୩୧ରୁ ସଂସଦର ବଜେଟ୍ ଅଧିବେଶନ:ଆସନ୍ତାକାଲି ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ:ଆସନ୍ତା ୩୧ରୁ ସଂସଦର ବଜେଟ ଅଧିବେଶନ। ଜାନୁଆରୀ ୩୧ ତାରିଖରୁ ଆରମ୍ଭ ହେଉଛି ସଂସଦର ବଜେଟ ଅଧିବେଶନ। ସଂସଦ ବଜେଟ ଅଧିବେଶନର ପ୍ରଥମ ଦିନରେ ମିଳିତ ଅଧିବେଶନକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହା ପର ଦିନ ଅର୍ଥାତ ଫେବୃଆରୀ ୧ ତାରିଖରେ ବଜେଟ ଆଗତ ହେବ। ଏହା ପୂର୍ବରୁ ସର୍ବଦଳୀୟ ବୈଠକ ଡାକିଛନ୍ତି କେନ୍ଦ୍ର ସରକାର। ଆସନ୍ତାକାଲି ସର୍ବଦଳୀୟ ବୈଠକ ହେବ। ବଜେଟ ଅଧିବେଶନକୁ ସୁରୁଖୁରୁରେ ପରିଚାଳନା କରିବା କେନ୍ଦ୍ର ସରକାର ସର୍ବଦଳୀୟ ବୈଠକ […]

୩୧ରୁ ସଂସଦର ବଜେଟ୍ ଅଧିବେଶନ:ଆସନ୍ତାକାଲି ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ:ଆସନ୍ତା ୩୧ରୁ ସଂସଦର ବଜେଟ ଅଧିବେଶନ। ଜାନୁଆରୀ ୩୧ ତାରିଖରୁ ଆରମ୍ଭ ହେଉଛି ସଂସଦର ବଜେଟ ଅଧିବେଶନ। ସଂସଦ ବଜେଟ ଅଧିବେଶନର ପ୍ରଥମ ଦିନରେ ମିଳିତ ଅଧିବେଶନକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହା ପର ଦିନ ଅର୍ଥାତ ଫେବୃଆରୀ ୧ ତାରିଖରେ ବଜେଟ ଆଗତ ହେବ। ଏହା ପୂର୍ବରୁ ସର୍ବଦଳୀୟ ବୈଠକ ଡାକିଛନ୍ତି କେନ୍ଦ୍ର ସରକାର। ଆସନ୍ତାକାଲି ସର୍ବଦଳୀୟ ବୈଠକ ହେବ। ବଜେଟ ଅଧିବେଶନକୁ ସୁରୁଖୁରୁରେ ପରିଚାଳନା କରିବା କେନ୍ଦ୍ର ସରକାର ସର୍ବଦଳୀୟ ବୈଠକ ଡାକିଛନ୍ତି।
ସୂଚନା ଅନୁସାରେ, କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅଷ୍ଟମ ଥର ଲାଗି ବଜେଟ ଉପସ୍ଥାପନ କରିବେ। ଦୁଇଟି ପର୍ଯ୍ୟାୟରେ ହେବ ଏହି ବଜେଟ ଅଧିବେଶନ। ପ୍ରଥମ ଅଧିବେଶନ ଜାନୁଆରୀ ୩୧ରୁ ଆରମ୍ଭ ହୋଇ ଫେବୃଆରୀ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହାପରେ ଦ୍ଵିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ମାର୍ଚ୍ଚ ୧୦ରେ ଆରମ୍ଭ ହେବ। ବଜେଟ ଅଧିବେଶନର ଦ୍ଵିତୀୟ ପର୍ଯ୍ୟାୟ ଏପ୍ରିଲ ୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଦିଲ୍ଲୀ ଭୋଟ ଦିନ ବଜେଟ ଅଧିବେଶନ ଚାଲିବ ନାହିଁ। ୩ ଫେବୃଆରୀରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ଚର୍ଚ୍ଚା ହେବ।