୩୧ ଯାଏଁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା, କିଛି ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର ୨୮।୦୮ :  ଆସନ୍ତା ୩୧ ତାରିଖ ଯାଏ ରାଜ୍ୟରେ ଭାରି ବର୍ଷା ହେବ । କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଆସନ୍ତା ଗୁରୁବାର ପୂର୍ବ କେନ୍ଦ୍ରୀୟ ଓ ଉତ୍ତର ବଙ୍ଗୋପସାଗର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବ । ଏହା ପ୍ରଭାବରେ ଆସନ୍ତା ୪ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଆକଳନ କହୁଛି, ଉତ୍ତର ପଶ୍ଚିମ ଝାଡ଼ଖଣ୍ଡ ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳ ଉପରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଏବେ ପଶ୍ଚିମଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହେଉଛି । ଏହା ସେହି ଦିଗରେ ଗତି କରି ଝାଡ଼ଖଣ୍ଡ ଓ ଉତ୍ତର ଛତିଶଗଡ଼ ଆଡ଼କୁ ମୁହାଁଇବ । ୨୯ ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ । ଦୁଇ ଦିନରେ ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ମୁହାଁଇବା ସହ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ପହଞ୍ଚିବ । ଏହା ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୨୮ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି ଓ ଗଞ୍ଜାମରେ ପ୍ରବଳ ବର୍ଷା ହୋଇପାରେ । କିଛି ସ୍ଥାନରେ ୭୦ରୁ ୧୧୦ମିମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ଅଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ରେ ଘଡ଼ଘଡ଼ି ସହିତ ବର୍ଷା ସମ୍ଭାବନା ଅଛି । ୨୯ ତ

୩୧ ଯାଏଁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା, କିଛି ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର ୨୮।୦୮ :  ଆସନ୍ତା ୩୧ ତାରିଖ ଯାଏ ରାଜ୍ୟରେ ଭାରି ବର୍ଷା ହେବ । କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଆସନ୍ତା ଗୁରୁବାର ପୂର୍ବ କେନ୍ଦ୍ରୀୟ ଓ ଉତ୍ତର ବଙ୍ଗୋପସାଗର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବ । ଏହା ପ୍ରଭାବରେ ଆସନ୍ତା ୪ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । 

ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଆକଳନ କହୁଛି, ଉତ୍ତର ପଶ୍ଚିମ ଝାଡ଼ଖଣ୍ଡ ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳ ଉପରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଏବେ ପଶ୍ଚିମଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହେଉଛି । ଏହା ସେହି ଦିଗରେ ଗତି କରି ଝାଡ଼ଖଣ୍ଡ ଓ ଉତ୍ତର ଛତିଶଗଡ଼ ଆଡ଼କୁ ମୁହାଁଇବ । ୨୯ ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ । ଦୁଇ ଦିନରେ ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ମୁହାଁଇବା ସହ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ପହଞ୍ଚିବ । ଏହା ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୨୮ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି ଓ ଗଞ୍ଜାମରେ ପ୍ରବଳ ବର୍ଷା ହୋଇପାରେ । କିଛି ସ୍ଥାନରେ ୭୦ରୁ ୧୧୦ମିମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ଅଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ରେ ଘଡ଼ଘଡ଼ି ସହିତ ବର୍ଷା ସମ୍ଭାବନା ଅଛି । 

୨୯ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ରାୟଗଡ଼ାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ସତର୍କତା ଜାରି କରାଯାଇଛି । ଏ ସବୁ ଜିଲ୍ଲାର ବିଭିନ୍ନ ସ୍ଥାନରେ ୭୦ରୁ ୨୦୦ମିମି ଯାଏ ବର୍ଷା ହୋଇପାରେ । ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ୩୦ ତାରିଖରେ ମାଲକାନଗିରି ଓ କୋରାପୁଟ ଜିଲ୍ଲାର ଠାଏ ଠାଏ ଜାଗାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ସତର୍କତା ଜାରି ହୋଇଛି । 

ସେହିଭଳି ନବରଙ୍ଗପୁର, କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । କିଛି ସ୍ଥାନରେ ୭୦ରୁ ୨୦୦ ମିମି ବର୍ଷା ସମ୍ଭାବନା ଅଛି । ୩୧ ତାରିଖରେ ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ରାୟଗଡ଼ା, ଗଜପତି, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର ଓ ଗଞ୍ଜାମରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଆଗକୁ ରାଜ୍ୟରେ ଲଘୁଚାପର ପ୍ରଭାବ ଥିବାରୁ ୩୦ ଓ ୩୧ ତାରିଖରେ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସଜୀବିଙ୍କୁ ପରାମର୍ଶ ଦିଆଯାଇଛି । ଏ ନେଇ ସ୍ୱତନ୍ତ୍ର ରିଲିଫ କମିଶନର(ଏସ୍‌ଆରସି) ନିର୍ଦ୍ଦେଶନାମା ଜାରି କରିଛନ୍ତି । ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ତଳିଆ ଅଞ୍ଚଳରେ ଜଳବନ୍ଦୀ ସ୍ଥିତି ସୃଷ୍ଟି ହୋଇପାରେ । ସହରାଞ୍ଚଳରୁ ଜଳ ନିଷ୍କାସନ ପାଇଁ ପ୍ରସ୍ତୁତ ରହିବାକୁ ଏସ୍‌ଆରସି ନିର୍ଦ୍ଦେଶ ଦେଇଛନ୍ତି ।