୨୩ରୁ ଏସବୁ ଜିଲାରେ ପ୍ରବଳ ବର୍ଷା
ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ବିଲରେ ଧାନ ବାହାରିବାକୁ ବସିଲାଣି। ଚାଷୀକୁଳ ଅସରାଏ ବର୍ଷାକୁ ଚାହିଁ ରହିଛନ୍ତି। ବର୍ଷା ହେଲେ ବିଲରେ ସୁନା ଫଳିବ। ବର୍ଷକର ପରିଶ୍ରମ ଚାଷୀଙ୍କୁ ମିଳିବ। ଏପରି ସ୍ଥଳେ ଓଡ଼ିଶା ପାଇଁ ବାତ୍ୟା ବିପଦ ଘନେଇଲାଣି। ଏହାକୁ ନେଇ ଚାଷୀଙ୍କ ମନରେ ଛନକା ପଶିଲାଣି। ଭାରତୀୟ ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଆସନ୍ତା ୨୦ ତାରିଖରେ ଉତ୍ତର ଆଣ୍ଡାମାନ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିହେବ। ୨୨ ତାରିଖରେ ଏହା ଲଘୁଚାପରେ ପରିଣତ ହେବ। ପରବର୍ତ୍ତୀ ୨୪ […] The post ୨୩ରୁ ଏସବୁ ଜିଲାରେ ପ୍ରବଳ ବର୍ଷା appeared first on Dharitri Odia News.
ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ବିଲରେ ଧାନ ବାହାରିବାକୁ ବସିଲାଣି। ଚାଷୀକୁଳ ଅସରାଏ ବର୍ଷାକୁ ଚାହିଁ ରହିଛନ୍ତି। ବର୍ଷା ହେଲେ ବିଲରେ ସୁନା ଫଳିବ। ବର୍ଷକର ପରିଶ୍ରମ ଚାଷୀଙ୍କୁ ମିଳିବ। ଏପରି ସ୍ଥଳେ ଓଡ଼ିଶା ପାଇଁ ବାତ୍ୟା ବିପଦ ଘନେଇଲାଣି। ଏହାକୁ ନେଇ ଚାଷୀଙ୍କ ମନରେ ଛନକା ପଶିଲାଣି।
ଭାରତୀୟ ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଆସନ୍ତା ୨୦ ତାରିଖରେ ଉତ୍ତର ଆଣ୍ଡାମାନ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିହେବ। ୨୨ ତାରିଖରେ ଏହା ଲଘୁଚାପରେ ପରିଣତ ହେବ। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଡିପ୍ ଡିପ୍ରେସନ(ଗଭୀର ଅବପାତ)ରେ ପରିଣତ ହୋଇ ଉତ୍ତର ପଶ୍ଚିମ ଦିଗକୁ ଗତି କରିବ। ଲଘୁଚାପ ବାତ୍ୟାରେ ପରିଣତ ହେବ କି ନାହିଁ ସେ ନେଇ ପାଣିପାଗ ବିଭାଗ ପକ୍ଷରୁ କିଛି ସ୍ପଷ୍ଟ କରାଯାଇ ନାହିଁ। ଲଘୁଚାପର ଗତିବିଧି ଉପରେ ନଜର ରଖାଯାଇଛି। ପରବର୍ତ୍ତୀ ସମୟରେ ଏ ନେଇ ସୂଚନା ଦିଆଯିବ ବୋଲି ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି।
ତେବେ କେତେକ ପାଣିପାଗ ମଡେଲ ସୂଚନା ଅନୁଯାୟୀ, ଗଭୀର ଅବପାତ ଆସନ୍ତା ୨୪ ତାରିଖରେ ସାମୁଦ୍ରିକ ଝଡ଼ରେ ପରିଣତ ହେବାର ସମ୍ଭାବନା ରହିଛି। ଏହି ଝଡ଼ ଓଡ଼ିଶାମୁହଁା ହେବ। ଆସନ୍ତା ୨୪ ତାରିଖ ବେଳକୁ ଓଡ଼ିଶା ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି। ସମୁଦ୍ରରେ ବାତ୍ୟାର ବେଗ ଘଣ୍ଟା ପ୍ରତି ୧୬୦ରୁ ୧୮୦ କି.ମି. ହେବ ବୋଲି ପୂର୍ବାନୁମାନ କରାଯାଇଛି। ତେବେ ସ୍ଥଳଭାଗ ଅତିକ୍ରମ କରିବା ବେଳେ ପବନର ବେଗ ହ୍ରାସ ପାଇବା ନେଇ ପୂର୍ବାନୁମାନ କରାଯାଇଛି।
ଲଘୁଚାପ ପ୍ରଭାବରେ ଉତ୍ତର ଏବଂ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ପୁରୀ, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼ ଆଦି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏହାଛଡ଼ା ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ସମ୍ବଲପୁର, ସୋନପୁର ଆଦି ଜିଲାରେ ମଧ୍ୟମଧରଣର ବର୍ଷା ହେବ। ଏଥିସହିତ ଆଭ୍ୟନ୍ତରୀଣ ଏବଂ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଲଘୁଚାପ ଯୋଗୁ ରାଜ୍ୟରେ ୨୨ରୁ ୨୬ ଯାଏ ବର୍ଷା ଲାଗି ରହିବ। ୨୩ରୁ ୨୫ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଞ୍ଜାମ, ଗଜପତି, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର ଜିଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।
The post ୨୩ରୁ ଏସବୁ ଜିଲାରେ ପ୍ରବଳ ବର୍ଷା appeared first on Dharitri Odia News.