୨୫ ତାରିଖରେ ମତଦାନ କରିବାକୁ ଜିଲାପାଳଙ୍କ ନିବେଦନ
ଭୁବନେଶ୍ୱର,୨୩ା୫(ଅସମାପିକା ସାହୁ): ଖୋର୍ଦ୍ଧା ଜିଲାରେ ଆସନ୍ତା ୨୫ ତାରିଖରେ ଭୋଟ୍ ଗ୍ରହଣ ହେବ। ଭାରତର ଶ୍ରେଷ୍ଠ ଗଣତାନ୍ତ୍ରିକ ବ୍ୟବସ୍ଥା ଏବଂ ସମ୍ବିଧାନ ପ୍ରତ୍ୟେକ ନାଗରିକଙ୍କୁ ମତଦାନ କରିବାର ଅଧିକାର ପ୍ରଦାନ କରିଛି। ଅନେକ ସଂଗ୍ରାମ ପରେ ଏ ଦେଶ ସ୍ବାଧୀନତା ହାସଲ କରିଥିଲା ଓ ଅନେକ ବୀରବିପ୍ଳବୀମାନଙ୍କ ତ୍ୟାଗ ଏବଂ ଶ୍ରେଷ୍ଠ ଗଣତାନ୍ତ୍ରିକ ପରମ୍ପରାର ସମ୍ମାନ ବଜାୟ ରଖିବା ନିମନ୍ତେ ମତଦାନ କରିବାକୁ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଚଞ୍ଚଳ ରାଣା ଜିଲାବାସୀଙ୍କୁ ନିବେଦନ କରିଛନ୍ତି। […] The post ୨୫ ତାରିଖରେ ମତଦାନ କରିବାକୁ ଜିଲାପାଳଙ୍କ ନିବେଦନ appeared first on Dharitri Odia News.
ଭୁବନେଶ୍ୱର,୨୩ା୫(ଅସମାପିକା ସାହୁ): ଖୋର୍ଦ୍ଧା ଜିଲାରେ ଆସନ୍ତା ୨୫ ତାରିଖରେ ଭୋଟ୍ ଗ୍ରହଣ ହେବ। ଭାରତର ଶ୍ରେଷ୍ଠ ଗଣତାନ୍ତ୍ରିକ ବ୍ୟବସ୍ଥା ଏବଂ ସମ୍ବିଧାନ ପ୍ରତ୍ୟେକ ନାଗରିକଙ୍କୁ ମତଦାନ କରିବାର ଅଧିକାର ପ୍ରଦାନ କରିଛି। ଅନେକ ସଂଗ୍ରାମ ପରେ ଏ ଦେଶ ସ୍ବାଧୀନତା ହାସଲ କରିଥିଲା ଓ ଅନେକ ବୀରବିପ୍ଳବୀମାନଙ୍କ ତ୍ୟାଗ ଏବଂ ଶ୍ରେଷ୍ଠ ଗଣତାନ୍ତ୍ରିକ ପରମ୍ପରାର ସମ୍ମାନ ବଜାୟ ରଖିବା ନିମନ୍ତେ ମତଦାନ କରିବାକୁ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଚଞ୍ଚଳ ରାଣା ଜିଲାବାସୀଙ୍କୁ ନିବେଦନ କରିଛନ୍ତି। ଭୋଟରମାନେ ଭୋଟର ହେଲ୍ପଲାଇନ ଆପ୍ ମାଧ୍ୟମରେ ଭୋଟର ତାଲିକାରେ ଥିବା ନିଜର କ୍ରମିକ ଓ ଭାଗ ସଂଖ୍ୟା ଜାଣିବାର ସୁବିଧା ରହିଛି । ସେହିଭଳି ଜିଲାର ମତଦାତାମାନେ ‘ମୋ ବୁଥ୍’ ଆପ ମାଧ୍ୟମରେ ବୁଥ୍ର ଅବସ୍ଥିତି, ସେଠାକୁ ଯିବା ପାଇଁ ମାର୍ଗ ଏବଂ ସମାନ ସମୟ ମଧ୍ୟରେ ଧାଡ଼ିରେ ଛିଡ଼ା ହୋଇଥିବା ମତଦାତାଙ୍କ ସଂଖ୍ୟା ଜାଣିପାରିବେ। ଏତଦ୍ବତୀତ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ମତଦାନ କେନ୍ଦ୍ରଗୁଡ଼ିକରେ ପାନୀୟ ଜଳ, ସର୍ବତ, ପ୍ରତୀକ୍ଷା ଗୃହ, ଶୌଚାଳୟ, ଦିବ୍ୟାଙ୍ଗ ବନ୍ଧୁମାନଙ୍କ ପାଇଁ ହୁଇଲ ଚେୟାର, ବୟସ୍କମାନଙ୍କ ପାଇଁ ଚେୟାରର ବ୍ୟବସ୍ଥା କରାଯାଇଥିବା ଜିଲାପାଳ ଭିଡିଓ ବାର୍ତ୍ତା ମାଧ୍ୟମରେ ସୂଚନା ପ୍ରଦାନ କରିଛନ୍ତ।
ଏହି ନିର୍ବାଚନ ନିମନ୍ତେ ଜିଲାରେ ଗତ ଦୁଇବର୍ଷ ଧରି ପ୍ରସ୍ତୁତି ଜାରି ରହିଛି ଏବଂ ଚଳିତ ସାଧାରଣ ନିର୍ବାଚନ ପାଇଁ ପ୍ରାୟ ୧୫ ହଜାର ପୋଲିଂ ଅଧିକାରୀ ନିୟୋଜିତ ହୋଇଛନ୍ତି। ଜିଲାର ୧୯୨୩ଟି ବୁଥ୍ ମଧ୍ୟରୁ ୫୨୫ଟି କେବଳ ମହିଳାମାନଙ୍କ ଦ୍ୱାରା ପରିଚାଳିତ ସଖୀ ବୁଥ୍, ୮ଟି ଦିବ୍ୟାଙ୍ଗ କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ଏବଂ ଯୁବ ଅଧିକାରୀମାନଙ୍କ ଦ୍ୱାରା ପରିଚାଳିତ ୪୦ଟି ଯୁବ ବୁଥ୍ ଥିବାବେଳେ ୩୮୪ଟି ଆଦର୍ଶ ଓ ଇକୋ-ଫ୍ରେଣ୍ଡଲି ବୁଥ୍ ରହିଛି। ବିଗତ ନିର୍ବାଚନରେ ଭୁବନେଶ୍ୱରରେ ନିମ୍ନ ମତଦାନ ହାର ଯୋଗୁ ଖୋର୍ଦ୍ଧା ଜିଲାରେ ମତଦାନ ହାର କମ୍ ରହିଥିଲା। ଜିଲାବାସୀ ନିଜର, ନିଜ ପରିବାରର ଏବଂ ଦେଶର ଭବିଷ୍ୟତ ପାଇଁ ଭୋଟ୍ ଦେବାକୁ ଆଗେଇ ଆସିବାକୁ ସେ ପରାମର୍ଶ ଦେଇଥିଲେ। ନିଜର ପରିବାର, ପ ଓ ସାଙ୍ଗସାଥୀମାନଙ୍କୁ ସାଥୀରେ ଧରି ଆସନ୍ତା ୨୫ ତାରିଖରେ ମତଦାନ କରିବାକୁ ଭୋଟର୍ମାନଙ୍କୁ ସେ ନିବେଦନ କରିଛନ୍ତି । ଜାତି, ଧର୍ମ, ବର୍ଣ୍ଣରୁ ଊର୍ଦ୍ଧ୍ୱରେ ରହି କୌଣସି ଭୟ, ଲୋଭ କିମ୍ବା ଚାପର ବଶବର୍ତ୍ତୀ ନହୋଇ ନିଜ ଦେଶ ଓ ସମ୍ବିଧାନର ସମ୍ମାନ ପାଇଁ ନିଜର ଶ୍ରେଷ୍ଠ ଅଧିକାର ମତଦାନ କରିବାକୁ ଜିଲାପାଳ ଆହ୍ବାନ ଦେଇଛନ୍ତି।
The post ୨୫ ତାରିଖରେ ମତଦାନ କରିବାକୁ ଜିଲାପାଳଙ୍କ ନିବେଦନ appeared first on Dharitri Odia News.