୨୮ ବିଧାନସଭା ଆସନ ପାଇଁ ୨୫୬ ପ୍ରାର୍ଥତ୍ପତ୍ର କାଏମ
ଭୁବନେଶ୍ୱର,୨୮ା୪(ଅନିଲ ଦାସ)ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନପତ୍ର ଯାଞ୍ଚ ଶେଷ ହୋଇଛି। ଏହି ପର୍ଯ୍ୟାୟରେ ୨୮ଟି ବିଧାନସଭା ଆସନ ପାଇଁ ୨୬୬ ଜଣ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଥିଲେ। ଯାଞ୍ଚ ପରେ ସେମାନଙ୍କ ମଧ୍ୟରୁ ୧୦ଜଣ ପ୍ରାର୍ଥୀଙ୍କର ନାମାଙ୍କନପତ୍ର ନାକଚ ହୋଇଥିବା ବେଳେ ୨୫୬ ଜଣଙ୍କର କାଏମ ରହିଛି। ବ୍ରହ୍ମପୁର ବିଧାନସଭା ଆସନ ପାଇଁ ସର୍ବାଧିକ ୧୮ ଜଣ ପ୍ରାର୍ଥତ୍ପତ୍ର ଦାଖଲ କରିଛନ୍ତି। ସେହିପରି ୪ଟି ଲୋକ ସଭା ଆସନରେ ମୋଟ ୩୮ ଜଣ ପ୍ରାର୍ଥୀଙ୍କ […] The post ୨୮ ବିଧାନସଭା ଆସନ ପାଇଁ ୨୫୬ ପ୍ରାର୍ଥତ୍ପତ୍ର କାଏମ appeared first on Dharitri Odia News.
ଭୁବନେଶ୍ୱର,୨୮ା୪(ଅନିଲ ଦାସ)ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନପତ୍ର ଯାଞ୍ଚ ଶେଷ ହୋଇଛି। ଏହି ପର୍ଯ୍ୟାୟରେ ୨୮ଟି ବିଧାନସଭା ଆସନ ପାଇଁ ୨୬୬ ଜଣ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଥିଲେ। ଯାଞ୍ଚ ପରେ ସେମାନଙ୍କ ମଧ୍ୟରୁ ୧୦ଜଣ ପ୍ରାର୍ଥୀଙ୍କର ନାମାଙ୍କନପତ୍ର ନାକଚ ହୋଇଥିବା ବେଳେ ୨୫୬ ଜଣଙ୍କର କାଏମ ରହିଛି। ବ୍ରହ୍ମପୁର ବିଧାନସଭା ଆସନ ପାଇଁ ସର୍ବାଧିକ ୧୮ ଜଣ ପ୍ରାର୍ଥତ୍ପତ୍ର ଦାଖଲ କରିଛନ୍ତି। ସେହିପରି ୪ଟି ଲୋକ ସଭା ଆସନରେ ମୋଟ ୩୮ ଜଣ ପ୍ରାର୍ଥୀଙ୍କ ନାମାଙ୍କନପତ୍ର କାଏମ ରହିଛି। କୋରାପୁଟ ସଂସଦୀୟ କ୍ଷେତ୍ରରେ ସର୍ବାଧିକ ୧୨ଜଣ ପ୍ରାର୍ଥୀ ରହିଛନ୍ତି। ଏ ନେଇ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଆସନ୍ତା ୨୯ ତାରିଖରେ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ଥିବାବେଳେ ମେ’ ୧୩ ତାରିଖରେ ଭୋଟଗ୍ରହଣ ହେବ। ସେହିପରି ଦ୍ୱିତୀୟ ପର୍ଯ୍ୟାୟରେ ହେବାକୁ ଥିବା ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ ଓ ଆସ୍କା ସଂସଦୀୟ ଆସନ ଓ ଏହା ଅଧୀନରେ ଥିବା ୩୫ ବିଧାନସଭା ଆସନ ପାଇଁ ଶନିବାର ସୁଦ୍ଧା ୨୬ ଜଣ ପ୍ରାର୍ଥତ୍ପତ୍ର ଦାଖଲ କରିଛନ୍ତି।
The post ୨୮ ବିଧାନସଭା ଆସନ ପାଇଁ ୨୫୬ ପ୍ରାର୍ଥତ୍ପତ୍ର କାଏମ appeared first on Dharitri Odia News.