୪ ର୍ଥ ପର୍ଯ୍ୟାୟ ସୁଭଦ୍ରା ହିତାଧିକାରୀଙ୍କୁ ଅର୍ଥ ପ୍ରେରଣ ଏହି ପରାମର୍ଶ ଦେଲେ ଉନ୍ନୟନ କମିଶନର

ଭୁବନେଶ୍ୱର,୨୬ା୧୨: ମହିଳାମାନଙ୍କ ଆର୍ଥିକ ସଶକ୍ତିକରଣ ନିମନ୍ତେ ଉଦ୍ଦିଷ୍ଟ ‘ସୁଭଦ୍ରା’ ଯୋଜନାର କାର୍ଯ୍ୟକାରିତା ସଂପର୍କିତ ୨ୟ ପରିଚାଳନା କମିଟି ବୈଠକ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ସୁଭଦ୍ରା ୪ର୍ଥ ପର୍ଯ୍ୟାୟ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ଅର୍ଥ ପ୍ରେରଣ ସଂପର୍କରେ ଆଲୋଚନା କରାଯାଇଥିଲା। ଯୋଜନା ଓ ସଂଯୋଜନ ବିଭାଗ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଅନୁଷ୍ଠିତ ହୋଇଥିବା ଏହି ବୈଠକରେ ମହିଳା ଓ ଶିଶୁ ବିକାଶ ବିଭାଗ […] The post ୪ ର୍ଥ ପର୍ଯ୍ୟାୟ ସୁଭଦ୍ରା ହିତାଧିକାରୀଙ୍କୁ ଅର୍ଥ ପ୍ରେରଣ ଏହି ପରାମର୍ଶ ଦେଲେ ଉନ୍ନୟନ କମିଶନର appeared first on Dharitri Odia News.

୪ ର୍ଥ ପର୍ଯ୍ୟାୟ ସୁଭଦ୍ରା ହିତାଧିକାରୀଙ୍କୁ ଅର୍ଥ ପ୍ରେରଣ ଏହି ପରାମର୍ଶ ଦେଲେ ଉନ୍ନୟନ କମିଶନର
ଭୁବନେଶ୍ୱର,୨୬ା୧୨: ମହିଳାମାନଙ୍କ ଆର୍ଥିକ ସଶକ୍ତିକରଣ ନିମନ୍ତେ ଉଦ୍ଦିଷ୍ଟ ‘ସୁଭଦ୍ରା’ ଯୋଜନାର କାର୍ଯ୍ୟକାରିତା ସଂପର୍କିତ ୨ୟ ପରିଚାଳନା କମିଟି ବୈଠକ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ସୁଭଦ୍ରା ୪ର୍ଥ ପର୍ଯ୍ୟାୟ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ଅର୍ଥ ପ୍ରେରଣ ସଂପର୍କରେ ଆଲୋଚନା କରାଯାଇଥିଲା।
ଯୋଜନା ଓ ସଂଯୋଜନ ବିଭାଗ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଅନୁଷ୍ଠିତ ହୋଇଥିବା ଏହି ବୈଠକରେ ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭାଶର୍ମା, ବିଭାଗର ନିର୍ଦ୍ଦେଶିକା ଶ୍ରୀମତୀ ମନୀଷା ବାନାର୍ଜୀ, ମିଶନଶକ୍ତି ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀମତୀ ଶାଳିନୀ ପଣ୍ଡିତ, ସାଧାରଣ ପରିଚାଳକ, ଓ କାକ୍ଶ୍ରୀ ପ୍ରଦୀପ ରାଉତଙ୍କ ସମେତ ସଂପୃକ୍ତ ବିଭାଗର ଅନ୍ୟ ପଦଧିକାରୀମାନେ ଉପସ୍ଥିତ ଥିଲେ।
ବୈଠକରେ ଅଧ୍ୟକ୍ଷତା କରି ଉନ୍ନୟନ କମିଶନର ଶ୍ରୀମତୀ ଗର୍ଗ ସୁଭଦ୍ରା ଯୋଜନାରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଅର୍ଥ ପ୍ରେରଣ ନିମନ୍ତେ ଚିହ୍ନଟ ଏବଂ ଦରଖାସ୍ତ ଯାଞ୍ଚ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରାଯିବାକୁ ଆବଶ୍ୟକ ପରାମର୍ଶ ଏବଂ ନିର୍ଦ୍ଦେଶ ଦେଇଥିଲେ।
ବୈଠକରେ ମହିଳା ଓ ଶିଶୁ ବିକାଶ ବିଭାଗ ନିର୍ଦ୍ଦେଶିକା ‘ସୁଭଦ୍ରା’ର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟରେ କିପରି ଅଧିକରୁ ଅଧିକହିତାଧିକାରୀଙ୍କୁ ଚିହ୍ନଟ କରାଯାଇ ଅର୍ଥ ସେମାନଙ୍କ ଆକାଉଣ୍ଟକୁ ପ୍ରେରଣ କରାଯାଇପାରିବ, ସେଥିପାଇଁକାର୍ଯ୍ୟ ତ୍ୱରାନ୍ୱିତ କରାଯାଇଥିବା ସଂପର୍କରେ ବିଶଦ୍ଭାବେ ଉପସ୍ଥାପନ କରିଥିଲେ। ସୁଭଦ୍ରା ହିତାଧିକାରୀଙ୍କ ରଇ-କେଓ୍ୱାଇସି ଏବଂ ବ୍ୟାଙ୍କ ସମସ୍ୟାର ସମାଧାନ ପାଇଁ ତ୍ଵରିତ ପଦକ୍ଷେପ ନିଆଯାଉଥିବା ସହ ଏଥି  ସଂପର୍କିତ ତଥ୍ୟ ବିଶ୍ଳେଷଣ ପାଇଁ କୃତ୍ରିମ ବୁଦ୍ଧିମତା ବା ଏଆଇର ବ୍ୟବହାର କରାଯିବ।
ସୁଭଦ୍ରାର କାର୍ଯ୍ୟକାରିତା ସଂପର୍କିତ ସମକାଳୀନ ମୂଲ୍ୟାୟନ ପାଇଁ ଖ୍ୟାତି ସମ୍ପନ୍ନ ଅନୁଷ୍ଠାନଗୁଡ଼ିକର ସହଯୋଗ ନିଆଯିବା ସଂପର୍କରେ ଆଲୋଚନା କରାଯାଇଛି । ସେହିପରି ସୁଭଦ୍ରା ହିତାଧିକାରୀ ସହ ସମନ୍ଵୟ ରଖାଯାଇ ସେମାନଙ୍କର ଦକ୍ଷତାବିକାଶ,  ଆତ୍ମନିର୍ଭରଶୀଳତା ଉପାୟ ଏବଂ ସୁଭଦ୍ରା ସଂପର୍କିତ ଅଭିଯୋଗ ପାଇଁ“ ସୁଭଦ୍ରା ଶିବିର ”ଆୟୋଜନ କରାଯିବା ବିଷୟରେ ମଧ୍ୟ ବୈଠକରେ ଆଲୋଚନା କରାଯାଇଥିଲା।

The post ୪ ର୍ଥ ପର୍ଯ୍ୟାୟ ସୁଭଦ୍ରା ହିତାଧିକାରୀଙ୍କୁ ଅର୍ଥ ପ୍ରେରଣ ଏହି ପରାମର୍ଶ ଦେଲେ ଉନ୍ନୟନ କମିଶନର appeared first on Dharitri Odia News.