୨୩ ଯାଏଁ ରାଜ୍ୟରେ ନିର୍ଦ୍ଧୁମ ଛେଚିବ, ଶନିବାର ୫ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା

ଭୁବନେଶ୍ୱର ୨୦/୦୭: ଉତ୍ତର ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଆଜି ଅବପାତ ରୂପ ନେଇଛି । ଏହା ଉତ୍ତର- ପଶ୍ଚିମ ଦିଗରେ ଅଗ୍ରସର ହେଉଛି । ଶନିବାର ସକାଳୁ ଏହା ପୁରୀ ଦେଇ ଓଡ଼ିଶା ଉପକୂଳ ଅତିକ୍ରମ କରିବ । ଏହା ପ୍ରଭାବରେ ଆସନ୍ତା ୨୩ ତାରିଖ ଯାଏ ରାଜ୍ୟରେ ନିର୍ଧୁମ ବର୍ଷିବ । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି । ଶନିବାର ୫ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ବଲାଙ୍ଗୀର ଓ ନୂଆପଡ଼ା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏ ସବୁ ଜିଲ୍ଲାରେ ୭୦ରୁ ୧୧୦ ମିମି ପର୍ଯ୍ୟନ୍ତ ବର୍ଷା ହୋଇପାରେ । ବରଗଡ଼, ସୋନପୁର, ସମ୍ବଲପୁର, ଅନୁଗୁଳ, ଝାରସୁଗୁଡ଼ା, ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର, ନବରଙ୍ଗପୁର ଓ ବାଲେଶ୍ୱରରେ ପ୍ରବଳ ବର୍ଷା ହୋଇପାରେ । ୨୧ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼ ଓ ବରଗଡ଼ରେ ପ୍ରବଳ ବର୍ଷା ହୋଇପାରେ । ୨୨ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୨୩ ତାରିଖ ବି ବର୍ଷା ଜାରି ରହିବ । ଆଗକୁ ପ୍ରବଳ ବର୍ଷା ହେବାର ଥିବାରୁ ଏଥିପାଇଁ ପ୍ରସ୍ତୁତ ରହିବାକୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ଯେଉଁ ସ

୨୩ ଯାଏଁ ରାଜ୍ୟରେ ନିର୍ଦ୍ଧୁମ ଛେଚିବ, ଶନିବାର ୫ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା

ଭୁବନେଶ୍ୱର ୨୦/୦୭: ଉତ୍ତର ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଆଜି ଅବପାତ ରୂପ ନେଇଛି । ଏହା ଉତ୍ତର- ପଶ୍ଚିମ ଦିଗରେ ଅଗ୍ରସର ହେଉଛି । ଶନିବାର ସକାଳୁ ଏହା ପୁରୀ ଦେଇ ଓଡ଼ିଶା ଉପକୂଳ ଅତିକ୍ରମ କରିବ । ଏହା ପ୍ରଭାବରେ ଆସନ୍ତା ୨୩ ତାରିଖ ଯାଏ ରାଜ୍ୟରେ ନିର୍ଧୁମ ବର୍ଷିବ । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି । 

ଶନିବାର ୫ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ବଲାଙ୍ଗୀର ଓ ନୂଆପଡ଼ା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏ ସବୁ ଜିଲ୍ଲାରେ ୭୦ରୁ ୧୧୦ ମିମି ପର୍ଯ୍ୟନ୍ତ ବର୍ଷା ହୋଇପାରେ । ବରଗଡ଼, ସୋନପୁର, ସମ୍ବଲପୁର, ଅନୁଗୁଳ, ଝାରସୁଗୁଡ଼ା, ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର, ନବରଙ୍ଗପୁର ଓ ବାଲେଶ୍ୱରରେ ପ୍ରବଳ ବର୍ଷା ହୋଇପାରେ । 

୨୧ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼ ଓ ବରଗଡ଼ରେ ପ୍ରବଳ ବର୍ଷା ହୋଇପାରେ । ୨୨ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୨୩ ତାରିଖ ବି ବର୍ଷା ଜାରି ରହିବ । ଆଗକୁ ପ୍ରବଳ ବର୍ଷା ହେବାର ଥିବାରୁ ଏଥିପାଇଁ ପ୍ରସ୍ତୁତ ରହିବାକୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ଯେଉଁ ସବୁ ଜିଲ୍ଲାରେ ଅଧିକ ବର୍ଷା ହେବାର ସମ୍ଭାବନା ଅଛି ସେଠାରେ ଆଗୁଆ ପ୍ରସ୍ତୁତି କରିବାକୁ ଜିଲ୍ଲାପାଳଙ୍କୁ କୁହାଯାଇଛି ।

ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାର ତଳିଆ ଅଞ୍ଚଳରେ ଜଳବନ୍ଦୀ ସ୍ଥିତି ଉପୁଜିପାରେ । କଚ୍ଚା ରାସ୍ତା ଓ ଘର କ୍ଷତିଗ୍ରସ୍ତ ହୋଇପାରେ । ଏହାକୁ ଦୃଷ୍ଟି ଦେବାକୁ କୁହାଯାଇଛି । ସିଇସିର ନିର୍ଦ୍ଦେଶକ ଡ. ଶରତ ସାହୁଙ୍କ ଆକଳନ ଅନୁସାରେ, ୨୩ ତାରିଖରେ ଉତ୍ତର ଓଡ଼ିଶା ଓ ଝାଡ଼ଖଣ୍ଡ ଉପରେ ପୁଣି ଏକ ଘୂର୍ଣ୍ଣିବଳୟ ହେବ । 

୨୬ ତାରିଖ ସୁଦ୍ଧା ଏହା ଲଘୁଚାପ ହୋଇପାରେ । ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ତଥା ମହାନଦୀ, ବୈତରଣୀ, ବ୍ରାହ୍ମଣୀ, ବୁଢ଼ାବଳଙ୍ଗ ଓ ସୁବର୍ଣ୍ଣରେଖା ନଦୀର ଅବବାହିକାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ଆଗାମୀ ଶୁକ୍ରବାର ଯାଏ ବର୍ଷା ଜାରି ରହିବ ବୋଲି ସେ କହିଛନ୍ତି ।