୨୬ରୁ ତିନିଦିନ ବର୍ଷିବ

ଭୁବନେଶ୍ୱର, ୨୫।୬(ଅସମାପିକା ସାହୁ): ବଙ୍ଗୋପସାଗରରେ ଆସନ୍ତା ୨୬ ତାରିଖ ବେଳକୁ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ୨୬ ତାରିଖରୁ ବର୍ଷା ପରିମାଣ ବଢ଼ିବାର ଆଶଙ୍କା ରହିଛି। ୨୮ ତାରିଖ ପର୍ଯ୍ୟନ୍ତ ତିନିଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷିବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ୨୬ରେ ମୟୂରଭଞ୍ଜ, କେନ୍ଦୁଝର, ଗଜପତି, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି ଓ କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୭ରେ ଗଞ୍ଜାମ, ରାୟଗଡ଼ା ଓ କୋରାପୁଟରେ ପ୍ରବଳରୁ […] The post ୨୬ରୁ ତିନିଦିନ ବର୍ଷିବ appeared first on Dharitri Odia News.

୨୬ରୁ ତିନିଦିନ ବର୍ଷିବ

ଭୁବନେଶ୍ୱର, ୨୫।୬(ଅସମାପିକା ସାହୁ): ବଙ୍ଗୋପସାଗରରେ ଆସନ୍ତା ୨୬ ତାରିଖ ବେଳକୁ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ୨୬ ତାରିଖରୁ ବର୍ଷା ପରିମାଣ ବଢ଼ିବାର ଆଶଙ୍କା ରହିଛି। ୨୮ ତାରିଖ ପର୍ଯ୍ୟନ୍ତ ତିନିଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷିବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ୨୬ରେ ମୟୂରଭଞ୍ଜ, କେନ୍ଦୁଝର, ଗଜପତି, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି ଓ କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୭ରେ ଗଞ୍ଜାମ, ରାୟଗଡ଼ା ଓ କୋରାପୁଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବା ବେଳେ କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା ଓ ବରଗଡ଼ରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ୨୮ରେ ରାୟଗଡ଼ା ଓ କୋରାପୁଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଓ ମାଲକାନଗିରିରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

The post ୨୬ରୁ ତିନିଦିନ ବର୍ଷିବ appeared first on Dharitri Odia News.