗର ସୂଚନାନୁସାରେ, ଗତବର୍ଷ ଜୁନ୍‌ ୮ରେ ଭାରତର ମୁଖ୍ୟ ଭୂଖଣ୍ଡ କେରଳ ଉପକୂଳକୁ ୭ଦିନ ବିଳମ୍ବରେ ଦକ୍ଷିଣ-ପଶ୍ଚିମ ମୌସୁମୀ […] The post ୧୯ରେ ଆଣ୍ଡାମାନ ଛୁଇଁବ ମୌସୁମୀ appeared first on Dharitri Odia News.

୧୯ରେ ଆଣ୍ଡାମାନ ଛୁଇଁବ ମୌସୁମୀ

ଭୁବନେଶ୍ୱର,୧୪।୫(ଅସମାପିକା ସାହୁ):ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆସନ୍ତା ୧୯ ତାରିଖ ସୁଦ୍ଧା ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଦ୍ୱୀପ ଏବଂ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଛୁଇଁବ। ଏଥିପାଇଁ ପାଗ ଅନୁକୂଳ ରହିଛି। ଗତବର୍ଷ ମଧ୍ୟ ଏହି ସମୟରେ ଏସବୁ ଅଞ୍ଚଳକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ସ୍ବାଭାବିକ ତାରିଖ ଅନୁସାରେ ଅଗ୍ରସର ହୋଇଥିଲା ବୋଲି ସୋମବାର ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି। ବିଭାଗର ସୂଚନାନୁସାରେ, ଗତବର୍ଷ ଜୁନ୍‌ ୮ରେ ଭାରତର ମୁଖ୍ୟ ଭୂଖଣ୍ଡ କେରଳ ଉପକୂଳକୁ ୭ଦିନ ବିଳମ୍ବରେ ଦକ୍ଷିଣ-ପଶ୍ଚିମ ମୌସୁମୀ ପ୍ରବେଶ କରିଥିଲା। ସେହିପରି ଓଡ଼ିଶାକୁ ସ୍ବାଭାବିକ ସମୟଠାରୁ ପାଖାପାଖି ୧୦ ଦିନ ବିଳମ୍ବରେ ଅର୍ଥାତ୍‌ ଜୁନ ୨୨ବେଳକୁ ଅଗ୍ରସର ହୋଇଥିଲା। ଗତବର୍ଷ ଗୁଜରାଟ ଉପକୂଳ ଛୁଇଁ ଥିବା ବିପର୍ଯ୍ୟୟ ବାତ୍ୟା ପ୍ରଭାବରେ ଉତ୍ତରପଶ୍ଚିମ ଦିଗରୁ ରାଜ୍ୟ ମଧ୍ୟକୁ ଶୁଷ୍କ ଗରମ ବାୟୁର ପ୍ରବେଶ ଯୋଗୁ ଜୁନ ପ୍ରାରମ୍ଭରେ ମୌସୁମୀ ପ୍ରବେଶ ବିଳମ୍ବ ହୋଇଥିଲା ଏବଂ ପାଖାପାଖି ୩୭% କମ୍‌ ବର୍ଷା ରେକର୍ଡ କରାଯାଇଥିଲା। ଏଥିସହ ୧୨ଦିନ ଗ୍ରୀଷ୍ମ ପ୍ରବାହ ମଧ୍ୟ ଅନୁଭୂତ ହୋଇଥିଲା। ସାଧାରଣତଃ ମୌସୁମୀ ଆଣ୍ଡାମାନ ସାଗରକୁ ପ୍ରବେଶ କରିବା ପରେ ଯଦି ବାତ୍ୟା କିମ୍ବା ଅବପାତ ପାଣିପାଗ ପ୍ରକ୍ରିୟା ସୃଷ୍ଟି ନ ହୁଏ, ତେବେ କେରଳ ତଥା ଓଡ଼ିଶାକୁ ସମୟ ପୂର୍ବରୁ ମୌସୁମୀ ଅଗ୍ରସର ହେବା ସମ୍ଭାବନାକୁ ଏଡ଼ାଇ ଦିଆଯାଇ ନ ପାରେ ବୋଲି ପାଣିପାଗ ବିଭାଗ କହିଛି।
ଏପଟେ ରାଜ୍ୟରେ ଏବେ କାଳବୈଶାଖୀ ବର୍ଷା ଲାଗି ରହିଛି। ସୋମବାର ଭଦ୍ରକ, ଦାରିଙ୍ଗବାଡ଼ି, ବାରିପଦାରେ ବର୍ଷା ହୋଇଥିବାବେଳେ ଆସନ୍ତା ଦୁଇଦିନ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବ। ଏଥିପାଇଁ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ମଙ୍ଗଳବାର କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ ଏବଂ ନୟାଗଡ଼ ଜିଲାର କିଛି ସ୍ଥାନରେ ଝଡ଼ତୋଫାନ ହେବ। ଏସବୁ ସ୍ଥାନରେ ପବନର ବେଗ ଘଣ୍ଟାପ୍ରତି ୩୦-୪୦ କି.ମି. ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଅପରପକ୍ଷେ ସୋମବାର ନୂଆପଡ଼ାରେ ସର୍ବାଧିକ ୪୩ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ବାକିସବୁ ସ୍ଥାନ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିଥିଲା।

The post ୧୯ରେ ଆଣ୍ଡାମାନ ଛୁଇଁବ ମୌସୁମୀ appeared first on Dharitri Odia News.