୨୪ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ କାଳବୈଶାଖୀ ଜନିତ ବର୍ଷା ସତର୍କତା

ଭୁବନେଶ୍ୱର: ରାଜ୍ୟରେ ବଦଳିଛି ପାଗର ମିଜାଜ। ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଗତକାଲି ରାଜ୍ୟର ଏକାଧିକ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ଯୋଗୁଁ ଗରମ ଗୁଳୁଗୁଳିରୁ ମୁକ୍ତି ମିଳିଛି।ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ରାଜ୍ୟ ଉପରେ ବର୍ତ୍ତମାନ ଏକ ପଶ୍ଚିମା ଝଡ଼ ସକ୍ରିୟ ହୋଇଥିବା ବେଳେ ବାୟୁମଣ୍ଡଳର ଉପରିଭାଗରେ ଏକ ନିମ୍ନଚାପରେଖା ସୃଷ୍ଟି ହୋଇଛି। ଏହାସହ ଉପକୂଳ ଓଡ଼ିଶାରେ ଏକ ଗୁରୁଚାପବଳୟ ମଧ୍ୟ ସକ୍ରିୟ ରହିଛି। ଏଥିପାଇଁ ରାଜ୍ୟକୁ ପ୍ରଚୁର ମାତ୍ରାରେ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବେଶ […]

୨୪ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ କାଳବୈଶାଖୀ ଜନିତ ବର୍ଷା ସତର୍କତା
thunder

ଭୁବନେଶ୍ୱର: ରାଜ୍ୟରେ ବଦଳିଛି ପାଗର ମିଜାଜ। ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଗତକାଲି ରାଜ୍ୟର ଏକାଧିକ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ଯୋଗୁଁ ଗରମ ଗୁଳୁଗୁଳିରୁ ମୁକ୍ତି ମିଳିଛି।ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ରାଜ୍ୟ ଉପରେ ବର୍ତ୍ତମାନ ଏକ ପଶ୍ଚିମା ଝଡ଼ ସକ୍ରିୟ ହୋଇଥିବା ବେଳେ ବାୟୁମଣ୍ଡଳର ଉପରିଭାଗରେ ଏକ ନିମ୍ନଚାପରେଖା ସୃଷ୍ଟି ହୋଇଛି। ଏହାସହ ଉପକୂଳ ଓଡ଼ିଶାରେ ଏକ ଗୁରୁଚାପବଳୟ ମଧ୍ୟ ସକ୍ରିୟ ରହିଛି। ଏଥିପାଇଁ ରାଜ୍ୟକୁ ପ୍ରଚୁର ମାତ୍ରାରେ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବେଶ କରୁଛି। ତେଣୁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ପାଇଁ ପାଗ ଅନୁକୂଳ ହୋଇଛି।

Untitled 1 14

ଅଧିକାଂଶ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ଓ ଘଡ଼ଘଡ଼ି ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ ଜାରି କରିଛି। ଆସନ୍ତା ୨୪  ଘଣ୍ଟା ପାଇଁ ନବରଙ୍ଗପୁର, ଗଜପତି, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, ଗଞ୍ଜାମ, କନ୍ଧମାଳ, ବଲାଙ୍ଗୀର, ସୋନପୁର, ବୌଦ୍ଧ, ନୟାଗଡ଼, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର,  କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ଯାଜପୁର, ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ ଆଦି ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି। ଏହି ଜିଲ୍ଲାଗୁଡ଼ିକରେ ବର୍ଷା ସାଙ୍ଗକୁ ପବନର ବେଗ ମଧ୍ୟ ୩୦-୪୦ କିମି ବେଗରେ ବହିବା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି। ତେଣୁ ରାଜ୍ୟରେ ତାପମାତ୍ରା ଆଉ ୨-୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ହେବାର ସମ୍ଭାବନା ରହିଛି। ତେବେ ମଙ୍ଗଳବାରଠାରୁ ପୁଣି ଥରେ ତାପମାତ୍ରା ବୃଦ୍ଧି ହୋଇପାରେ ବୋଲି କୁହାଯାଉଛି।