୨୯ରେ ଓଡ଼ିଶା ଆସିବେ ମଲ୍ଲିକାର୍ଜୁନ ଖାର୍ଗେ

ଭୁବନେଶ୍ୱର, ୨୧।୧(ଅସମାପିକା ସାହୁ)- ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି)ର ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ୨୯ରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ଏକ ସାଧାରଣ ସଭା ଅନୁଷ୍ଠିତ ହେବ। ସାଧାରଣ ସଭା ସୁପରିଚାଳନା ପାଇଁ ପିସିସି ସଭାପତି ଶରତ ପଟ୍ଟନାୟକ ଏକ କମିଟି ଗଠନ କରିଛନ୍ତି। କମିଟିକୁ ଏଆଇସିସି ପକ୍ଷରୁ ଓଡ଼ିଶା ପ୍ରଭାରୀ ଡ. ଅଜୟ କୁମାର ଅନୁମୋଦନ କରିଛନ୍ତି। ପୂର୍ବତନ ପିସିସି ସଭାପତି ଜୟଦେବ ଜେନା କମିଟିର ଅଧ୍ୟକ୍ଷ ରହିଛନ୍ତି। ସେହିଭଳି ବିଧାୟକ ଦଳ […] The post ୨୯ରେ ଓଡ଼ିଶା ଆସିବେ ମଲ୍ଲିକାର୍ଜୁନ ଖାର୍ଗେ appeared first on Dharitri Odia News.

୨୯ରେ ଓଡ଼ିଶା ଆସିବେ ମଲ୍ଲିକାର୍ଜୁନ ଖାର୍ଗେ

ଭୁବନେଶ୍ୱର, ୨୧।୧(ଅସମାପିକା ସାହୁ)- ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି)ର ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ୨୯ରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ଏକ ସାଧାରଣ ସଭା ଅନୁଷ୍ଠିତ ହେବ। ସାଧାରଣ ସଭା ସୁପରିଚାଳନା ପାଇଁ ପିସିସି ସଭାପତି ଶରତ ପଟ୍ଟନାୟକ ଏକ କମିଟି ଗଠନ କରିଛନ୍ତି। କମିଟିକୁ ଏଆଇସିସି ପକ୍ଷରୁ ଓଡ଼ିଶା ପ୍ରଭାରୀ ଡ. ଅଜୟ କୁମାର ଅନୁମୋଦନ କରିଛନ୍ତି। ପୂର୍ବତନ ପିସିସି ସଭାପତି ଜୟଦେବ ଜେନା କମିଟିର ଅଧ୍ୟକ୍ଷ ରହିଛନ୍ତି। ସେହିଭଳି ବିଧାୟକ ଦଳ ନେତା ନରସିଂହ ମିଶ୍ର, ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ପ୍ରସାଦ ହରିଚନ୍ଦନ, ବିଧାୟକ ତଥା ପିସିସି କୋଷାଧ୍ୟକ୍ଷ ସନ୍ତୋଷ ସିଂ ସାଲୁଜା, ପୂର୍ବତନ ମନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ, ପୂବର୍ତନ ଅର୍ଥମନ୍ତ୍ରୀ ତଥା ପିସିସି ଇସ୍ତାହାର କମିଟି ଅଧ୍ୟକ୍ଷ ପଞ୍ଚାନନ କାନୁନ୍‌ଗୋ, ପୂର୍ବତନ ମନ୍ତ୍ରୀ ତଥା ପିସିସି ବରିଷ୍ଠ ଉପସଭାପତି ଗଣେଶ୍ୱର ବେହେରା, ପୂର୍ବତନ ବାଚସ୍ପତି କିଶୋର ଚନ୍ଦ୍ର ପଟେଲ, ପିସିସି ପ୍ରଚାର କମିଟିର ଅଧ୍ୟକ୍ଷ ବିଜୟ ପଟ୍ଟନାୟକ, ବିଧାୟକ ସୁରେଶ କୁମାର ରାଉତରାୟ, ତାରାପ୍ରସାଦ ବାହିନିପତି, ରମେଶ ଚନ୍ଦ୍ର ଜେନା, ଏଆଇସିସି ସମ୍ପାଦକ ତଥା ଏମ୍‌ପି ସପ୍ତଗିରୀ ଶଙ୍କର ଉଲ୍ଲାକା, ପୂର୍ବତନ ଏମ୍‌ପି ଭକ୍ତଚରଣ ଦାସ, ପୂର୍ବତନ ଏମ୍‌ପ ସୁଶୀଳା ତିରିଆ, ପୂବର୍ତନ ସାଂସଦ ଅନନ୍ତ ପ୍ରସାଦ ସେଠୀ, ପୂର୍ବତନ ଏମ୍‌ପ ଡ. ରାମଚନ୍ଦ୍ର ଖୁଣ୍ଟିଆ, ଏଆଇସିସି ସମ୍ପାଦକ ତଥା ପୂର୍ବତନ ମନ୍ତ୍ରୀ ଶରତ ରାଉତ, ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ, ସିଏସ୍‌ରାଜନ୍‌ ଏକ୍କା, ଦାସରଥି ଗମାଙ୍ଗ, କଟକ ନଗର କଂଗ୍ରେସ ସଭାପତି ସୁରେଶ ମହାପାତ୍ର, କଟକ ଜିଲା କଂଗ୍ରେସ ସଭାପତି ମାନସ ରଞ୍ଜନ ଚୌଧୁରୀ, ଭୁବନେଶ୍ୱର ଜିଲା କଂଗ୍ରେସ ସଭାପତି ବିଶ୍ୱଜିତ ଦାସ, ପୁରୀ ଜିଲା କଂଗ୍ରେସ ସଭାପତି ଜୟନାରାୟଣ ପଟ୍ଟନାୟକ ପ୍ରମୁଖ ଉକ୍ତ କମିଟିରେ ରହିଛନ୍ତି ବୋଲି ପିସିସି ମୁଖପାତ୍ର ରଜନୀ କୁମାର ମହାନ୍ତି ଏକ ପ୍ରେସ ବିଜ୍ଞପ୍ତିରେ ଜଣାଇଛନ୍ତି।

The post ୨୯ରେ ଓଡ଼ିଶା ଆସିବେ ମଲ୍ଲିକାର୍ଜୁନ ଖାର୍ଗେ appeared first on Dharitri Odia News.