୨୩ ତାରିଖ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୦।୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ଅବପାତରେ ପରିଣତ ହୋଇଛି । ବର୍ତ୍ତମାନ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୪ କିମି ବେଗରେ ଗତି କରୁଛି । ପୁରୀଠାରୁ ଏହା ଦକ୍ଷିଣ-ଦକ୍ଷିଣପଶ୍ଚିମ ଦିଗରେ ୪୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ଏପରିକି ଗୋପାଳପୁରରୁ ପୂର୍ବ-ଉତ୍ତରପୂର୍ବ ଦିଗରେ ୬୦ କିମି ଦୂରରେ ଅଛି। ଏହାରି ପ୍ରଭାବରେ ୨୩ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ତାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ଆକଳନ […] The post ୨୩ ତାରିଖ ଯାଏ ପ୍ରବଳ ବର୍ଷିବ appeared first on Dharitri Odia News.

୨୩ ତାରିଖ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୦।୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ଅବପାତରେ ପରିଣତ ହୋଇଛି । ବର୍ତ୍ତମାନ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୪ କିମି ବେଗରେ ଗତି କରୁଛି । ପୁରୀଠାରୁ ଏହା ଦକ୍ଷିଣ-ଦକ୍ଷିଣପଶ୍ଚିମ ଦିଗରେ ୪୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ଏପରିକି ଗୋପାଳପୁରରୁ ପୂର୍ବ-ଉତ୍ତରପୂର୍ବ ଦିଗରେ ୬୦ କିମି ଦୂରରେ ଅଛି। ଏହାରି ପ୍ରଭାବରେ ୨୩ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ତାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ଆକଳନ କରିଛି। ପରେ ଅବପାତ ପୁରୀ ଜିଲାର ଚିଲିକା ଉପକୂଳ ଦେଇ ଓଡ଼ିଶା ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି । ଏହା ପ୍ରଭାବରେ ପୁରୀ ସମେତ ରାଜ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଓଡ଼ିଶା ଉପକୂଳ ଓ ଏହା ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ। ଏହି ସମୟରେ ସମୁଦ୍ରକୁ ନ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।
ବର୍ଷା ଯୋଗୁ ବିଭିନ୍ନ ନଦୀ, ନାଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛ। ଏଥିସହିତ ପାହାଡ଼ିଆ ଅଞ୍ଚଳରେ ମାଟି ଅତଡ଼ା ଧସିବାର ସମ୍ଭାବନା ରହିଛି। ଯେକୌଣସି ଅପ୍ରୀତିକର ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ସ୍ବତନ୍ତ୍ର ରିଲିଫ କମିଶନର (ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବିଭିନ୍ନ ଦୁର୍ବଳ ନଦୀ ଓ କେନାଲ ବନ୍ଧଗୁଡ଼ିକ ଉପରେ ତୀକ୍ଷ୍ଣ ନଜର ରଖିବା ପାଇଁ ଜଳ ସମ୍ପଦ ବିଭାଗ ଇଞ୍ଜିନିୟରମାନଙ୍କୁ କୁହାଯାଇଛି। ଏଥିସହିତ ସହରାଞ୍ଚଳରେ ଯେଉଁ ସ୍ଥାନଗୁଡ଼ିକ ଜଳମଗ୍ନ ହେବାର ଆଶଙ୍କା ରହିଛି ସେ ସବୁ ସ୍ଥାନକୁ ଜଳମୁକ୍ତ କରିବା ପାଇଁ ଆଗୁଆ ପ୍ରସ୍ତୁତି କରିବାକୁ ମଧ୍ୟ ଏସଆର୍‌ସି ନିର୍ଦ୍ଦେଶ ଦେଇଛନ୍ତି।

The post ୨୩ ତାରିଖ ଯାଏ ପ୍ରବଳ ବର୍ଷିବ appeared first on Dharitri Odia News.