୩ ଘଣ୍ଟା ପାଇଁ ଏହି ୫ ଜିଲାକୁ ଅରେଞ୍ଜ ୱାର୍ନିଂ: ଘଡ଼ଘଡ଼ି ସହ ପ୍ରବଳ ବର୍ଷା

ଭୁବନେଶ୍ୱର,୨୦।୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ଅବପାତରେ ପରିଣତ ହୋଇଛି । ବର୍ତ୍ତମାନ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୪ କିମି ବେଗରେ ଗତି କରୁଛି । ପୁରୀଠାରୁ ଏହା ଦକ୍ଷିଣ-ଦକ୍ଷିଣପଶ୍ଚିମ ଦିଗରେ ୪୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଥିବା ବେଳେ ଗୋପାଳପୁରରୁ ପୂର୍ବ-ଉତ୍ତରପୂର୍ବ ଦିଗରେ ୬୦ କିମି ଦୂରରେ ଅଛି। ଏହାରି ପ୍ରଭାବରେ ୨୩ ତାରିଖ ଯାଏ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ଆକଳନ […] The post ୩ ଘଣ୍ଟା ପାଇଁ ଏହି ୫ ଜିଲାକୁ ଅରେଞ୍ଜ ୱାର୍ନିଂ: ଘଡ଼ଘଡ଼ି ସହ ପ୍ରବଳ ବର୍ଷା appeared first on Dharitri Odia News.

୩ ଘଣ୍ଟା ପାଇଁ ଏହି ୫ ଜିଲାକୁ ଅରେଞ୍ଜ ୱାର୍ନିଂ: ଘଡ଼ଘଡ଼ି ସହ ପ୍ରବଳ ବର୍ଷା

ଭୁବନେଶ୍ୱର,୨୦।୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ଅବପାତରେ ପରିଣତ ହୋଇଛି । ବର୍ତ୍ତମାନ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୪ କିମି ବେଗରେ ଗତି କରୁଛି । ପୁରୀଠାରୁ ଏହା ଦକ୍ଷିଣ-ଦକ୍ଷିଣପଶ୍ଚିମ ଦିଗରେ ୪୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଥିବା ବେଳେ ଗୋପାଳପୁରରୁ ପୂର୍ବ-ଉତ୍ତରପୂର୍ବ ଦିଗରେ ୬୦ କିମି ଦୂରରେ ଅଛି। ଏହାରି ପ୍ରଭାବରେ ୨୩ ତାରିଖ ଯାଏ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ଆକଳନ କରିଛି। ପରେ ଅବପାତ ପୁରୀ ଜିଲାର ଚିଲିକା ଉପକୂଳ ଦେଇ ଓଡ଼ିଶା ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି ।

ଏହା ପ୍ରଭାବରେ ପୁରୀ ସମେତ ରାଜ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଶନିବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି ଏହି ୫ ଜିଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଏପରିକି ଘଡ଼ଘଡ଼ି ସହ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏନେଇ ଲୋକଙ୍କୁ ସତର୍କ ରହିବାକୁ ସୂଚନା ଦିଆଯାଇଛି।

The post ୩ ଘଣ୍ଟା ପାଇଁ ଏହି ୫ ଜିଲାକୁ ଅରେଞ୍ଜ ୱାର୍ନିଂ: ଘଡ଼ଘଡ଼ି ସହ ପ୍ରବଳ ବର୍ଷା appeared first on Dharitri Odia News.