୨୩ ଯାଏଁ ରାଜ୍ୟରେ ଘନକୁହୁଡି, ବିଭିନ୍ନ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର ୨୧।୦୧ : ଆସନ୍ତା ୨୩ ତାରିଖ ଯାଏ ରାଜ୍ୟରେ ଘନ କୁହୁଡ଼ି ରହିବ । ଆଭ୍ୟନ୍ତରୀଣ ଓଡ଼ିଶା ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳର କିଛି ସ୍ଥାନରେ ଘନ କୁହୁଡ଼ି ଯୋଗୁ ଯାତାୟତ ପ୍ରଭାବିତ ହୋଇପାରେ ବୋଲି ଆଶଙ୍କା ସୃଷ୍ଟି ହୋଇଛି । ତେବେ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ଯେ, ୨୧ ଓ ୨୨ ତାରିଖରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ସୋନପୁର, କଟକ, ଅନୁଗୁଳ ଓ ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦୃଶ୍ୟମାନ ହୋଇପାରେ । https://www.prameyanews7.com/dency-fog-continue-for-jan-20/ ସେହିଭଳି ଉତ୍ତର ଉପକୂଳ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ଦେଖା ଦେଇପାରେ । ୨୩ରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଢେଙ୍କାନାଳ, ବଲାଙ୍ଗୀର ଓ କଳାହାଣ୍ଡିର କିଛି ସ୍ଥାନରେ ସକାଳୁ ଘନ କୁହୁଡ଼ି ରହିବ । ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବି କୁହୁଡ଼ି ପ୍ରଭାବ ରହିପାରେ । ସେହିଭଳି ୨୫ ତାରିଖ ଯାଏ ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାର ଭିନ୍ନ ଭିନ୍ନ ସ୍ଥାନରେ କାଁ ଭାଁ ବର୍ଷା ସମ୍ଭାବନା ଅଛି । ତେବେ ରାତି ତାପମାତ୍ରାରେ କୌଣସି ପରିବର୍ତ୍ତନ ସମ୍ଭାବନା ନାହିଁ । ଶନିବାର କୋରାପୁଟରେ ରାତି ତାପମାତ୍ରା ସବୁଠୁ କମ୍‌ ୯.୫ ଡିଗ୍ରୀ ଥିଲା । https://www.prameyanews7.com/shoaib-

୨୩ ଯାଏଁ ରାଜ୍ୟରେ ଘନକୁହୁଡି, ବିଭିନ୍ନ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର ୨୧।୦୧ : ଆସନ୍ତା ୨୩ ତାରିଖ ଯାଏ ରାଜ୍ୟରେ ଘନ କୁହୁଡ଼ି ରହିବ । ଆଭ୍ୟନ୍ତରୀଣ ଓଡ଼ିଶା ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳର କିଛି ସ୍ଥାନରେ ଘନ କୁହୁଡ଼ି ଯୋଗୁ ଯାତାୟତ ପ୍ରଭାବିତ ହୋଇପାରେ ବୋଲି ଆଶଙ୍କା ସୃଷ୍ଟି ହୋଇଛି ।

ତେବେ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ଯେ, ୨୧ ଓ ୨୨ ତାରିଖରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ସୋନପୁର, କଟକ, ଅନୁଗୁଳ ଓ ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦୃଶ୍ୟମାନ ହୋଇପାରେ ।

https://www.prameyanews7.com/dency-fog-continue-for-jan-20/

ସେହିଭଳି ଉତ୍ତର ଉପକୂଳ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ଦେଖା ଦେଇପାରେ । ୨୩ରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଢେଙ୍କାନାଳ, ବଲାଙ୍ଗୀର ଓ କଳାହାଣ୍ଡିର କିଛି ସ୍ଥାନରେ ସକାଳୁ ଘନ କୁହୁଡ଼ି ରହିବ । ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବି କୁହୁଡ଼ି ପ୍ରଭାବ ରହିପାରେ ।

ସେହିଭଳି ୨୫ ତାରିଖ ଯାଏ ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାର ଭିନ୍ନ ଭିନ୍ନ ସ୍ଥାନରେ କାଁ ଭାଁ ବର୍ଷା ସମ୍ଭାବନା ଅଛି । ତେବେ ରାତି ତାପମାତ୍ରାରେ କୌଣସି ପରିବର୍ତ୍ତନ ସମ୍ଭାବନା ନାହିଁ । ଶନିବାର କୋରାପୁଟରେ ରାତି ତାପମାତ୍ରା ସବୁଠୁ କମ୍‌ ୯.୫ ଡିଗ୍ରୀ ଥିଲା ।

https://www.prameyanews7.com/shoaib-malik-sania-mirza-divorce-father-imran-mirza-revealed/

The post ୨୩ ଯାଏଁ ରାଜ୍ୟରେ ଘନକୁହୁଡି, ବିଭିନ୍ନ ଜିଲ୍ଲାକୁ ଆଲର୍ଟ appeared first on Prameya News7.