୩୬୮ ହିନ୍ଦୀ, ୨୦୮ ସଂସ୍କୃତ ଶିକ୍ଷକଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୨ା୨(ଅସମାପିକା ସାହୁ): ଗୁରୁବାର ରାଜ୍ୟର ବିଭିନ୍ନ ସରକାରୀ ହାଇସ୍କୁଲରେ ମୋଟ୍ ୫୭୬ ଜଣ ହିନ୍ଦୀ ଓ ସଂସ୍କୃତ ଶିକ୍ଷୟିତ୍ରୀ/ଶିକ୍ଷକ ଯୋଗ ଦେଇଛନ୍ତି । ସେମାନଙ୍କ ମଧ୍ୟରୁ ୩୬୮ ଜଣ ହିନ୍ଦୀ ଓ ୨୦୮ ଜଣ ସଂସ୍କୃତ ଶିକ୍ଷକ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଲୋକସେବା ଭବନସ୍ଥିତ କନ୍ଭେନ୍ସନ୍ ସେଣ୍ଟରରେ ଏକ ନିଯୁକ୍ତି ପର୍ବର ଆୟୋଜନ କରାଯାଇଥିଲା। ଏହି ଅବସରରେ ନୂତନ ଶିକ୍ଷୟିତ୍ରୀ-ଶିକ୍ଷକମାନଙ୍କୁ ସ୍ବାଗତ କରି ମୁଖ୍ୟମନ୍ତ୍ରୀ କହିଲେ, ଶିକ୍ଷା ଗୋଟିଏ ଜାତିର ଚିନ୍ତା, ଚେତନାରେ […] The post ୩୬୮ ହିନ୍ଦୀ, ୨୦୮ ସଂସ୍କୃତ ଶିକ୍ଷକଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.
ଭୁବନେଶ୍ୱର,୨୨ା୨(ଅସମାପିକା ସାହୁ): ଗୁରୁବାର ରାଜ୍ୟର ବିଭିନ୍ନ ସରକାରୀ ହାଇସ୍କୁଲରେ ମୋଟ୍ ୫୭୬ ଜଣ ହିନ୍ଦୀ ଓ ସଂସ୍କୃତ ଶିକ୍ଷୟିତ୍ରୀ/ଶିକ୍ଷକ ଯୋଗ ଦେଇଛନ୍ତି । ସେମାନଙ୍କ ମଧ୍ୟରୁ ୩୬୮ ଜଣ ହିନ୍ଦୀ ଓ ୨୦୮ ଜଣ ସଂସ୍କୃତ ଶିକ୍ଷକ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଲୋକସେବା ଭବନସ୍ଥିତ କନ୍ଭେନ୍ସନ୍ ସେଣ୍ଟରରେ ଏକ ନିଯୁକ୍ତି ପର୍ବର ଆୟୋଜନ କରାଯାଇଥିଲା।
ଏହି ଅବସରରେ ନୂତନ ଶିକ୍ଷୟିତ୍ରୀ-ଶିକ୍ଷକମାନଙ୍କୁ ସ୍ବାଗତ କରି ମୁଖ୍ୟମନ୍ତ୍ରୀ କହିଲେ, ଶିକ୍ଷା ଗୋଟିଏ ଜାତିର ଚିନ୍ତା, ଚେତନାରେ ପରିବର୍ତ୍ତନ ଆଣିଥାଏ। ଛାତ୍ରୀଛାତ୍ରଙ୍କୁ ବଡ଼ ସ୍ବପ୍ନ ଦେଖିବା ପାଇଁ ପ୍ରେରଣା ଦେଇଥାଏ। ପିଲାମାନଙ୍କୁ ସେମାନଙ୍କ ସ୍ବପ୍ନ ପୂରଣ ଦିଗରେ ଅନୁପ୍ରାଣିତ କରିବାକୁ ସେ କହିଥିଲେ। ଏହାସହିତ ନିଜର ଜ୍ଞାନ ଓ ମୂଲ୍ୟବୋଧ ଦ୍ବାରା ଛାତ୍ରୀଛାତ୍ରଙ୍କ ପାଇଁ ଆଦର୍ଶ ସୃଷ୍ଟି କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।
The post ୩୬୮ ହିନ୍ଦୀ, ୨୦୮ ସଂସ୍କୃତ ଶିକ୍ଷକଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.