୨୪ ଘଣ୍ଟା ଯାଏଁ ରାଜ୍ୟରେ ପ୍ରବଳ ବର୍ଷା: ଏହି ଜିଲାରେ…

ଭୁବନେଶ୍ୱର,୧୫।୯: ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ବାଲାଂଦେଶ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଦୁର୍ବଳ ହେଉଛି । ଏହି ଅବପାତ ଝାଡ଼ଖଣ୍ଡ ଓ ଉତ୍ତର ଛତିଶଗଡ଼ ଦେଇ ଗତି କରିବ । ଏହାର ପ୍ରଭାବରେ ୨୪ ଘଣ୍ଟା ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ସୂଚନା ଦେଇଛନ୍ତି। ବିଶେଷ କରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ମୟୂରଭଞ୍ଜ ଜିଲାରେ ସର୍ବାଧିକ […] The post ୨୪ ଘଣ୍ଟା ଯାଏଁ ରାଜ୍ୟରେ ପ୍ରବଳ ବର୍ଷା: ଏହି ଜିଲାରେ… appeared first on Dharitri Odia News.

୨୪ ଘଣ୍ଟା ଯାଏଁ ରାଜ୍ୟରେ ପ୍ରବଳ ବର୍ଷା: ଏହି ଜିଲାରେ…

ଭୁବନେଶ୍ୱର,୧୫।୯: ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ବାଲାଂଦେଶ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଦୁର୍ବଳ ହେଉଛି । ଏହି ଅବପାତ ଝାଡ଼ଖଣ୍ଡ ଓ ଉତ୍ତର ଛତିଶଗଡ଼ ଦେଇ ଗତି କରିବ । ଏହାର ପ୍ରଭାବରେ ୨୪ ଘଣ୍ଟା ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ସୂଚନା ଦେଇଛନ୍ତି। ବିଶେଷ କରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।
ମୟୂରଭଞ୍ଜ ଜିଲାରେ ସର୍ବାଧିକ ବର୍ଷା ନେଇ ଆଶଙ୍କା କରାଯାଉଛି, ସୋମବାର ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା ହୋଇଛି। ୧୭ ତାରିଖ ପରଠୁ ରାଜ୍ୟରେ ବର୍ଷାର ପରିଣାମ କମିବ।

ରବିବାର ରାଜ୍ୟର ପ୍ରାୟ ସବୁ ଜିଲାରେ ବର୍ଷା ହୋଇଛି ମୟୁରଭଞ୍ଜ, ବାଲେଶ୍ୱର ଓ କେନ୍ଦୁଝର ଆଦି ୩ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍‌ ଆଲର୍ଟ ଜାରି କରାଯାଇଛି। ସେହିପରି ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, ଅନୁଗୁଳ, ଢ଼େଙ୍କାନାଳ ଆଦି ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ରହିଛି। ପ୍ରବଳବର୍ଷା ସମ୍ଭାବନା ଥିବା ଜିଲାଗୁଡ଼ିକ ମଧ୍ୟରେ ଦେବଗଡ଼, ସୁନ୍ଦରଗଡ଼, ଜଗତସିଂହପୁର, କଟକ, ନୟାଗଡ଼, ବୌଦ୍ଧ, ସମ୍ବଲପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ, ଗଜପତି ଓ ନବରଙ୍ଗପୁର ଆଦି ଜିଲା ରହିଛି। ଅନ୍ୟପଟେ ଝାରସୁଗୁଡ଼ା, ବରଗଡ଼, ପୁରୀ, ଖୋର୍ଦ୍ଧା, ସୋନପୁର, ନୂଆପଡ଼ା, ବଲାଙ୍ଗୀର,କୋରାପୁଟ ଓ ମାଲକାନଗିରି ଜିଲାକୁ ବିଜୁଳି ଓ ଘଡ଼ଘଡ଼ି ଭୟ ରହିଛି। ଏହିସବୁ ଜିଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସୋମବାର ମଧ୍ୟ ରାଜ୍ୟର ବିଭିନ୍ନ ଜିଲାରେ ଭାରି ବର୍ଷା ହୋଇପାରେ।

The post ୨୪ ଘଣ୍ଟା ଯାଏଁ ରାଜ୍ୟରେ ପ୍ରବଳ ବର୍ଷା: ଏହି ଜିଲାରେ… appeared first on Dharitri Odia News.