୩୪ ହଜାର ୮୧୦ ଜଣ ଯୁବବର୍ଗଙ୍କୁ ମିଳିବ ନିଯୁକ୍ତି: ପାରାଦୀପ୍ରେ ୩ଟି ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୬।୨(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଜଗତ୍ସିଂହପୁର ଜିଲା ଗସ୍ତରେ ଯାଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାରାଦୀପରେ ୩ଟି ନୂଆ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଜେଏସ୍ଡବ୍ଲ୍ୟ ଉତ୍କଳ ଷ୍ଟିଲ କାରଖାନା, ରିନ୍ୟୁ ଇ-ଫୁଏଲ ଗ୍ରୀନ ଆମୋନିଆ କାରଖାନା ଏବଂ ସିଲକ୍ସ ଇଣ୍ଡିଆ ଅତ୍ୟାଧିୁନିକ ରାସାୟିନିକ କାରଖାନାର ମୁଖ୍ୟମନ୍ତ୍ରୀ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଜେଏସଡବ୍ଲ୍ୟ ଉତ୍କଳ ଷ୍ଟିଲ କାରଖାନାରେ ୬୫ ହଜାର କୋଟିର ପୁଞ୍ଜି ନିବେଶ କରିଛି। ଏହାଦ୍ୱାରା ଆଗାମୀ ଦିନରେ ୩୦ […] The post ୩୪ ହଜାର ୮୧୦ ଜଣ ଯୁବବର୍ଗଙ୍କୁ ମିଳିବ ନିଯୁକ୍ତି: ପାରାଦୀପ୍ରେ ୩ଟି ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.
ଭୁବନେଶ୍ୱର,୧୬।୨(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଜଗତ୍ସିଂହପୁର ଜିଲା ଗସ୍ତରେ ଯାଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାରାଦୀପରେ ୩ଟି ନୂଆ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଜେଏସ୍ଡବ୍ଲ୍ୟ ଉତ୍କଳ ଷ୍ଟିଲ କାରଖାନା, ରିନ୍ୟୁ ଇ-ଫୁଏଲ ଗ୍ରୀନ ଆମୋନିଆ କାରଖାନା ଏବଂ ସିଲକ୍ସ ଇଣ୍ଡିଆ ଅତ୍ୟାଧିୁନିକ ରାସାୟିନିକ କାରଖାନାର ମୁଖ୍ୟମନ୍ତ୍ରୀ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଜେଏସଡବ୍ଲ୍ୟ ଉତ୍କଳ ଷ୍ଟିଲ କାରଖାନାରେ ୬୫ ହଜାର କୋଟିର ପୁଞ୍ଜି ନିବେଶ କରିଛି। ଏହାଦ୍ୱାରା ଆଗାମୀ ଦିନରେ ୩୦ ହଜାର ଯୁବବର୍ଗଙ୍କୁ ନିଯୁକ୍ତି ମିିିଳିବ।
ସେହିପରି ରିନ୍ୟୁ ଇ-ଫୁଏଲ ଗ୍ରିନ୍ ଆମୋନିଆ କାରଖାନା ପାଇଁ ୨୨ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ ହୋଇଛି। ଏହା ୪ ହଜାର ରୋଜଗାର ସୃଷ୍ଟି କରିିବ ଏବଂ ସିଲକ୍ସ ଇଣ୍ଡିିଆ ଅତ୍ୟାଧିୁନିକ ରାସାୟିନିକ କାରଖାନା ପାଇଁ ୫୦୦ କୋଟିର ପୁଞ୍ଜି ନିବେଶ କରାଯାଇଛି। ଯାହା ଦ୍ୱାରା ୮୧୦ ଜଣଙ୍କୁ ନିଯୁକ୍ତି ମିିଳିବ। ଶିଳ୍ପାୟନ ଦ୍ୱାରା ଯୁବବର୍ଗଙ୍କୁ ନିଯୁକ୍ତିୁ ଯୋଗାଇ ଦେବାକୁ ଲକ୍ଷ୍ୟ ରଖି ନୂତନ ଶିଳ୍ପ ପ୍ରତିଷ୍ଠା କରାଯାଉଥିବା କହିଛନ୍ତି ରାଜ୍ୟ ସରକାର।
ଏହି କାର୍ଯ୍ୟକ୍ରମରେ ବାଲିକୁଦା-ଏରସମା ବିଧାୟକ ରଘୁନନ୍ଦନ ଦାସ, ପାରାଦୀପ ବିଧାୟକ ସମ୍ବିତ ରାଉତରାୟ, ଜଗତସିଂହପୁର ବିଧାୟକ ପ୍ରଶାନ୍ତ କୁମାର ମୁଦୁଲି ଏବଂ ସାଂସଦ ଡ. ରାଜଶ୍ରୀ ମଲ୍ଲିକ ଉପସ୍ଥିତ ଥିଲେ। ଏହା ସହ ଅନ୍ୟତମ ଅତିଥି ଭାବେ ଜେଏସଡବ୍ଲ୍ୟୁର ମୁଖ୍ୟ ସଜ୍ଜନ ଜିନ୍ଦଲ ମଧ୍ୟ ଯୋଗ ଦେଇଥିଲେ।
The post ୩୪ ହଜାର ୮୧୦ ଜଣ ଯୁବବର୍ଗଙ୍କୁ ମିଳିବ ନିଯୁକ୍ତି: ପାରାଦୀପ୍ରେ ୩ଟି ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.