୨୨ରେ ଲଘୁଚାପ ସମ୍ଭାବନା: ଆସୁଛି ବଡ଼ ବର୍ଷା
ଭୁବନେଶ୍ୱର,୧୭ା୧୦ (ଅନିଲ ଦାସ): ଆସୁଛି ଆଉ ଏକ ବଡ଼ ବର୍ଷା। ଉପକୂଳରୁ ଆଭ୍ୟନ୍ତରୀଣ ସବୁଠି ବର୍ଷିବ। କେତେକ ସ୍ଥାନରେ ଅତି ପ୍ରବଳ ବର୍ଷାର ମଧ୍ୟ ସମ୍ଭାବନା ରହିଛି। ଆସନ୍ତା ୨୦ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିହେବ। ୨୨ ତାରିଖରେ ଏହା ଲଘୁଚାପରେ ପରିଣତ ହେବ। ଲଘୁଚାପ ୨୩ ତାରିଖରେ ଡିପ୍ ଡିପ୍ରେସନ(ଗଭୀର ଅବପାତ)ରେ ପରିଣତ ହୋଇ ସ୍ଥଳଭାଗ ମୁହାଁ ହେବ। ଏହାର ପ୍ରଭାବରେ ଉତ୍ତର ଏବଂ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା […] The post ୨୨ରେ ଲଘୁଚାପ ସମ୍ଭାବନା: ଆସୁଛି ବଡ଼ ବର୍ଷା appeared first on Dharitri Odia News.
ଭୁବନେଶ୍ୱର,୧୭ା୧୦ (ଅନିଲ ଦାସ): ଆସୁଛି ଆଉ ଏକ ବଡ଼ ବର୍ଷା। ଉପକୂଳରୁ ଆଭ୍ୟନ୍ତରୀଣ ସବୁଠି ବର୍ଷିବ। କେତେକ ସ୍ଥାନରେ ଅତି ପ୍ରବଳ ବର୍ଷାର ମଧ୍ୟ ସମ୍ଭାବନା ରହିଛି। ଆସନ୍ତା ୨୦ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିହେବ। ୨୨ ତାରିଖରେ ଏହା ଲଘୁଚାପରେ ପରିଣତ ହେବ। ଲଘୁଚାପ ୨୩ ତାରିଖରେ ଡିପ୍ ଡିପ୍ରେସନ(ଗଭୀର ଅବପାତ)ରେ ପରିଣତ ହୋଇ ସ୍ଥଳଭାଗ ମୁହାଁ ହେବ। ଏହାର ପ୍ରଭାବରେ ଉତ୍ତର ଏବଂ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ପୁରୀ, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼ ଆଦି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ଏହାଛଡ଼ା ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ସମ୍ବଲପୁର, ସୋନପୁର ଆଦି ଜିଲାରେ ମଧ୍ୟମ ଧରଣର ବର୍ଷା ହେବ।
ଏଥିସହିତ ଆଭ୍ୟନ୍ତରୀଣ ଏବଂ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଲଘୁଚାପ ଯୋଗୁ ରାଜ୍ୟରେ ୨୨ରୁ ୨୬ ଯାଏ ବର୍ଷା ଲାଗି ରହିବ। ୨୩ରୁ ୨୫ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ଲଘୁଚାପ ବାତ୍ୟାରେ ପରିଣତ ହେବ କି ନାହିଁ ତାହା ଏବେ ସୁଦ୍ଧା ସ୍ପଷ୍ଟ ହୋଇନାହିଁ। ଆସନ୍ତା ୨/୩ ଦିନ ମଧ୍ୟରେ ସୂଚନା ମିଳିବ। ବର୍ତ୍ତମାନ ସୁଦ୍ଧା ପାଣିପାଗ ମଡେଲ ଯାହା କହୁଛି ଓଡ଼ିଶା ପ୍ରତି ବାତ୍ୟା ଭୟ ନାହିଁ ବୋଲି ପାଣିପାଗ ବିଶେଷଜ୍ଞ ଶରତ ସାହୁ କହିଛନ୍ତି। ଲଘୁଚାପ ଯୋଗୁ ରାଜ୍ୟରେ ବଡ଼ ବର୍ଷାର ସୂଚନା ମିଳୁଛି। ଯଦି ଲଘୁଚାପ ବାତ୍ୟାରେ ପରିଣତ ହୁଏ, ତେବେ ଉପକୂଳବର୍ତ୍ତୀ ଜିଲାର ଚାଷକୁ ଏହା ଗଭୀର ଭାବେ ପ୍ରଭାବିତ କରିବା ଆଶଙ୍କା ରହିଛି। ରାଜ୍ୟରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବିଦାୟ ନେଇଯାଇଛି। ଆସନ୍ତା ୪/୫ ଦିନ ଯାଏ ରାଜ୍ୟରେ ବର୍ଷାର ସମ୍ଭାବନା ନାହିଁ। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କଟକ, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଞ୍ଜାମ, ଗଜପତି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ଆସନ୍ତା ୧୯ରୁ ୨୧ ତାରିଖ ଯାଏ ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଆଦି ଜିଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।
The post ୨୨ରେ ଲଘୁଚାପ ସମ୍ଭାବନା: ଆସୁଛି ବଡ଼ ବର୍ଷା appeared first on Dharitri Odia News.