୨୭ଜଣ ପୌରପ୍ରଶାସନିକ ସେବା ଅଧିକାରୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆଜି ଲୋକସେବା ଭବନ କନ୍ଭେନ୍ସନ୍ ସେଣ୍ଟରଠାରେ ରାଜ୍ୟସ୍ତରୀୟ ସ୍ବାୟତ୍ତ ଶାସନ ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ୩୦ଟି ଜିଲ୍ଲାରେ ୧୧୫୧ କୋଟି ଟଙ୍କାର ୪୮୧ଟି ବିଭିନ୍ନ ଉନ୍ନତି ମୂଳକ ପ୍ରକଳ୍ପର ଲୋକାର୍ପଣ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥି ସହିତ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ୨୭ଜଣ ନବନିଯୁକ୍ତ ପୌରପ୍ରଶାସନିକ ସେବା ଅଧିକାରୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି।