୨ଦିନ ପରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର,୧୯।୪: ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ହେଲେ ପରିବର୍ତ୍ତୀ ସମୟରେ ତାପମାତ୍ରା ହ୍ରାସ ହେବାର ସମ୍ଭାବନା ରହିଛି । ଏପରିକି କାଳବୈଶାଖୀ ପ୍ରଭାବରେ ତାପମାତ୍ରା ୨ରୁ ୩ ଡିଗ୍ରୀ ଖସିବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। କିଛି ଦିନ ହେଲା […] The post ୨ଦିନ ପରେ ହ୍ରାସ ପାଇବ ତାପମାତ୍ରା appeared first on Dharitri Odia News.

୨ଦିନ ପରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର,୧୯।୪: ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ହେଲେ ପରିବର୍ତ୍ତୀ ସମୟରେ ତାପମାତ୍ରା ହ୍ରାସ ହେବାର ସମ୍ଭାବନା ରହିଛି । ଏପରିକି କାଳବୈଶାଖୀ ପ୍ରଭାବରେ ତାପମାତ୍ରା ୨ରୁ ୩ ଡିଗ୍ରୀ ଖସିବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

କିଛି ଦିନ ହେଲା ରାଜ୍ୟର ବିଭିନ୍ନ ସହରରେ ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ରହୁଛି । ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳି ଯୋଗୁ ଲୋକଙ୍କୁ ଘରୁ ବାହାରିବା ସମ୍ଭବ ହେଉ ନାହିଁ। ଏଭଳି ସ୍ଥିତିରେ ସରକାର ୩ଦିନ ସ୍କୁଲ ଛୁଟି ଘୋଷଣା କରିଛନ୍ତି। ହେଲେ କାଳବୈଶାଖୀ ପ୍ରଭାବରେ ଦୁଇ ଦିନ ପରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇବାର ସମ୍ଭାବନା ରହିଛି।

The post ୨ଦିନ ପରେ ହ୍ରାସ ପାଇବ ତାପମାତ୍ରା appeared first on Dharitri Odia News.