୨୬ ଯାଏ କଲବଲ: ଏହି ୫ ଜିଲାକୁ ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୨।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ଗତ ଦୁଇଦିନ ହେଲା ତାପମାତ୍ରା ଉପର ମୁହାଁ ରହିଥିବା ବେଳେ ଝାରସୁଗୁଡା ରାଜ୍ୟର ଉତପ୍ତ ସହର ପାଲଟିଥିବା ବେଳେ ତାପମାତ୍ରା ୪୫ ଟପିଛି। ଅନ୍ୟପକ୍ଷେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଏପରିକି ୨୬ ତାରିଖ ଯାଏଁ ପଶ୍ଚିମ ଓଡ଼ିଶା ଜଳିବ । ତେବେ ୨୪ ତାରିଖ ଯାଏଁ ଝାରସୁଗୁଡ଼ା ସବୁଠାରୁ ଉତ୍ତପ୍ତ ରହିବ ବୋଲି ପାଣିପାଗ ବିଭାଗ […] The post ୨୬ ଯାଏ କଲବଲ: ଏହି ୫ ଜିଲାକୁ ସତର୍କ କଲା ପାଣିପାଗ ବିଭାଗ appeared first on Dharitri Odia News.

୨୬ ଯାଏ କଲବଲ: ଏହି ୫ ଜିଲାକୁ ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୨।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ଗତ ଦୁଇଦିନ ହେଲା ତାପମାତ୍ରା ଉପର ମୁହାଁ ରହିଥିବା ବେଳେ ଝାରସୁଗୁଡା ରାଜ୍ୟର ଉତପ୍ତ ସହର ପାଲଟିଥିବା ବେଳେ ତାପମାତ୍ରା ୪୫ ଟପିଛି। ଅନ୍ୟପକ୍ଷେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।

ଏପରିକି ୨୬ ତାରିଖ ଯାଏଁ ପଶ୍ଚିମ ଓଡ଼ିଶା ଜଳିବ । ତେବେ ୨୪ ତାରିଖ ଯାଏଁ ଝାରସୁଗୁଡ଼ା ସବୁଠାରୁ ଉତ୍ତପ୍ତ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବନୁମାନ କରାଯାଇଛି।

ଏହାସହ ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ବୌଦ୍ଧ ଓ ବଲାଙ୍ଗୀର ଏହି ୫ଟି ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ୨୫ ଯାଏଁ ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବା ସହ ତାତିରୁ ନିସ୍ତାର ମିଳିବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଉପକୂଳରେ ଗୁଳୁଗୁଳି କଲବଲ କରିବ ଏବଂ ପଶ୍ଚିମ ଓଡ଼ିଶାରେ ପ୍ରଚଣ୍ଡ ତାତି ଅନୁଭୂତ ହେବା ନେଇ ପାଣିପାଗ ବିଭାଗ ଆକଳନ କରାଯାଇଛି।

The post ୨୬ ଯାଏ କଲବଲ: ଏହି ୫ ଜିଲାକୁ ସତର୍କ କଲା ପାଣିପାଗ ବିଭାଗ appeared first on Dharitri Odia News.