୩ ଘଣ୍ଟା ପାଇଁ ଘଡ଼ଘଡ଼ି ସହ ବର୍ଷା, ଏସବୁ ଜିଲାକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ
ଭୁବନେଶ୍ୱର,୯ା୯: ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଥିବା ବେଳେ ସୋମବାର ୩ ଘଣ୍ଟା ପାଇଁ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୧୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଥିବା ବେଳେ ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଆଉ ୫ ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ସୁବର୍ଣ୍ଣପୁର, କଳାହାଣ୍ଡି, […] The post ୩ ଘଣ୍ଟା ପାଇଁ ଘଡ଼ଘଡ଼ି ସହ ବର୍ଷା, ଏସବୁ ଜିଲାକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ appeared first on Dharitri Odia News.
ଭୁବନେଶ୍ୱର,୯ା୯: ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଥିବା ବେଳେ ସୋମବାର ୩ ଘଣ୍ଟା ପାଇଁ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି।
ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୧୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଥିବା ବେଳେ ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଆଉ ୫ ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ସୁବର୍ଣ୍ଣପୁର, କଳାହାଣ୍ଡି, ବଲାଙ୍ଗୀର, ଗଜପତିକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଥିବା ବେଳେ ଭୁବନେଶ୍ବର, ପୁରୀ, ବାଲେଶ୍ବର, ଭଦ୍ରକକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ନୟାଗଡ଼କୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଛି। ୪ ବନ୍ଦରକୁ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି। ଧାମରା, ପାରାଦୀପ, ପୁରୀ ଏବଂଗୋପାଳପୁର ବନ୍ଦରକୁ ୩ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି।
ପୁରୀଠାରୁ ୧୧୦ କିମି ଦୂରରେ କେନ୍ଦ୍ରୀଭୂତ ଗଭୀର ଅବପାତ ସୃଷ୍ଟି ହୋଇଛି। ମଧ୍ୟାହ୍ନରେ ପୁରୀ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଲଗାଣ ବର୍ଷା ସହ ଉପକୂଳ ଓଡ଼ିଶାରେ ଏହି ସମୟରେ ୪୦ରୁ ୬୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି। ଏହି ବର୍ଷା ଆସନ୍ତା ୧୧ ତାରିଖ ଯାଏ ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ତେବେ ଏହା ପରେ ପାଗରେ ପରିବର୍ତ୍ତନ ହୋଇପାରେ ବୋଲି ବିଭାଗ କହିଛି।
The post ୩ ଘଣ୍ଟା ପାଇଁ ଘଡ଼ଘଡ଼ି ସହ ବର୍ଷା, ଏସବୁ ଜିଲାକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ appeared first on Dharitri Odia News.