୨୩ ଯାଏ ଘଡ଼ଘଡ଼ି ସହ ପ୍ରବଳ ବର୍ଷା, ୧୫ ଜିଲାକୁ ଓ୍ବାର୍ନିଂ ଜାରି କଲା…
ଭୁବନେଶ୍ୱର, ୧୬ା୭(ଅନୁରାଧା ମହାରଣା)- ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଲାଗିରହିଥିବାବେଳେ ସପ୍ତାହେ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୨୩ ତାରିଖ ଯାଏ ରାଜ୍ୟର ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଗୁରୁବାର ଉତ୍ତର ଓଡ଼ିଶାର ଅଧିକାଂଶ ଜିଲା ସହ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ। କିଛି ଜିଲାରେ ଘଣ୍ଟା ପ୍ରତି ୩୦ରୁ […] The post ୨୩ ଯାଏ ଘଡ଼ଘଡ଼ି ସହ ପ୍ରବଳ ବର୍ଷା, ୧୫ ଜିଲାକୁ ଓ୍ବାର୍ନିଂ ଜାରି କଲା… appeared first on Dharitri Odia News.
ଭୁବନେଶ୍ୱର, ୧୬ା୭(ଅନୁରାଧା ମହାରଣା)- ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଲାଗିରହିଥିବାବେଳେ ସପ୍ତାହେ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୨୩ ତାରିଖ ଯାଏ ରାଜ୍ୟର ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଗୁରୁବାର ଉତ୍ତର ଓଡ଼ିଶାର ଅଧିକାଂଶ ଜିଲା ସହ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ। କିଛି ଜିଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କି.ମି. ବେଗରେ ଝଟ୍କା ପବନ ଓ ବଜ୍ରପାତ ସମ୍ଭାବନା ରହିଥିବାରୁ ଏଥିପାଇଁ ୧୫ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏସବୁ ଜିଲାଗୁଡ଼ିକ ହେଲା ଝାରସୁଗୁଡ଼ା, ଭଦ୍ରକ, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼। ତେବେ ବଜ୍ରପାତ ନେଇ ୧୮ ତାରିଖ ପାଇଁ ୨୩ ଜିଲାକୁ ୟେଲୋ ଓ୍ବାର୍ନିଂ କରାଯାଇଛି।
The post ୨୩ ଯାଏ ଘଡ଼ଘଡ଼ି ସହ ପ୍ରବଳ ବର୍ଷା, ୧୫ ଜିଲାକୁ ଓ୍ବାର୍ନିଂ ଜାରି କଲା… appeared first on Dharitri Odia News.