୨୪ ବର୍ଷର ଶାସନରେ ଯାଜପୁରରେ ଅରାଜକତା କହିଲେ ଭାଜପା ନେତା
ଭୁବନେଶ୍ୱର,୨୩।୧୧: ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ଭାଜପା ନେତା ଗୌତମ ରାଏ ସାମ୍ବାଦିକ ସମ୍ମିଳନୀ କରି କହିଛନ୍ତି, ବିରଜାଙ୍କ ନାଁରେ ରାଜନୀତି ନ କରିବାକୁ ଅନୁରୋଧ। ବିନା ସୂଚନାରେ କାହିଁକି ସେଦିନ ରାସ୍ତାରୋକୋ କରିଥିଲେ, ଏହା କଣ ଗଣତନ୍ତ୍ର ବୋଲି ଗୌତମ ପ୍ରଶ୍ନ କରିଛନ୍ତି। ଗାଡ଼ି ଭିତରେ ମାରପିଟ, ପିଏସଓଙ୍କୁ ଆକ୍ରମଣ ଓ ଚେନ ଛିଡ଼ାଇବା କଣ ଗଣତନ୍ତ୍ର? ସେମାନଙ୍କ ଉଚ୍ଚାରଣ ଓ ଆଚରଣ ଭିତରେ ଅନେକ ଫରକ ଅଛି।୨୪ ବର୍ଷର ଶାସନରେ ଯାଜପୁରରେ ଅରାଜକତା ସୃଷ୍ଟି […] The post ୨୪ ବର୍ଷର ଶାସନରେ ଯାଜପୁରରେ ଅରାଜକତା କହିଲେ ଭାଜପା ନେତା appeared first on Dharitri Odia News.
ଭୁବନେଶ୍ୱର,୨୩।୧୧: ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ଭାଜପା ନେତା ଗୌତମ ରାଏ ସାମ୍ବାଦିକ ସମ୍ମିଳନୀ କରି କହିଛନ୍ତି, ବିରଜାଙ୍କ ନାଁରେ ରାଜନୀତି ନ କରିବାକୁ ଅନୁରୋଧ। ବିନା ସୂଚନାରେ କାହିଁକି ସେଦିନ ରାସ୍ତାରୋକୋ କରିଥିଲେ, ଏହା କଣ ଗଣତନ୍ତ୍ର ବୋଲି ଗୌତମ ପ୍ରଶ୍ନ କରିଛନ୍ତି। ଗାଡ଼ି ଭିତରେ ମାରପିଟ, ପିଏସଓଙ୍କୁ ଆକ୍ରମଣ ଓ ଚେନ ଛିଡ଼ାଇବା କଣ ଗଣତନ୍ତ୍ର? ସେମାନଙ୍କ ଉଚ୍ଚାରଣ ଓ ଆଚରଣ ଭିତରେ ଅନେକ ଫରକ ଅଛି।୨୪ ବର୍ଷର ଶାସନରେ ଯାଜପୁରରେ ଅରାଜକତା ସୃଷ୍ଟି କରିଛନ୍ତି।
ବହୁ ବର୍ଷ ପୂର୍ବରୁ ବିରଜା ମନ୍ଦିର ନିକଟରେ ଚାଲି ଆସୁଥିବା ବିରଜା ହାଟକୁ ପୂର୍ବ ସରକାର ଅମଳରେ ବିରଜା ପ୍ରକଳ୍ପ ପାଇଁ ଏହାକୁ ସନ୍ଥ ମାଧବ ନିକଟକୁ ସ୍ଥାନାନ୍ତର କରାଯାଇଥିଲା। ହେଲେ ସେଠି ଭଲ ବ୍ୟବସାୟ ହେଉ ନ ଥିବା ନେଇ ବାରମ୍ବାର ବ୍ୟବସାୟୀଙ୍କ ଅଭିଯୋଗରୁ ପୁଣି ହାଟକୁ ପୂର୍ବସ୍ଥାନକୁ ଫେରାଇ ଅଣାଯିବାକୁ ନିଷ୍ପତ୍ତି ହୋଇଥିଲା । ଯାହାକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ।
ଗୋଟିଏ ଗୋଷ୍ଠୀ ପୂର୍ବ ସ୍ଥାନକୁ ହାଟ ଫେରିବା ଚାହୁଁଥିବା ବେଳେ ଅପର ଗୋଷ୍ଠୀ ବିରଜା ପ୍ରକଳ୍ପକୁ ଭଣ୍ଡୁର କରାଯିବାର ଉଦ୍ଦେଶ୍ୟ କହି ଏହାର ବିରୋଧ କରୁଥିଲେ। ହାଟ ସ୍ଥାନାନ୍ତର ପାଇଁ ପ୍ରଶାସନର ନିଷ୍ପତ୍ତି ବିରୋଧରେ ରାସ୍ତାରୋକୋବେଳେ ବିଧାୟକଙ୍କ ଗାଡ଼ି ସେଇ ରାସ୍ତା ଦେଇ ଅତିକ୍ରମ କରୁଥିବାବେଳେ ଆକ୍ରମଣ ହୋଇଥିଲା। ଏହି ଆକ୍ରମଣ ମାମଲାରେ ପୋଲିସ ୧୦ ଜଣଙ୍କୁ ଗିରଫ କରି ଜେଲ ହାଜତକୁ ପଠାଯାଇଛି ।
ବିଧାୟକ ହିମାଂଶୁ ତାଙ୍କ ଉପରେ ଆକ୍ରମଣ ଘଟଣାରେ ସିଧାସଳଖ ବବି ଦାସଙ୍କୁ ଦାୟୀ କରିଛନ୍ତି। ଏଥିସହ ଆଇନ ତା ବାଟରେ ଯିବ, ଆକ୍ରମଣରେ ସଂପୃକ୍ତ ସମସ୍ତେ ଗିରଫ ହେବେ ବୋଲି ହିମାଂଶୁ ଚେତାଇ ଦେଇଛନ୍ତି।
The post ୨୪ ବର୍ଷର ଶାସନରେ ଯାଜପୁରରେ ଅରାଜକତା କହିଲେ ଭାଜପା ନେତା appeared first on Dharitri Odia News.