୨୭ରେ ସମଲେଇ ପ୍ରକଳ୍ପର ଲୋକାର୍ପଣ, ମୁଖ୍ୟମନ୍ତ୍ରୀଙ୍କୁ ଆସିଲା ନିମନ୍ତ୍ରଣ
ଭୁବନେଶ୍ୱର,୬ା୧(ଅସମାପିକା ସାହୁ): ପଶ୍ଚିମ ଓଡ଼ିଶାର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀ ପୀଠର ଚାଲିଛି ରୂପାନ୍ତରଣ। ଆସନ୍ତା ୨୭ ତାରିଖରେ ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହେବ। ଏହି ପରିପ୍ରେକ୍ଷୀରେ ଶନିବାର ମନ୍ଦିର ଟ୍ରଷ୍ଟ ବୋର୍ଡର ସଦସ୍ୟ, ସଭାପତି ଓ ପୂଜାରୀମାନେ ନବୀନ ନିବାସ ଆସି ମଙ୍ଗଳାଷ୍ଟକ ଗାନ ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଆଶୀର୍ବାଦ କରିଥିଲେ ଏବଂ ପ୍ରକଳ୍ପର ଲୋକାର୍ପଣ ପାଇଁ ନିମନ୍ତ୍ରଣ ଦେଇଥିଲେ। ମା’ଙ୍କ ପୀଠର ରୂପାନ୍ତର ପାଇଁ ସେମାନେ ମୁଖ୍ୟମନ୍ତ୍ରୀ ଓଡ଼ିଶା ୫-ଟି ଅଧ୍ୟକ୍ଷ […] The post ୨୭ରେ ସମଲେଇ ପ୍ରକଳ୍ପର ଲୋକାର୍ପଣ, ମୁଖ୍ୟମନ୍ତ୍ରୀଙ୍କୁ ଆସିଲା ନିମନ୍ତ୍ରଣ appeared first on Dharitri Odia News.
ଭୁବନେଶ୍ୱର,୬ା୧(ଅସମାପିକା ସାହୁ): ପଶ୍ଚିମ ଓଡ଼ିଶାର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀ ପୀଠର ଚାଲିଛି ରୂପାନ୍ତରଣ। ଆସନ୍ତା ୨୭ ତାରିଖରେ ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହେବ।
ଏହି ପରିପ୍ରେକ୍ଷୀରେ ଶନିବାର ମନ୍ଦିର ଟ୍ରଷ୍ଟ ବୋର୍ଡର ସଦସ୍ୟ, ସଭାପତି ଓ ପୂଜାରୀମାନେ ନବୀନ ନିବାସ ଆସି ମଙ୍ଗଳାଷ୍ଟକ ଗାନ ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଆଶୀର୍ବାଦ କରିଥିଲେ ଏବଂ ପ୍ରକଳ୍ପର ଲୋକାର୍ପଣ ପାଇଁ ନିମନ୍ତ୍ରଣ ଦେଇଥିଲେ।
ମା’ଙ୍କ ପୀଠର ରୂପାନ୍ତର ପାଇଁ ସେମାନେ ମୁଖ୍ୟମନ୍ତ୍ରୀ ଓଡ଼ିଶା ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ଧନ୍ୟବାଦ ଦେଇଥିଲେ। ଲୋକାର୍ପଣ ପାଇଁ ଟ୍ରଷ୍ଟ ବୋର୍ଡ ପକ୍ଷରୁ ସବୁ ଘରକୁ ନଡ଼ିଆ ଦିଆଯିବ ଏବଂ ସବୁ ଘରୁ ମା’ଙ୍କ ପାଇଁ ସିନ୍ଦୂର ଆସିବ ବୋଲି କୁହାଯାଇଛି।
ମା’ଙ୍କ କାମରେ ସମସ୍ତଙ୍କ ସହଯୋଗ କାମନା କରି ମୁଖ୍ୟମନ୍ତ୍ରୀ କହିଥିଲେ, ମା’ଙ୍କ ପୀଠ ଓ ସମ୍ବଲପୁର ସହରର ଉନ୍ନତି ପାଇଁ ସେ ସବୁବେଳେ ଗୁରୁତ୍ୱ ଦେଇ ଆସିଛନ୍ତି। ଆଗାମୀ ଦିନରେ ମଧ୍ୟ ଏହି କାର୍ଯ୍ୟ ଜାରି ରହିବ।
The post ୨୭ରେ ସମଲେଇ ପ୍ରକଳ୍ପର ଲୋକାର୍ପଣ, ମୁଖ୍ୟମନ୍ତ୍ରୀଙ୍କୁ ଆସିଲା ନିମନ୍ତ୍ରଣ appeared first on Dharitri Odia News.