୨ ଦିନ ଏହି ୧୪ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୮।୧୦: ଶୁକ୍ରବାର ଓ ଶନିବାର ୧୪ ଜିଲାରେ ପ୍ରବଳ ବର୍ଷିବ। ତେବେ ବର୍ଷାକୁ ନେଇ ଏହି ୧୪ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଦିଆଯାଇଛି। ଏସବୁ ଜିଲା ଗୁଡ଼ିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା,କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି। ବିଲରେ ଧାନ ବାହାରିବାକୁ ବସିଲାଣି। ଚାଷୀକୁଳ ଅସରାଏ ବର୍ଷାକୁ ଚାହିଁ ରହିଛନ୍ତି। ବର୍ଷା ହେଲେ ବିଲରେ ସୁନା ଫଳିବ। ବର୍ଷକର ପରିଶ୍ରମ ଚାଷୀଙ୍କୁ ମିଳିବ। । […] The post ୨ ଦିନ ଏହି ୧୪ ଜିଲାରେ ପ୍ରବଳ ବର୍ଷିବ appeared first on Dharitri Odia News.

୨ ଦିନ ଏହି ୧୪ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୮।୧୦: ଶୁକ୍ରବାର ଓ ଶନିବାର ୧୪ ଜିଲାରେ ପ୍ରବଳ ବର୍ଷିବ। ତେବେ ବର୍ଷାକୁ ନେଇ ଏହି ୧୪ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଦିଆଯାଇଛି। ଏସବୁ ଜିଲା ଗୁଡ଼ିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା,କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି।

ବିଲରେ ଧାନ ବାହାରିବାକୁ ବସିଲାଣି। ଚାଷୀକୁଳ ଅସରାଏ ବର୍ଷାକୁ ଚାହିଁ ରହିଛନ୍ତି। ବର୍ଷା ହେଲେ ବିଲରେ ସୁନା ଫଳିବ। ବର୍ଷକର ପରିଶ୍ରମ ଚାଷୀଙ୍କୁ ମିଳିବ। । ଏପରି ସ୍ଥଳେ ଓଡ଼ିଶା ପାଇଁ ବାତ୍ୟା ବିପଦ ଘନେଇଲାଣି। ଏହାକୁ ନେଇ ଚାଷୀଙ୍କ ମନରେ ଛନକା ପଶିଲାଣି।

ଭାରତୀୟ ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଆସନ୍ତା ୨୦ ତାରିଖରେ ଉତ୍ତର ଆଣ୍ଡାମାନ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିହେବ। ୨୨ ତାରିଖରେ ଏହା ଲଘୁଚାପରେ ପରିଣତ ହେବ। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଡିପ୍‌ ଡିପ୍ରେସନ(ଗଭୀର ଅବପାତ)ରେ ପରିଣତ ହୋଇ ଉତ୍ତର ପଶ୍ଚିମ ଦିଗକୁ ଗତି କରିବ। ଲଘୁଚାପ ବାତ୍ୟାରେ ପରିଣତ ହେବ କି ନାହିଁ ସେ ନେଇ ପାଣିପାଗ ବିଭାଗ ପକ୍ଷରୁ କିଛି ସ୍ପଷ୍ଟ କରାଯାଇ ନାହିଁ। ଲଘୁଚାପର ଗତିବିଧି ଉପରେ ନଜର ରଖାଯାଇଛି। ପରବର୍ତ୍ତୀ ସମୟରେ ଏ ନେଇ ସୂଚନା ଦିଆଯିବ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି।

The post ୨ ଦିନ ଏହି ୧୪ ଜିଲାରେ ପ୍ରବଳ ବର୍ଷିବ appeared first on Dharitri Odia News.