୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ମୃତକମାନେ ଦର୍ଲିପାଲି ଅଞ୍ଚଳର ହୋଇଥିବା ଜଣାପଡ଼ିଛି। ଗୁରୁବାର ବିଳମ୍ବିତ ରାତିରେ ୩ଜଣ ଯୁବକ ଏକ ବାଇକ୍‌ରେ ଯାଉଥିବା ସମୟରେ ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ବିପରୀତ ଦିଗରୁ ଆସୁଥିବା ଟ୍ରକ୍‌ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ୩ଜଣଙ୍କର ମୃତ୍ୟୁ ଘଟିଥିଲା। ପୋଲିସ ପହଞ୍ଚି ମୃତଦେହ […] The post ୩ ଜଣଙ୍କୁ ଚାପିଦେଲା ଟ୍ରକ୍‌ appeared first on Dharitri Odia News.

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ମୃତକମାନେ ଦର୍ଲିପାଲି ଅଞ୍ଚଳର ହୋଇଥିବା ଜଣାପଡ଼ିଛି।

ଗୁରୁବାର ବିଳମ୍ବିତ ରାତିରେ ୩ଜଣ ଯୁବକ ଏକ ବାଇକ୍‌ରେ ଯାଉଥିବା ସମୟରେ ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ବିପରୀତ ଦିଗରୁ ଆସୁଥିବା ଟ୍ରକ୍‌ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ୩ଜଣଙ୍କର ମୃତ୍ୟୁ ଘଟିଥିଲା। ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ବେଳେ ଆଜି ସକାଳୁ ସ୍ଥାନୀୟ ଲୋକେ କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ କରିଛନ୍ତି।

The post ୩ ଜଣଙ୍କୁ ଚାପିଦେଲା ଟ୍ରକ୍‌ appeared first on Dharitri Odia News.