୨୦ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା, ୧୪ ଜିଲ୍ଲାକୁ ସତର୍କବାଣୀ
ସତର୍କ ରହିବାକୁ କହିଲେ SRC । ବର୍ଷା ଯୋଗୁଁ ଅଚାନକ ପାଣି ମାଡ଼ି ଆସିପାରେ ।
ଆସୁଛି ବଡ଼ ବର୍ଷା। ଆସନ୍ତା ୨୦ ତାରିଖ ଯାଏଁ ଲଘୁଚାପ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଏଥିପାଇଁ ୧୪ ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଲର୍ଟ କରିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର। ଏହି ୧୪ ଜିଲ୍ଲା ହେଉଛି ଅନୁଗୁଳ, ବରଗଡ଼, ବାଲେଶ୍ୱର, ଭଦ୍ରକ, କଟକ, ଢେଙ୍କାନାଳ, ଦେବଗଡ଼, ଜଗତସିଂହପୁର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର ଓ ସୁନ୍ଦରଗଡ଼। ବର୍ଷା ଯୋଗୁଁ ଅଚାନକ ପାଣି ମାଡ଼ି ଆସିପାରେ ଏବଂ ଜଳବନ୍ଦୀ ସ୍ଥିତି ହେବା ସମ୍ଭାବନା ରହିଛି। ପାହାଡ଼ିଆ ଅଞ୍ଚଳରେ ମାଟି ଅତଡ଼ା ଧସିବାର ଆଶଙ୍କା ଥିବାରୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ବିଭିନ୍ନ କେନାଲ ଓ ନଦୀବନ୍ଧ ଉପରେ ନଜର ରଖିବାକୁ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି।