୨୭ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା
ଭୁବନେଶ୍ୱର: ଆସନ୍ତା 27 ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ଲାଗିରହିବ। ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ଅଧିକାଂଶ ସ୍ଥାନରେ ବଜ୍ରପାତ ସହ ଝଡ଼ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି। ଆଜି ପାଇଁ 24 ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଥିବାବେଳେ 24 ଓ 25ରେ ଉପକୂଳ ଓଡ଼ିଶାରେ ଅଧିକ ପ୍ରଭାବ ରହିବ। ଏଥିପାଇଁ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର ଓ ଭଦ୍ରକକୁ ଆଲର୍ଟ କରାଯିବା ସହିତ ଅନୁଗୁଳ, ଢେଙ୍କାନାଳ ଓ ଯାଜପୁରକୁ ଅରେଞ୍ଜ […]

ଭୁବନେଶ୍ୱର: ଆସନ୍ତା 27 ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ଲାଗିରହିବ। ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ଅଧିକାଂଶ ସ୍ଥାନରେ ବଜ୍ରପାତ ସହ ଝଡ଼ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି।
ଆଜି ପାଇଁ 24 ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଥିବାବେଳେ 24 ଓ 25ରେ ଉପକୂଳ ଓଡ଼ିଶାରେ ଅଧିକ ପ୍ରଭାବ ରହିବ।
ଏଥିପାଇଁ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର ଓ ଭଦ୍ରକକୁ ଆଲର୍ଟ କରାଯିବା ସହିତ ଅନୁଗୁଳ, ଢେଙ୍କାନାଳ ଓ ଯାଜପୁରକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।