୨୪ରେ ମିଳିବ ‘ସୁଭଦ୍ରା’ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା
ଲଣ୍ଡନରୁ ଫେରୁ ଫେରୁ ସୁଭଦ୍ରାକୁ ନେଇ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ବଡ଼ ଘୋଷଣା । ଆସନ୍ତା ୨୪ ତାରିଖରେ ମିଳିବ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ।
ଏଇ ମାସ ୨୪ରେ ମିଳିବ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା । ଏହି ଦିନ ୨୦ ଲକ୍ଷରୁ ଊର୍ଦ୍ଧ୍ବ ହିତାଧିକାରୀଙ୍କୁ ‘ସୁଭଦ୍ରା’ ଯୋଜନାରେ ୫ ହଜାର ଟଙ୍କା ଦିଆଯିବ । ସେହିପରି ଯୋଜନାରୁ ଯେମିତି ଜଣେ ହେଲେ ଯୋଗ୍ୟ ହିତାଧିକାରୀ ବାଦ୍ ପଡିବେନି ସେଥିପାଇଁ ସରକାର ଯତ୍ନବାନ ଥିବା ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ।