୩ ବର୍ଷ ପରେ ପୁଣି ଓଡ଼ିଶାକୁ ଫେରିଲା କରୋନା, ଜଣେ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ପୁଣି କାୟା ବିସ୍ତାର କରିଛି କୋରୋନା। ଦେଶରେ କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ଓଡ଼ିଶାରେ ବି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୩ ବର୍ଷର ବ୍ୟବଧାନ ପରେ ଓଡ଼ିଶାକୁ କରୋନା ଫେରିଛି । ଭୁବନେଶ୍ବରରେ ଜଣେ ବୟସ୍କ ପୁରୁଷ ବ୍ୟକ୍ତି କରୋନାରେ ଆକ୍ରାନ୍ତ ହୋଇଛନ୍ତି । ତାଙ୍କୁ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ତେବେ ସମ୍ପୃକ୍ତ ବ୍ୟକ୍ତି ଜଣକ ଦିଲ୍ଲୀରୁ ଫେରିଥିଲେ ବୋଲି ଜଣାପଡିଛି। କୋରୋନା […]

୩ ବର୍ଷ ପରେ ପୁଣି ଓଡ଼ିଶାକୁ ଫେରିଲା କରୋନା, ଜଣେ ଆକ୍ରାନ୍ତ ଚିହ୍ନଟ
one-corona-positive-patient-detected-in-odisha

ଭୁବନେଶ୍ବର : ପୁଣି କାୟା ବିସ୍ତାର କରିଛି କୋରୋନା। ଦେଶରେ କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ଓଡ଼ିଶାରେ ବି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୩ ବର୍ଷର ବ୍ୟବଧାନ ପରେ ଓଡ଼ିଶାକୁ କରୋନା ଫେରିଛି । ଭୁବନେଶ୍ବରରେ ଜଣେ ବୟସ୍କ ପୁରୁଷ ବ୍ୟକ୍ତି କରୋନାରେ ଆକ୍ରାନ୍ତ ହୋଇଛନ୍ତି । ତାଙ୍କୁ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି ।

ତେବେ ସମ୍ପୃକ୍ତ ବ୍ୟକ୍ତି ଜଣକ ଦିଲ୍ଲୀରୁ ଫେରିଥିଲେ ବୋଲି ଜଣାପଡିଛି। କୋରୋନା ଲକ୍ଷଣ ପ୍ରକାଶ ପାଇବା ପରେ ସମୃକ୍ତ ବ୍ୟକ୍ତି ଟେଷ୍ଟ କରିଥିଲେ। ତା ପରେ ସେ କୋଭିଡ ପଜିଟିଭ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ଭୁବନେଶ୍ୱରର ସମ୍ପୃକ୍ତ ବ୍ୟକ୍ତି ଜଣଙ୍କ ଜଣେ ବରିଷ୍ଠ ନାଗରିକ ହୋଇଥିବା ବେଳେ ସେ ଏକାଧିକ ରୋଗରେ ପୀଡିତ ଥିବା ସୂଚନା ମିଳିଛି।