୨ ଦିନିଆ ଜିଲ୍ଲାପାଳ ସମ୍ମିଳନୀ ଆରମ୍ଭ, ବିକାଶର ରୋଡ୍‌ମ୍ୟାପ୍‌ ନେଇ ଆଲୋଚନା

ଭୁବନେଶ୍ବର ୨୭/୯: ନୂଆ ସରକାରରେ ପ୍ରଥମ ଥର ଜିଲ୍ଲାପାଳଙ୍କ ସହ ବୈଠକ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଅଭିଭାଷଣ ରଖି କହିଛନ୍ତି ସରକାରଙ୍କ ଯୋଜନା ତୃଣମୂଳସ୍ତରରେ ପହଞ୍ଚାଇବା ଜିଲ୍ଲାପାଳଙ୍କ ଦାୟିତ୍ବ । ସରକାର ଓ ଲୋକଙ୍କ ମଧ୍ୟରେ ମୁଖ୍ୟ ସେତୁ ହେଉଛନ୍ତି ଜିଲ୍ଲାପାଳ । ରାଜଧାନୀକୁ ଛାଡ଼ିଦେଲେ ଅନ୍ୟ ସବୁଠି ସରକାର କହିଲେ ଜିଲ୍ଲାପାଳ । ଜିଲ୍ଲାପାଳଙ୍କ ନିକଟରେ ଲୋକଙ୍କ ସମସ୍ୟା ସମାଧାନ ହୁଏ । ସରକାରୀ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରୀ ଜିଲ୍ଲାପାଳଙ୍କ ହାତରେ । ଦୁର୍ନୀତି ନେଇ ଶୂନ୍ୟ ସହନଶୀଳତା ଅବଲମ୍ବନ କରିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।ଜିଲ୍ଲାର ବିଭିନ୍ନ କାର୍ଯ୍ୟାଳୟ ପରିଦର୍ଶନ କରିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେବା ସହ ଯଦି କିଛି ଅନିୟମିତତା ହେଉଛି ତାହା ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସେହିପରି ଗଣମାଧ୍ୟମ, ସୋସିଆଲ ମିଡିଆରେ ଆସୁଥିବା ଅଭିଯୋଗ ବାବଦରେ ଅନୁଧ୍ୟାନ କରି କାର୍ଯ୍ୟାନୁଷ୍ଠାନ ନେବାକୁ ବି ପରାମର୍ଶ ଦେଇଛନ୍ତି।ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ରାଜ୍ୟରେ ପ୍ରାଥମିକ ଶିକ୍ଷା ବିପର୍ଯ୍ୟସ୍ତ ଅବସ୍ଥାରେ ଅଛି । ୨ ଦଶନ୍ଧି ଧରି ଲାଗି ରହିଛି ଏହି ଅବହେଳା । 5T ନାଁରେ ରଙ୍ଗମରା କାମ ଚାଲିଥିଲା ।  ଭିତ୍ତିଭୂମି ବିକାଶକୁ ଗୁରୁତ୍ବ ଦିଆଗଲା ନା

୨ ଦିନିଆ ଜିଲ୍ଲାପାଳ ସମ୍ମିଳନୀ ଆରମ୍ଭ, ବିକାଶର ରୋଡ୍‌ମ୍ୟାପ୍‌ ନେଇ ଆଲୋଚନା

ଭୁବନେଶ୍ବର ୨୭/୯: ନୂଆ ସରକାରରେ ପ୍ରଥମ ଥର ଜିଲ୍ଲାପାଳଙ୍କ ସହ ବୈଠକ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଅଭିଭାଷଣ ରଖି କହିଛନ୍ତି ସରକାରଙ୍କ ଯୋଜନା ତୃଣମୂଳସ୍ତରରେ ପହଞ୍ଚାଇବା ଜିଲ୍ଲାପାଳଙ୍କ ଦାୟିତ୍ବ । ସରକାର ଓ ଲୋକଙ୍କ ମଧ୍ୟରେ ମୁଖ୍ୟ ସେତୁ ହେଉଛନ୍ତି ଜିଲ୍ଲାପାଳ । ରାଜଧାନୀକୁ ଛାଡ଼ିଦେଲେ ଅନ୍ୟ ସବୁଠି ସରକାର କହିଲେ ଜିଲ୍ଲାପାଳ । ଜିଲ୍ଲାପାଳଙ୍କ ନିକଟରେ ଲୋକଙ୍କ ସମସ୍ୟା ସମାଧାନ ହୁଏ । ସରକାରୀ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରୀ ଜିଲ୍ଲାପାଳଙ୍କ ହାତରେ । ଦୁର୍ନୀତି ନେଇ ଶୂନ୍ୟ ସହନଶୀଳତା ଅବଲମ୍ବନ କରିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।


ଜିଲ୍ଲାର ବିଭିନ୍ନ କାର୍ଯ୍ୟାଳୟ ପରିଦର୍ଶନ କରିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେବା ସହ ଯଦି କିଛି ଅନିୟମିତତା ହେଉଛି ତାହା ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସେହିପରି ଗଣମାଧ୍ୟମ, ସୋସିଆଲ ମିଡିଆରେ ଆସୁଥିବା ଅଭିଯୋଗ ବାବଦରେ ଅନୁଧ୍ୟାନ କରି କାର୍ଯ୍ୟାନୁଷ୍ଠାନ ନେବାକୁ ବି ପରାମର୍ଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ରାଜ୍ୟରେ ପ୍ରାଥମିକ ଶିକ୍ଷା ବିପର୍ଯ୍ୟସ୍ତ ଅବସ୍ଥାରେ ଅଛି । ୨ ଦଶନ୍ଧି ଧରି ଲାଗି ରହିଛି ଏହି ଅବହେଳା । 5T ନାଁରେ ରଙ୍ଗମରା କାମ ଚାଲିଥିଲା ।  ଭିତ୍ତିଭୂମି ବିକାଶକୁ ଗୁରୁତ୍ବ ଦିଆଗଲା ନାହିଁ । ଏଥିପାଇଁ ପିଲାମାନେ ମିଶାଣ ଫେଡ଼ାଣ ଜାଣୁ ନାହାନ୍ତି । ସେହିପରି ପୂର୍ବ ସରକାର ସମୟରେ ଥାନାର ସଂଜ୍ଞା ରଖି ମୁଖ୍ୟମନ୍ତ୍ରୀ  କହିଛନ୍ତି ନିର୍ବାଚନରେ ମୋ ପ୍ରତି ଦୁର୍ବବ୍ୟହାର ହୋଇଥିଲା । ଅଭିଯୋଗ ପାଇଁ ଥାନାକୁ ଯାଇଥିଲି, IIC ଶୁଣିନଥିଲେ । କାହା ଚାପରେ ଅସମ୍ମାନ କଲେ ବୋଲି ପ୍ରଶ୍ନ କରିଛନ୍ତି CM  । ଶୁକ୍ରବାର ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ନେଇ ବୈଠକ କରିବା ପରେ ଶନିବାର ସମସ୍ତ ଜିଲ୍ଲାର ଏସପି ମାନଙ୍କ ସହ ବୈଠକ କରିବେ ମୁଖ୍ୟମନ୍ତ୍ରୀ ।