୩ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ: ଘଡ଼ଘଡ଼ି ବିଜୁଳି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୬।୬(ଅନୁରାଧା ମହାରଣା)- ଏଥର ଶୀଘ୍ର ଆସିବ ମୌସୁମୀ। ୨ ରୁ ୩ ଦିନ ମଧ୍ୟରେ ମୌସୁମୀ ଓଡ଼ିଶା ଛୁଇଁବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଉଛି। ସ୍ବାଭାବିକ ସମୟର ୨ ଦିନ ପୂର୍ବରୁ ଓଡିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଓଡିଶା ମୌସୁମୀ ଛୁଇଁବା ପାଇଁ ପାଗ ଅନୁକୂଳ ରହିଛି। ମୌସୁମୀକୁ ବାଟ କଡ଼େଇଆଣିବାରେ କାଳବୈଶାଖୀ ସହାୟକ ହେବ। ଆସନ୍ତା ୩ଦିନ ମଧ୍ୟରେ ଦକ୍ଷିଣ ଓଡ଼ିଶାର କିଛିକିଛି ସ୍ଥାାନରେ ଘଡ଼ଘଡ଼ି ବିଜୁଳି […] The post ୩ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ: ଘଡ଼ଘଡ଼ି ବିଜୁଳି ସହ ବର୍ଷା ସମ୍ଭାବନା appeared first on Dharitri Odia News.

୩ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ: ଘଡ଼ଘଡ଼ି ବିଜୁଳି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୬।୬(ଅନୁରାଧା ମହାରଣା)- ଏଥର ଶୀଘ୍ର ଆସିବ ମୌସୁମୀ। ୨ ରୁ ୩ ଦିନ ମଧ୍ୟରେ ମୌସୁମୀ ଓଡ଼ିଶା ଛୁଇଁବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଉଛି। ସ୍ବାଭାବିକ ସମୟର ୨ ଦିନ ପୂର୍ବରୁ ଓଡିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଓଡିଶା ମୌସୁମୀ ଛୁଇଁବା ପାଇଁ ପାଗ ଅନୁକୂଳ ରହିଛି। ମୌସୁମୀକୁ ବାଟ କଡ଼େଇଆଣିବାରେ କାଳବୈଶାଖୀ ସହାୟକ ହେବ।
ଆସନ୍ତା ୩ଦିନ ମଧ୍ୟରେ ଦକ୍ଷିଣ ଓଡ଼ିଶାର କିଛିକିଛି ସ୍ଥାାନରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି। ଶନିବାରଠାରୁ ସାଧାରଣ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ୮ ତାରିଖଠାରୁ ଦିନ ତାପମାତ୍ରା ବଢ଼ିବାର ସମ୍ଭାବନା ରହିଛି। ବରଗଡ, ବଲାଙ୍ଗୀର ଓ ନୂଆପଡାରେ ଗ୍ରୀଷ୍ମ ପ୍ରବାହ ନେଇ ସତର୍କ ସୂଚନା ଜାରି କରାଯାଇଥିବା ବେଳେ ଏହି ସମୟରେ ୪୦ ରୁ ୪୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ରେକର୍ଡ ହୋଇପାରେ। ୫ ଦିନ ଗରମ ଓ ଗୁଳୁଗୁଳି ଓଡିଶାବାସୀଙ୍କୁ କଲବଲ କରିବ। ବଜ୍ରପାତ ନେଇ ୨୦ ଜିଲାକୁ ୟେଳୋ ଓ୍ବାର୍ନିଂ ଜାରି କରାଯାଇଛି। ଦକ୍ଷିଣ ଓଡିଶାର ଗଞ୍ଜାମ, ଗଜପତି, ରାୟଗଡା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଆଦି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।
ସୂଚନା ଥାଉକି, ରାଜ୍ୟରେ ଗତକିଛିଦିନ ଗ୍ରୀଷ୍ମ ପ୍ରବାହ ଜାରି ରହିଛି ଏହି କ୍ରମରେଗୁରୁବାର ୧୨ରୁ ଅଧିକ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ବା ତା’ଠାରୁ ଅଧିକ ରେକର୍ଡ କରାଯାଇଛି। ପଶ୍ଚିମ ଓଡ଼ିଶାରେ ପ୍ରବଳ ଖରା ହୋଇଥିବାବେଳେ ଦ୍ୱୈତ ନଗରୀ କଟକ ଭୁବନେଶ୍ୱରରେ ମଧ୍ୟ ଗୁଳୁଗୁଳି ଲୋକଙ୍କୁ ଅତିଷ୍ଠ କରିଛି।

The post ୩ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ: ଘଡ଼ଘଡ଼ି ବିଜୁଳି ସହ ବର୍ଷା ସମ୍ଭାବନା appeared first on Dharitri Odia News.