୪ଟା ଯାଏ ଗୃହମୁଲତବୀ: ଗୃହର ମଧ୍ୟଭାଗ ଦୁଇ ହାତ ହଲାଇ ବାହିନୀପତି କହିଲେ…
ଭୁବନେଶ୍ୱର,୨୧।୮: ବୁଧବାର ବିଧାନସଭାର ଦ୍ୱିତୀୟ ଦିନ। ତେବେ ଗୃହରେ ବିରୋଧୀ ବିଜେଡି ଓ କଂଗ୍ରେସ ବିଧାୟକ ହୋ ହଲ୍ଲା ସହ ନାରାବାଜି ଦେଇଛନ୍ତି। ଏମିତିକି ଗୃହର ମଧ୍ୟଭାଗକୁ ବିଧାୟକମାନେ ଆସିଥିଲେ। କଂଗ୍ରେସ ବିଧାୟକ ତାରା ବାହିନୀପତି ଦୁଇହାତ ହଲାଇ ଆଗରେ ଜନଜାତିଙ୍କ ସୁରକ୍ଷା ଦାବି କରୁଥିବା ବେଳେ ବିଧାୟକମାନେ ଏହାକୁ ସମର୍ଥନ କରୁଥିବା ଦେଖିବାକୁ ମିଳିଥିଲା। ଏ ନେଇ ବାଚସ୍ପତି ସୁରମା ପାଢ଼ୀ ଅପରାହ୍ନ ୪ଟା ଯାଏ ଗୃହମୁଲତବୀ ଘୋଷଣା କରିଛନ୍ତି। ଅନ୍ୟପକ୍ଷେ ଚିକିଟି ମଦମୃତ୍ୟୁର ଆରଡିସି […] The post ୪ଟା ଯାଏ ଗୃହମୁଲତବୀ: ଗୃହର ମଧ୍ୟଭାଗ ଦୁଇ ହାତ ହଲାଇ ବାହିନୀପତି କହିଲେ… appeared first on Dharitri Odia News.
ଭୁବନେଶ୍ୱର,୨୧।୮: ବୁଧବାର ବିଧାନସଭାର ଦ୍ୱିତୀୟ ଦିନ। ତେବେ ଗୃହରେ ବିରୋଧୀ ବିଜେଡି ଓ କଂଗ୍ରେସ ବିଧାୟକ ହୋ ହଲ୍ଲା ସହ ନାରାବାଜି ଦେଇଛନ୍ତି। ଏମିତିକି ଗୃହର ମଧ୍ୟଭାଗକୁ ବିଧାୟକମାନେ ଆସିଥିଲେ। କଂଗ୍ରେସ ବିଧାୟକ ତାରା ବାହିନୀପତି ଦୁଇହାତ ହଲାଇ ଆଗରେ ଜନଜାତିଙ୍କ ସୁରକ୍ଷା ଦାବି କରୁଥିବା ବେଳେ ବିଧାୟକମାନେ ଏହାକୁ ସମର୍ଥନ କରୁଥିବା ଦେଖିବାକୁ ମିଳିଥିଲା। ଏ ନେଇ ବାଚସ୍ପତି ସୁରମା ପାଢ଼ୀ ଅପରାହ୍ନ ୪ଟା ଯାଏ ଗୃହମୁଲତବୀ ଘୋଷଣା କରିଛନ୍ତି। ଅନ୍ୟପକ୍ଷେ ଚିକିଟି ମଦମୃତ୍ୟୁର ଆରଡିସି ସ୍ତରୀୟ ତଦନ୍ତ ଦାବି କରିଛି ବିଜେଡି। ପୂର୍ବରୁ ହୋ ହଲ୍ଲା ହୋଇ ୧୧ଟା ଯାଏ ଗୃହମୁଲତବୀ କରିଥିଲେ ବାଚସ୍ପତି।
କିଛିଦିନ ବ୍ରେକ ପରେ ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ଆରମ୍ଭରୁ ବିରୋଧୀ କଲେଜ ନିର୍ବାଚନ, ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ପ୍ରସ୍ତାବ, ଏଏସ୍ଓଙ୍କୁ ରାଜ୍ୟପାଳଙ୍କ ପୁଅ ମାଡ଼ ଘଟଣା ଇତ୍ୟାଦି ପ୍ରସଙ୍ଗକୁ ନେଇ ଉଭୟ ବିଜେଡି ଓ କଂଗ୍ରେସ ବିଧାନସଭାରେ ହଟ୍ଟଗୋଳ କରିଥିଲେ। ପୂର୍ବାହ୍ନ ୧୦ଟା ୩୦ ମିନିଟ୍ରେ ଗୃହ କାର୍ଯ୍ୟ ଆରମ୍ଭ ହୋଇଥିଲା। ଗୃହ କାର୍ଯ୍ୟ ଆରମ୍ଭ ହେବାମାତ୍ରେ ବାଚସ୍ପତି ସୁରମା ପାଢ଼ୀ ଶୋକ ପ୍ରସ୍ତାବ ଆଗତ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ କହିଥିଲେ। ବିଧାନସଭାରେ ୧୦ ମିନିଟ୍ ଧରି ଶୋକ ପ୍ରସ୍ତାବ ଆଲୋଚନା ପରେ ୧୦ଟା ୪୦ ମିନିଟ୍ରେ ବାଚସ୍ପତି ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ। ଏହି ସମୟରେ କଂଗ୍ରେସ ସଭ୍ୟ ତାରା ପ୍ରସାଦ ବାହିନୀପତି କଲେଜ ନିର୍ବାଚନ ପ୍ରସଙ୍ଗ ଉଠାଇ ଶାସକ ଦଳକୁ ଆକ୍ରମଣ କରିଥିଲେ। ସେ କହିଥିଲେ, ଚଳିତ ବର୍ଷ ଛାତ୍ର ସଂସଦ ନିର୍ବାଚନ କାହିଁକି କରାଯିବ ନାହିଁ। ସରକାର ଏହାର ସ୍ପଷ୍ଟୀକରଣ ଦିଅନ୍ତୁ। ଏହି ଦାବିକରି ତାରା ଓ କଂଗ୍ରେସର ଅନ୍ୟ ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିଥିଲେ।
The post ୪ଟା ଯାଏ ଗୃହମୁଲତବୀ: ଗୃହର ମଧ୍ୟଭାଗ ଦୁଇ ହାତ ହଲାଇ ବାହିନୀପତି କହିଲେ… appeared first on Dharitri Odia News.