୪ ଦ୍ୱାର ଖୋଲାଯିବା ପରେ କ’ଣ ସବୁ ବ୍ୟବସ୍ଥା ରହିବ ଜାଣନ୍ତୁ…

ପୁରୀ,୧୨ା୬: ବୁଧବାର ପୁରୀ ଶ୍ରୀମନ୍ଦିର ପରିଚାଳନା କମିଟିର ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଛି। ଉକ୍ତ ବୈଠକରେ କିଛି ନିଷ୍ପତ୍ତି ନିଆଯାଇଛି। ଏହି ନିଷ୍ପତ୍ତିଗୁଡ଼ିକ ହେଲା ୪ ଦ୍ୱାରରେ ଜୋତା ଏବଂ ମୋବାଇଲ ଷ୍ଟାଣ୍ଡ କରାଯିବା ସହ ପାନୀୟ ଜଳ ବ୍ୟବସ୍ଥା, ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥାକୁ ଗୁରୁତ୍ୱ ଦିଆଯାଇଛି। ଏନେଇ ପୋଲିସ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରଥମ କ୍ୟାବିନେଟ ବୈଠକରେ ଶ୍ରୀମନ୍ଦିର ଚାରି ଦ୍ୱାର ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। କ୍ୟାବିନେଟ୍ ବୈଠକ ପରେ ଏନେଇ […] The post ୪ ଦ୍ୱାର ଖୋଲାଯିବା ପରେ କ’ଣ ସବୁ ବ୍ୟବସ୍ଥା ରହିବ ଜାଣନ୍ତୁ… appeared first on Dharitri Odia News.

୪ ଦ୍ୱାର ଖୋଲାଯିବା ପରେ କ’ଣ ସବୁ ବ୍ୟବସ୍ଥା ରହିବ ଜାଣନ୍ତୁ…

ପୁରୀ,୧୨ା୬: ବୁଧବାର ପୁରୀ ଶ୍ରୀମନ୍ଦିର ପରିଚାଳନା କମିଟିର ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଛି। ଉକ୍ତ ବୈଠକରେ କିଛି ନିଷ୍ପତ୍ତି ନିଆଯାଇଛି। ଏହି ନିଷ୍ପତ୍ତିଗୁଡ଼ିକ ହେଲା ୪ ଦ୍ୱାରରେ ଜୋତା ଏବଂ ମୋବାଇଲ ଷ୍ଟାଣ୍ଡ କରାଯିବା ସହ ପାନୀୟ ଜଳ ବ୍ୟବସ୍ଥା, ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥାକୁ ଗୁରୁତ୍ୱ ଦିଆଯାଇଛି। ଏନେଇ ପୋଲିସ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି।

ପ୍ରଥମ କ୍ୟାବିନେଟ ବୈଠକରେ ଶ୍ରୀମନ୍ଦିର ଚାରି ଦ୍ୱାର ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। କ୍ୟାବିନେଟ୍ ବୈଠକ ପରେ ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ଗୁରୁବାର ସକାଳେ ମଙ୍ଗଳ ଆଳତି ସମୟରେ ଖୋଲିବ ପୁରୀ ଶ୍ରୀମନ୍ଦିରର ୪ ଦ୍ୱାର। ଶପଥ ଗ୍ରହଣ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆଜି ଲୋକ ସେବା ଭବନରେ ପ୍ରଥମ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ ବୈଠକରେ ଅଧ୍ୟକ୍ଷତା କରି ୪ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଗ୍ରହଣ କରିଛନ୍ତି।

ଏହି ନିଷ୍ପତ୍ତି ଅନୁଯାୟୀ, ଗୁରୁବାର ସକାଳେ ମହାପ୍ରଭୁଙ୍କ ମଙ୍ଗଳ ଆରତୀ ସମୟରେ ଶ୍ରୀମନ୍ଦିରର ଚାରି ଦ୍ବାର ଖୋଲାଯିବ। ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଭାବାବେଗ ଓ ସୁବିଧାକୁ ଦୃଷ୍ଟିରେ ରଖି ରାଜ୍ୟ ମନ୍ତ୍ରୀମଣ୍ଡଳର ସଦସ୍ୟ ମାନଙ୍କ ଉପସ୍ଥିତିରେ ଚାରି ଦ୍ବାର ଖୋଲାଯିବ। ମୁଖ୍ୟମନ୍ତ୍ରୀ କହିଲେ ଯେ, ଗତ କିଛି ବର୍ଷ ହେବ ତିନି ଦ୍ବାର ବନ୍ଦ ଥିବା ହେତୁ ଭକ୍ତ ଓ ଶ୍ରଦ୍ଧାଳୁମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିଲେ । ଏହାଦ୍ବାରା ଭକ୍ତ ଓ ଭଗବାନଙ୍କ ଭିତରେ ଏକ ବ୍ୟବଧାନ ସୃଷ୍ଟି ହେଉଥିଲା । ଚାରି ଦ୍ବାର ଖୋଲାଯିବା ଦ୍ବାରା ଏହି ବ୍ୟବଧାନ ଦୂର ହେବ।

ଦ୍ବିତୀୟ ନିଷ୍ପତ୍ତି ଅନୁଯାୟୀ, ଶ୍ରୀମନ୍ଦିରର ଉନ୍ନତିକରଣ, ସଂରକ୍ଷଣ, ବିକାଶ ତଥା ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ରାଜ୍ୟ ସରକାର ଖୁବଶୀଘ୍ର ୫୦୦ କୋଟି ଟଙ୍କାର ଏକ କର୍ପସ ଫଣ୍ଡର ବ୍ୟବସ୍ଥା କରିବେ।

ତୃତୀୟ ନିଷ୍ପତ୍ତି ହେଉଛି ରାଜ୍ୟର କୃଷକ ଭଉଣୀଭାଇମାନଙ୍କ ସଶକ୍ତିକରଣ ପାଇଁ ଏକ ‘ସମୃଦ୍ଧ କୃଷକ ନୀତି’ ଆସିବ ଏବଂ ଚାଷୀମାନଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ଅନୁଯାୟୀ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ କ୍ବିଣ୍ଟାଲ ପିଚ୍ଛା ୩୧୦୦ ଟଙ୍କାକୁ ବୃଦ୍ଧି କରାଯିବ। ଏଥିପାଇଁ ସଂପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି ଏବଂ ଆଗାମୀ ୧୦୦ ଦିନ ମଧ୍ୟରେ ଏହା କାର୍ଯ୍ୟକାରୀ କରାଯିବ।

ଚତୁର୍ଥ ନିଷ୍ପତ୍ତି ଅନୁଯାୟୀ ମହିଳାମାନଙ୍କୁ ଅଧିକ ସଶକ୍ତ କରିବା ପାଇଁ ଏବଂ ସେମାନଙ୍କ ଆର୍ଥିକ ସ୍ଥିତିରେ ଉନ୍ନତି ଆଣିବା ପାଇଁ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରାଯିବ। ଏହି ଯୋଜନାରେ ମହିଳା ମାନଙ୍କୁ ୫୦ ହଜାର ଟଙ୍କାର ଭାଉଚର ଦିଆଯିବ। ଆଗାମୀ ୧୦୦ ଦିନ ମଧ୍ୟରେ ଏହାର ରୂପରେଖ ପ୍ରସ୍ତୁତ କରି ମାର୍ଗଦର୍ଶିକା ପ୍ରସ୍ତୁତ କରିବାକୁ ସଂପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

The post ୪ ଦ୍ୱାର ଖୋଲାଯିବା ପରେ କ’ଣ ସବୁ ବ୍ୟବସ୍ଥା ରହିବ ଜାଣନ୍ତୁ… appeared first on Dharitri Odia News.