୩ ଦିନିଆ ଓଡିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର : ୩ ଦିନିଆ ଓଡିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ନଭେମ୍ବର ୨୯ ରୁ ଓଡ଼ିଶାରେ ହେବାକୁ ଥିବା ଡିଜି ସମ୍ମିଳନୀରେ ଯୋଗ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ସୂଚନାନୁସାରେ, ଆସନ୍ତା ୨୯, ୩୦ ଏବଂ ଡିସେମ୍ବର ୧ ରେ ଓଡିଶାରେ ଡିଜି ସମ୍ମିଳନୀ ଅନୁଷ୍ଠିତ ହେବ । ୩ ଦିନ ଧରି ହେବାକୁ ଥିବା ଡିଜି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ଯୋଗ ଦେବେ। […]

୩ ଦିନିଆ ଓଡିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ
୩ ଦିନିଆ ଓଡିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର : ୩ ଦିନିଆ ଓଡିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ନଭେମ୍ବର ୨୯ ରୁ ଓଡ଼ିଶାରେ ହେବାକୁ ଥିବା ଡିଜି ସମ୍ମିଳନୀରେ ଯୋଗ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।

ସୂଚନାନୁସାରେ, ଆସନ୍ତା ୨୯, ୩୦ ଏବଂ ଡିସେମ୍ବର ୧ ରେ ଓଡିଶାରେ ଡିଜି ସମ୍ମିଳନୀ ଅନୁଷ୍ଠିତ ହେବ । ୩ ଦିନ ଧରି ହେବାକୁ ଥିବା ଡିଜି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ଯୋଗ ଦେବେ। ଡିଜି ସମ୍ମିଳନୀ ଶେଷ ହେବା ଯାଏଁ ପ୍ରଧାନମନ୍ତ୍ରୀ ଉପସ୍ଥିତ ରହିବେ । ପ୍ରଧାନମନ୍ତ୍ରୀଙ୍କ ସହ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା, ଜାତୀୟ ସୁରକ୍ଷା ପରାମର୍ଶ ଦାତା ଅଜିତ ଡୋଭାଲ ମଧ୍ୟ ୩ ଦିନ ଓଡ଼ିଶାରେ ରହି ସମ୍ମିଳନୀରେ ଯୋଗ ଦେବେ। ସମ୍ମିଳନୀରେ ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ଡିଜିପି ଯୋଗଦେବେ। ଏହା ସହିତ ବିଭିନ୍ନ ସୁରକ୍ଷା ଏଜେନ୍ସୀର ମୁଖ୍ୟମାନେ ଏଥିରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।