୨୧ରେ ବସିବ ବିଧାନସଭା ସର୍ବଦଳୀୟ ବୈଠକ
ଭୁବନେଶ୍ୱର : ଆସନ୍ତା ୨୧ ତାରିଖରେ ବସିବ ଓଡ଼ିଶା ବିଧାନସଭାର ସର୍ବଦଳୀୟ ବୈଠକ। ପୂର୍ବାହ୍ନ ୧୧ଟାରେ ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ବଜେଟ ଅଧିବେଶନକୁ ସୁରୁଖୁରୁରେ ପରିଚାଳନା ପାଇଁ ସହଯୋଗ ଲୋଡିବେ ବାଚସ୍ପତି । ୨୫ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରଥମଥର ପାଇଁ ବଜେଟ ଉପସ୍ଥାପନ କରିବେ । ରାଜ୍ୟରେ ନୂଆ ସରକାର ଆସିବା ପରେ ଏହା ପ୍ରଥମ ବଜେଟ ହେବ । ବୈଠକ ପୂର୍ବରୁ ନିଯୁକ୍ତ ହେବେ ସରକାରୀ ଦଳ […]

ଭୁବନେଶ୍ୱର : ଆସନ୍ତା ୨୧ ତାରିଖରେ ବସିବ ଓଡ଼ିଶା ବିଧାନସଭାର ସର୍ବଦଳୀୟ ବୈଠକ। ପୂର୍ବାହ୍ନ ୧୧ଟାରେ ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ବଜେଟ ଅଧିବେଶନକୁ ସୁରୁଖୁରୁରେ ପରିଚାଳନା ପାଇଁ ସହଯୋଗ ଲୋଡିବେ ବାଚସ୍ପତି । ୨୫ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରଥମଥର ପାଇଁ ବଜେଟ ଉପସ୍ଥାପନ କରିବେ । ରାଜ୍ୟରେ ନୂଆ ସରକାର ଆସିବା ପରେ ଏହା ପ୍ରଥମ ବଜେଟ ହେବ । ବୈଠକ ପୂର୍ବରୁ ନିଯୁକ୍ତ ହେବେ ସରକାରୀ ଦଳ ମୁଖ୍ୟ ସଚେତକ ଓ ଉପ ମୁଖ୍ୟ ସଚେତକ । ସେହିପରି ଆସନ୍ତା ୨୩ ତାରିଖରେ ଉପ ବାଚସ୍ପତି ପଦ ଲାଗି ନାମାଙ୍କନ ହେବ। ସେହିଦିନ ୧୨ଟା ସୁଦ୍ଧା ନାମାଙ୍କନ ଦାଖଲ ହେବ ଏବଂ ୨୪ ତାରିଖରେ ଫଳାଫଳ ଘୋଷଣା କରାଯିବ।