+୨ ପରୀକ୍ଷା ପାଇଁ ବଦଳିଲା ପ୍ରଶ୍ନପତ୍ର ଢାଞ୍ଚା, ଜାଣନ୍ତୁ କିପରି ହେବ ପରୀକ୍ଷା
ଭୁବନେଶ୍ୱର, ୨୦ା୮(ଅସମାପିକା ସାହୁ): ଯୁକ୍ତ୨ ପରୀକ୍ଷା ପାଇଁ ପ୍ରଶ୍ନପତ୍ର ଢାଞ୍ଚାକୁ ବଦଳାଯାଇଛି। କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ପ୍ରଶ୍ନପତ୍ର ଢାଞ୍ଚା ବଦଳିଛି। ଆସନ୍ତା ବର୍ଷ ଅର୍ଥାତ୍ ୨୦୨୫ରୁ ଏହା ଲାଗୁ କରାଯିବ। ନୂଆ ପ୍ରଶ୍ନପତ୍ର କିଭଳି ରହିବ ଏବଂ ମାର୍କ କିପରି ଦିଆଯିବ ସେ ନେଇ ମଙ୍ଗଳବାର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଗତ ଜୁନ୍ ୨୮ତାରିଖରେ ପରିଷଦର ବୈଠକ ଏହି ନିଷ୍ପତ୍ତି ନିଆଯାଇଥିବା ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି। […] The post +୨ ପରୀକ୍ଷା ପାଇଁ ବଦଳିଲା ପ୍ରଶ୍ନପତ୍ର ଢାଞ୍ଚା, ଜାଣନ୍ତୁ କିପରି ହେବ ପରୀକ୍ଷା appeared first on Dharitri Odia News.
ଭୁବନେଶ୍ୱର, ୨୦ା୮(ଅସମାପିକା ସାହୁ): ଯୁକ୍ତ୨ ପରୀକ୍ଷା ପାଇଁ ପ୍ରଶ୍ନପତ୍ର ଢାଞ୍ଚାକୁ ବଦଳାଯାଇଛି। କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ପ୍ରଶ୍ନପତ୍ର ଢାଞ୍ଚା ବଦଳିଛି। ଆସନ୍ତା ବର୍ଷ ଅର୍ଥାତ୍ ୨୦୨୫ରୁ ଏହା ଲାଗୁ କରାଯିବ। ନୂଆ ପ୍ରଶ୍ନପତ୍ର କିଭଳି ରହିବ ଏବଂ ମାର୍କ କିପରି ଦିଆଯିବ ସେ ନେଇ ମଙ୍ଗଳବାର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଗତ ଜୁନ୍ ୨୮ତାରିଖରେ ପରିଷଦର ବୈଠକ ଏହି ନିଷ୍ପତ୍ତି ନିଆଯାଇଥିବା ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।
ବିଜ୍ଞପ୍ତି ଅନୁସାରେ, ୨୦୨୫ରେ ଯୁକ୍ତ୨ ବାର୍ଷିକ ପରୀକ୍ଷା ଦେବାକୁ ଥିବା ରେଗୁଲାର ଛାତ୍ରୀଛାତ୍ର(୨୦୨୩ରେ ନାମ ଲେଖାଇଥିବା ଛାତ୍ରାଛାତ୍ର)ଙ୍କ ପାଇଁ ଏହି ନୂତନ ପ୍ରଶ୍ନପତ୍ର ଢାଞ୍ଚା ଲାଗୁ ହେବ। ପ୍ରକ୍ଟିକାଲ ଥିବା ବିଷୟଗୁଡ଼ିରେ ଛାତ୍ରୀଛାତ୍ରଙ୍କୁ ୭୦ମାର୍କର ଥିଓରୀ ଏବଂ ୩୦ ମାର୍କର ପ୍ରାକ୍ଟିକାଲ ଦେବାକୁ ପଡ଼ିବ। ପ୍ରୋଜେକ୍ଟ କମ୍ପୋନେଣ୍ଟ ଥିବା ବିଷୟରେ ୮୦ ମାର୍କ ଥିଓରୀ ଏବଂ ୨୦ ମାର୍କର ପ୍ରୋଜେକ୍ଟ ଦେବାକୁ ପଡ଼ିବ। ତେବେ ଇଣ୍ଟିଗ୍ରେଟେଡ ଧନ୍ଦାମୂଳକ ବିଷୟରେ ୫୦ମାର୍କର ଥିଓରୀ ଓ ୫୦ମାର୍କର ପ୍ରାକ୍ଟିକାଲ ଏବଂ ଭୋକେସନାଲ ଟ୍ରେଡ୍ ବିଷୟରେ ୪୦ ମାର୍କର ଥିଓରୀ ଓ ୬୦ମାର୍କର ପ୍ରକ୍ଟିକାଲ ଦେବାକୁ ପଡ଼ିବ।
ତେବେ ନନ୍ପ୍ରାକ୍ଟିକାଲ ବିଷୟଗୁଡ଼ିକରେ ୮୦ମାର୍କର ଥିଓରୀ ଏବଂ ୨୦ମାର୍କର ଇଣ୍ଟରନାଲ ପରୀକ୍ଷାରୁ ଦିଆଯିବ। ପ୍ରୋଜେକ୍ଟ ନ ଥିବା ବିଷୟଗୁଡ଼ିକରେ ୪୦ମାର୍କର ଥିଓରୀ ଏବଂ ୧୦ମାର୍କ ଇଣ୍ଟରନାଲ ପରୀକ୍ଷାରୁ ଦିଆଯିବ। ପ୍ରାକ୍ଟିକାଲ/ପ୍ରୋଜେକ୍ଟ ନ ଥିବା ବିଷୟଗୁଡ଼ିକରେ ଛାତ୍ରୀଛାତ୍ରଙ୍କୁ ପାସ୍ ହେବା ପାଇଁ ମୋଟ ୮୦ମାର୍କରୁ ୨୪ ମାର୍କ ଅର୍ଥାତ୍ ୩୦% ରଖିବାକୁ ପଡ଼ିବ। ସେହିଭଳି ୨୦୨୨ରେ ନାମଲେଖାଇଥିବା ଏକ୍ସରେଗୁଲାର ଛାତ୍ରୀଛାତ୍ରଙ୍କର କିଭଳି ମାର୍କ ଦିଆଯିବ ସେ ନେଇ ମଧ୍ୟ ଉକ୍ତ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।
The post +୨ ପରୀକ୍ଷା ପାଇଁ ବଦଳିଲା ପ୍ରଶ୍ନପତ୍ର ଢାଞ୍ଚା, ଜାଣନ୍ତୁ କିପରି ହେବ ପରୀକ୍ଷା appeared first on Dharitri Odia News.